Posted inଜାତୀୟ

ମଦ ନୀତି ମାମଲାରେ ସମୀର ମହେନ୍ଦ୍ରୁ ଗିରଫ: ଏବେ ସିସୋଡିଆଙ୍କ ପାଳି, ଏଏପିର ଆଶଙ୍କା

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀର ମଦ ନୀତି ମାମଲାରେ ବ୍ୟବସାୟୀ ସମୀର ମହେନ୍ଦ୍ରୁଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ବୁଧବାର ଗିରଫ କରିଛି। ସେ ଇଣ୍ଡୋ ସ୍ପିରିଟ୍ସର ଏମ୍‌ଡି। ନିକଟରେ ସମୀରଙ୍କ ଘର ଓ କାର୍ଯ୍ୟାଳୟ ଉପରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏକ୍ସାଇଜ ସ୍କାମରେ ଇଡିର ଏହା ହେଉଛି ଦ୍ୱିତୀୟ ଗିରଫଦାରୀ। ଏହାପୂର୍ବରୁ ମଙ୍ଗଳବାର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ଘନିଷ୍ଠ ସହଯୋଗୀ ବିଜୟ ନାୟାରଙ୍କୁ ମଧ୍ୟ ଅବକାରୀ ନୀତି ମାମଲାରେ ଇଡି ଗିରଫ କରିଥିଲା। ତେବେ ୨ଜଣଙ୍କ ଗିରଫ ପରେ ଏବେ ସିସୋଡିଆଙ୍କ ପାଳି ପଡ଼ିବ ବୋଲି ଏଏପି ଆଶଙ୍କା କରିଛି। ସିବିଆଇର ଏଫ୍‌ଆଇଆରରେ ବିଜୟ ହେଉଛନ୍ତିି ପାଞ୍ଚ ନମ୍ବର ଅଭିଯୁକ୍ତ। ସେ ଏକ ଇଭେଣ୍ଟ ମ୍ୟାନେଜମେଣ୍ଟ କମ୍ପାନୀର ପୂର୍ବତନ ସିଇଓ। ବିଜୟ ନାୟାର ଦୀର୍ଘ ଦିନ ଧରି ଆମ ଆଦମୀ ପାର୍ଟି(ଏଏପି) ସହ ଜଡିତ ଥିଲେ। ହେଲେ ସେ କୌଣସି ପଦବୀରେ ନାହାଁନ୍ତି। ମନୀଷ ସିସୋଡିଆ ଏବଂ ବିଜୟ ନାୟାରଙ୍କ ସମେତ ଅତିକମ୍‌ରେ ୧୪ଜଣଙ୍କ ଉପରେ ସିବିଆଇ ଚଢ଼ାଉ ଜାରି ରଖି ପଚରାଉଚରା କରୁଛି। ସୂଚନା ମୁତାବକ, ଦିଲ୍ଲୀ ଏକ୍ସାଇଜ ମାମଲାରେ ସେପ୍ଟେମ୍ବର ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ସିବିଆଇ ୫ଜଣଙ୍କୁ ଗିରଫ କରି ପଚରାଉଚରା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ଟିରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

ବିବାହ ପ୍ରୋସେଶନରେ ବାଣ ପଡ଼ି ଜଳିଗଲା ଘର, ୬ ଜୀବନ୍ତ ଦଗ୍ଧ

ପାଟନା,୨୬ା୪: ବିହାରର ଦରଭଙ୍ଗା ଜିଲା ଅଣ୍ଟୋର ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ବରଯାତ୍ରୀ ଆସୁଥିବା ବେଳେ ପ୍ରୋସେଶନରେ ବାଣ ଫୁଟା ଯାଉଥିଲା। ଠିକ୍‌ ଏହି...

ଏନକ୍ରିପସନ୍ ହଟାଇବାକୁ ପାଇଁ କୁହାଗଲେ ଭାରତରେ ପରିଚାଳନା ବନ୍ଦ, ଦିଲ୍ଲୀ ହାଇକୋର୍ଟଙ୍କ କହିଲା ହ୍ବାଟ୍ସଆପ୍‌

ନୂଆଦିଲ୍ଲୀ,୨୬।୪: ସୋସିଆଲ ମିଡିଆ ପ୍ଲାଟଫର୍ମ ହ୍ବାଟ୍ସଆପ୍‌ ସ୍ପଷ୍ଟ ଭାବେ କହିଛି ଯେ ଯଦି ଏନକ୍ରିପସନ୍ ହଟାଇବାକୁ କୁହାଯାଏ ତେବେ ଏହା ଭାରତ ଛାଡିବ। ହ୍ବାଟ୍ସଆପ୍‌ ଦିଲ୍ଲୀ...

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri