Posted inଜାତୀୟ

ପାଲାନିସ୍ବାମୀଙ୍କ ନିର୍ବାଚନକୁ ଇସିଙ୍କ ସ୍ବୀକୃତି

ଚେନ୍ନାଇ,୨୧ା୪: ଏଡାପ୍ପାଡି କେ. ପାଲାନିସ୍ବାମୀ (ଇପିଏସ୍‌)ଙ୍କୁ ଏଆଇଏଡିଏମ୍‌କେର ସାଧାରଣ ସମ୍ପାଦକ ଭାବେ ଭାରତର ନିର୍ବାଚନ କମିଶନ (ଇସି) ଗୁରୁବାର ସ୍ବୀକୃତି ପ୍ରଦାନ କରିବା ସହ ତାଙ୍କ ଦଳକୁ ଦ୍ୱିପତ୍ର ନିର୍ବାଚନୀ ଚିହ୍ନ ପ୍ରଦାନ କରିଛନ୍ତି। ଏଥିସହିତ ଦଳ ନିୟମାବଳୀରେ ସଂଶୋଧନ କରାଯିବା ସହ ପଦାଧିକାରୀମାନଙ୍କୁ ପରିବର୍ତ୍ତନ କରାଯାଇଛି। ଇପିଏସ୍‌ ମାର୍ଚ୍ଚ ୨୮ ଓ ଏପ୍ରିଲ ୧୩ରେ ନିର୍ବାଚନ କମିଶନଙ୍କୁ ପତ୍ର ଲେଖି ସେ ସାଧାରଣ ସମ୍ପାଦକ ଭାବେ ନିର୍ବାଚିତ ହେବା ସହ ଦଳ ବାଇ ଲ’ରେ ହୋଇଥିବା ପରିବର୍ତ୍ତନ ସମ୍ପର୍କରେ ଜଣାଇଥିଲେ। ଏଥିସହିତ ମାର୍ଚ୍ଚ ୨୮ର ମାଡ୍ରାସ୍‌ ହାଇକୋର୍ଟ ରାୟ, ଏପ୍ରିଲ ୧୨ର ଦିଲ୍ଲୀ ହାଇକୋର୍ଟ ରାୟ ଏବଂ ଫେବୃୟାରୀ ୨୩ର ସୁପ୍ରିମକୋର୍ଟଙ୍କ ରାୟ ସମ୍ପର୍କରେ ପାଲାନିସ୍ବାମୀ ଇସିଙ୍କୁ ଅବଗତ କରାଇଥିଲେ। ଏଆଇଏଡିଏମ୍‌କେ ଦେଇଥିବା ପ୍ରାର୍ଥୀଙ୍କୁ ଦ୍ୱିପତ୍ର ନିର୍ବାଚନୀ ଚିହ୍ନ ମଞ୍ଜୁର କରିବାକୁ ନିର୍ବାଚନ କମିଶନ କର୍ନାଟକର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଜଣାଇଛନ୍ତି। ଫଳରେ ଓ. ପନିରସେଲ୍‌ଭାମ ଗୁରୁବାର ସକାଳେ ଯେଉଁମାନଙ୍କୁ ପ୍ରାର୍ଥୀ ଦେଇଛନ୍ତି, ସେମାନେ ସ୍ବାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢ଼ିବେ।


Enter your email to get our daily news in your inbox.

All Right Reserved By Dharitri.Com

ତୁମେ ମୋତେ ଭୋଟ୍‌ ଦିଅ, ମୁଁ ତୁମକୁ…

ନୂଆଦିଲ୍ଲୀ,୨୦ା୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଫସିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ତାଙ୍କ ବିରୋଧରେ ପୋଲିସ...

‘କେଜ୍‌ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’

ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ...

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri