Posted inଜାତୀୟ

ପାର୍ଥ ଚାଟାର୍ଜୀଙ୍କ ୪୮କୋଟିର ସମ୍ପତ୍ତି ବାଜ୍ୟାପ୍ତ

କୋଲକାତା,୧୯।୯: ପଶ୍ଚିମବଙ୍ଗ ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାର ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ସୋମବାର ପୂର୍ବତନ ମନ୍ତ୍ରୀ ପାର୍ଥ ଚାଟାର୍ଜୀ ଓ ତାଙ୍କ ସହଯୋଗୀଙ୍କର ୪୮କୋଟି ଟଙ୍କାର ସମ୍ପତ୍ତିକୁ ବାଜ୍ୟାପ୍ତ କରିଛି। ବାଜ୍ୟାପ୍ତ ସମ୍ପତ୍ତି ମଧ୍ୟରେ ଫାର୍ମହାଉସ୍‌, ଫ୍ଲାଟ୍‌, କୋଲକାତାର ପ୍ରମୁଖ ସ୍ଥାନରେ ଥିବା ଜମି ଆଦି ୪୦ଟି ସ୍ଥାବର ସମ୍ପତ୍ତି ରହିଛି, ଯାହାର ମୂଲ୍ୟ ୪୦.୩୩ କୋଟି ଟଙ୍କା। ଏହା ବ୍ୟତୀତ ୩୫ଟି ବ୍ୟାଙ୍କ ଆକାଉଣ୍ଟରେ ଥିବା ୭.୮୯ କୋଟି ଟଙ୍କାକୁ ମଧ୍ୟ ଇଡି ଜବତ କରିଛି। ଜବତ ସମ୍ପତ୍ତି ମଧ୍ୟରୁ ଅଧିକାଂଶ ସେଲ୍‌ କମ୍ପାନୀ ଏବଂ ପାର୍ଥଙ୍କ ପ୍ରକ୍ସି ଭାବେ କାର୍ଯ୍ୟ କରୁଥିବା ବ୍ୟକ୍ତିବିଶେଷଙ୍କ ନାମରେ ପଞ୍ଜୀକୃତ ହୋଇଥିଲା। ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଇଡି ଜୁଲାଇରେ ପାର୍ଥ ଓ ତାଙ୍କ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କୁ ଗିରଫ କରିଥିଲା। ଅନ୍ୟପଟେ ଏହି ଦୁର୍ନୀତି ମାମଲାର ତଦନ୍ତ ଚଳାଇଥିବା ସିବିଆଇ ସୋମବାର ନର୍ଥ ବେଙ୍ଗଲ ୟୁନିଭର୍ସିଟିର କୁଳପତି ସୁବିରେସ୍‌ ଭଟ୍ଟାଚାର୍ଯ୍ୟଙ୍କୁ ଗିରଫ କରିଛି। ଭଟ୍ଟାଚାର୍ଯ୍ୟ ୨୦୧୪ରୁ ୨୦୧୮ ପର୍ଯ୍ୟନ୍ତ ପଶ୍ଚିମବଙ୍ଗ କେନ୍ଦ୍ରୀୟ ସ୍କୁଲ୍‌ ସେବା ଆୟୋଗର ଅଧ୍ୟକ୍ଷ ଥିବା ସମୟରେ ଶିକ୍ଷକ ନିଯୁକ୍ତିରେ ଦୁର୍ନୀତି ହୋଇଥିଲା। ସୋମବାର ତାଙ୍କୁ ସିବିଆଇ ଜେରା ପାଇଁ ଡାକିଥିଲା। ସେ ତଦନ୍ତରେ ସହଯୋଗ କରୁ ନ ଥିବା ଜଣାପଡ଼ିବା ପରେ ସିବିଆଇ ତାଙ୍କୁ ଗିରଫ କରି ହାଜତକୁ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ପ୍ରଦୂଷଣ ପ୍ରମାଣପତ୍ର ନ ଥିଲେ ଓଡ଼ିଶାରେ ପେଟ୍ରୋଲ ମନା

ଭୁବନେଶ୍ୱର,୨୦।୧୨: ପରିବହନ କ୍ଷେତ୍ରରେ ପରିବେଶ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ପରିବହନ ପ୍ରାଧିକରଣ (STA) ପକ୍ଷରୁ ଶନିବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ପ୍ରଦୂଷଣ ପ୍ରମାଣପତ୍ର...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri