ତଦନ୍ତ ପାଇଁ ତଥ୍ୟ ମାଗିଲା ଇଡି

ବ୍ରହ୍ମପୁର ଅଫିସ,୧୦ା୧୧: ଟାଟା ମୋଟର୍ସରେ ଚାକିରି ନଁାରେ ଠକେଇ ମାମଲାରେ ଛନ୍ଦି ହୋଇଥିଲେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ। ବର୍ତ୍ତମାନ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ପ୍ରଦୀପଙ୍କ ବିରୋଧରେ ମନି ଲଣ୍ଡରିଂ ମାମଲାର ତଦନ୍ତ ଆରମ୍ଭ କରିଛି। ତାଙ୍କର ଆର୍ଥିକ କାରବାର ଉପରେ ତଦନ୍ତ ଆରମ୍ଭ ହୋଇଛି। ଏଥିପାଇଁ ଇଡି ବ୍ରହ୍ମପୁର ପୋଲିସକୁ ବିଧାୟକ ପ୍ରଦୀପଙ୍କ ସମେତ ଆଇଏଫ୍‌ଏସ୍‌ ଅଭୟ ପାଠକ ଓ ପୁଅ ଆକାଶ ପାଠକଙ୍କ ପୁରୁଣା ମାମଲାର ବିଭିନ୍ନ ତଥ୍ୟ ମାଗିଛି। ବିଧାୟକଙ୍କ ସମେତ ୩ଜଣଙ୍କ ନାମରେ ବ୍ରହ୍ମପୁର ପୋଲିସ ଜିଲାରେ ରୁଜୁ ହୋଇଥିବା ମାମଲାର ସବିଶେଷ ତଥ୍ୟ ଇଡିକୁ ହସ୍ତାନ୍ତର କରାଯାଇଥିବା ବ୍ରହ୍ମପୁର ଏସ୍‌ପି ଡା.ଶ୍ରବଣା ବିବେକ ଏମ୍‌. ସୂଚନା ଦେଇଛନ୍ତି। ଟାଟା ମୋଟର୍ସରେ ଚାକିରି ନଁାରେ ଗଞ୍ଜାମ ଜିଲାର ବିଭିନ୍ନ ଲୋକଙ୍କଠାରୁ ଟଙ୍କା ଠକେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ କଟକ କ୍ରାଇମ୍‌ବ୍ରାଞ୍ଚର ସାଇବର ଥାନାରେ ମାମଲା ରୁଜୁ ହୋଇଥିଲା। ଚାକିରି ନାଁରେ ଲୋକଙ୍କଠାରୁ ଟଙ୍କା ଠକିବା ଅଭିଯୋଗରେ କ୍ରାଇମବ୍ରାଞ୍ଚ ୨୦୨୦ ଡିସେମ୍ବର ୩ରେ ବିଧାୟକ ପ୍ରଦୀପଙ୍କୁ ଗିରଫ କରିଥିଲା। ଏହା ସହିତ ଅଭୟ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କୁ ମଧ୍ୟ କ୍ରାଇମବ୍ରାଞ୍ଚ ଗିରଫକରି ଘଟଣାର ଅଧିକ ତଦନ୍ତ ଜାରି ରଖିଥିଲା। ସେପଟେ ବ୍ରହ୍ମପୁର ପୋଲିସ ଜିଲାରେ ପ୍ରଦୀପ ଓ ଅନ୍ୟମାନଙ୍କ ନାମରେ ଚାକିରି ନାଁରେ ଠକେଇ ମାମଲା ରୁଜୁ ହୋଇଥିଲା। ବୈଦ୍ୟନାଥପୁର ଥାନାରେ ୨ଟି ଓ ଗୋଳନ୍ଥରା ଥାନାରେ ୩ଟି ମାମଲା ରୁଜୁ ହୋଇଥିଲା। ପରେ ବିଧାୟକ ପ୍ରଦୀପଙ୍କୁ ୨୦୨୧ ଜୁନ୍‌ରେ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

ଦୁଇ ବାଇକ୍‌ଆରୋହୀଙ୍କୁ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଜୀବନ, କ୍ଷତିପୂରଣ ଦାବି କରି…

ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…

ମହାକାଳପଡ଼ାରେ ବିଜେଡି-ଭାଜପା ଛାତ୍ର ଗୋଷ୍ଠୀ ମୁହାଁମୁହିଁ, ପୋଲିସ ପହଞ୍ଚି…

ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…

ଯୁବପିଢ଼ିଙ୍କୁ ସଶକ୍ତ କରିବ ପ୍ରଯୁକ୍ତିବିଦ୍ୟା: ରାଜ୍ୟପାଳ

ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…

ବିଲକୁ ଯାଇ ଘରକୁ ଫେରି ନ ଥିଲେ ଯୁବକ, ଆଜି ମିଳିଲା ମୃତଦେହ, ହତ୍ୟା ଅଭିଯୋଗ ଆଣି…

ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…

ବାୟାବାବା କଲେଜ ନିର୍ବାଚନ: ବିସିଜେଡି-ଏବିଭିପି କଡ଼ା ଟକ୍କର, ଭୋଟ୍‌ ହାତେଇବାକୁ ଆପଣାଉଛନ୍ତି ଏହି…

ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…

ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୭ ଠିକଣାରେ ଚଢ଼ାଉ

ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…

ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍

ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?