Posted inଜାତୀୟ

ମୁଖ୍ୟଯନ୍ତ୍ରୀଙ୍କ ଘରୁ ମିଳିଲା କୋଟି କୋଟି ଟଙ୍କାର ସମ୍ପତ୍ତି: ରିମାଣ୍ଡରେ ନେଲା ଇଡି

ରାଞ୍ଚି,୨୪।୨: ମନି ଲଣ୍ଡରିଂ ମାମଲାରେ ଝାଡ଼ଖଣ୍ଡ ରାଞ୍ଚିର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟଯନ୍ତ୍ରୀ ବୀରେନ୍ଦ୍ର କୁମାର ରାମଙ୍କୁ ଇଡି ଗିରଫ କରିଛି। ତାଙ୍କୁ ଅଧିକ ପଚରାଉଚରା ପାଇଁ ଇଡି ୧୦ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଥିଲା। ହେଲେ ବୀରେନ୍ଦ୍ରଙ୍କୁ ୫ ଦିନିଆ ରିମାଣ୍ଡରେ ନେବାକୁ କୋର୍ଟ ଇଡିକୁ ଅନୁମତି ଦେଇଛନ୍ତି।

ଚଢାଉ ବେଳେ ଇଡି ବୀରେନ୍ଦ୍ରଙ୍କଠାରୁ ୧୨୫କୋଟି ଟଙ୍କାର ସମ୍ପତ୍ତି ଠାବ କରିଛି। ଇଡି ଅଧିକାରୀ ତାଙ୍କ ଘରୁ ନଗଦ ୪୦ଲକ୍ଷ ଟଙ୍କା ଓ ପ୍ରାୟ ଦେଢ କୋଟି ଟଙ୍କାର ସୁନା ଅଳଙ୍କାର ଜବତ କରିଥିବା ଜଣାପଡିଛି। ଏପରିକି ବୀରେନ୍ଦ୍ର ବ୍ୟବହାର କରୁଥିବା ବିଳାସପୂର୍ଣ୍ଣ ଗାଡ଼ିକୁ ମଧ୍ୟ ଇଡି ଜବତ କରିଛି। ଅନ୍ୟପଟେ ବୀରେନ୍ଦ୍ର ଏବଂ ପରିବାର ଲୋକଙ୍କ ନାମରେ ବିଭିନ୍ନ ସ୍ଥାନରେ ଘର ଏବଂ ପ୍ଲଟ ରହିଥିବା ଜଣାପଡିଛି।

ସୂଚନା ମୁତାବକ, ବୀରେନ୍ଦ୍ରଙ୍କ ୨କୋଟି ୭୦ଲକ୍ଷ ଟଙ୍କାର ଏକ ବିଳାସପୂର୍ଣ୍ଣ ଘର ମଧ୍ୟ ରହିଛି। ଏପରିକି ଇଡି ଅଧିକାରୀ ଝାଡ଼ଖଣ୍ଡ, ବିହାର, ଦିଲ୍ଲୀ ଓ ହରିୟାଣାର ବିଭିନ୍ନ ସ୍ଥାନରେ ଚଢାଉ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri