Posted inଜାତୀୟ

ହେମନ୍ତ ସୋରେନଙ୍କୁ ଇଡି ଡାକରା

ରାଞ୍ଚତ୍,୩ା୧୧: ବେଆଇନ ଖଣି ଖନନ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ବୁଧବାର ସମନ କରିଛି। ତାଙ୍କୁ ଗୁରୁବାର ଇଡି କାର୍ଯ୍ୟାଳୟରେ ହାଜର ହେବାକୁ କୁହାଯାଇଛି। ଏନେଇ ସୋରେନ କହିଛନ୍ତି, ସେ ଜଣେ ଆଦିବାସୀ ମୁଖ୍ୟମନ୍ତ୍ରୀ। ବିରୋଧୀ ତାଙ୍କୁ ରାଜନୀତିରେ ଟକ୍କର ଦେଇପାରୁ ନ ଥିବାରୁ ରାଜ୍ୟରେ କ୍ଷମତାସୀନ ସରକାରକୁ ଭାଙ୍ଗିବା ପାଇଁ ଷଡ଼ଯନ୍ତ୍ର ରଚିଛି। ଏହାର ଜବାବ ଝାଡ଼ଖଣ୍ଡର ଜନସାଧାରଣ ଦେବେ।

‘ଆପ୍‌କି ଯୋଜନା, ଆପ୍‌କି ସରକାର, ଆପ୍‌କେ ଦ୍ୱାର’ ଶୀର୍ଷକ ଏକ ସରକାରୀ କାର୍ଯ୍ୟକ୍ରମରେ ସମ୍ବୋଧିତ କରି ସୋରେନ କହିଛନ୍ତି, ମୋତେ ଇଡିରୁ ଡକରା ଆସିଛି। ମୁଁ ଭୟଭୀତ। ଇଡି କେତେ ଶକ୍ତିଶାଳୀ ତାହା ଦେଖାଇବା ପାଇଁ ସେମାନେ ଉଦ୍ୟମ କରୁଛନ୍ତି। ସେମାନେ ଯଦି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ ତାଙ୍କ ପୁଅ ରାହୁଲ ଗାନ୍ଧୀଙ୍କୁ ସମନ କରିପାରୁଛନ୍ତି ତେବେ ଜଣେ ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ନୋଟିସ କରିପାରିବେ ନାହିଁ। ଯଦି ଏପରି କରି ଆମ ଛବି ମଳିନ କରିବାକୁ ଚାହୁଁଛନ୍ତି ତେବେ ସେମାନେ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। କିନ୍ତୁ ଲୋକେ ମୋ ସହ ଥିବା ପର୍ଯ୍ୟନ୍ତ ମୁଁ ବିଚଳିତ ହେବିନାହିଁ। ଝାଡ଼ଖଣ୍ଡର ଯୁବତୀ ଯୁବକମାନେ ଏହି ଷଡ଼ଯନ୍ତ୍ରର ଜବାବ ଦେବେ। ପେନ୍‌ସନ ପାଉଥିବା ବରିଷ୍ଠ ନାଗରିକ, ବିଧବା ଓ ଦିବ୍ୟାଙ୍ଗ ବ୍ୟକ୍ତିମାନେ ଏହାର ମୁକାବିଲା କରିବେ ବୋଲି ସୋରେନ କହିଛନ୍ତି।

ପ୍ରକାଶ ଯେ, ଝାଡ଼ଖଣ୍ଡର ଖଣି ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ନିଜ ନାମରେ ଷ୍ଟୋନ୍‌ ଚିପ୍ସ ମାଇନିଂ ଲିଜ୍‌ ନେଇଥିବା ଗତ ଫେବୃୟାରୀରେ ଭାଜପା ପକ୍ଷରୁ ଅଭିଯୋଗ ଅଣାଯାଇଥିଲା। ଜନ ପ୍ରତିନିଧି ଆଇନ,୧୯୫୨ର ଧାରା ୯ଏ ଅନୁସାରେ ବିଧାନସଭାରୁ ହେମନ୍ତଙ୍କ ସଦସ୍ୟତା ରଦ୍ଦ କରିବା ସହ ତାଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଯାଉ ବୋଲି ଭାଜପା ଦାବି କରିଥିଲା। ଲାଭଜନକ ପଦବୀ ନେଇ ଭାଜପାର ଅଭିଯୋଗ ଉପରେ ଗତ ଅଗଷ୍ଟରେ ରାଜ୍ୟପାଳ ରମେଶ ବୈଶ ଏହି ମାମଲା ନିର୍ବାଚନ କମିଶନ(ଇସି)ଙ୍କ ନିକଟକୁ ପଠାଇଥିଲେ। ସେତେବେଳେ ସୋରେନ ଇସ୍ତଫା ଦେଇପାରନ୍ତି ବୋଲି ଚର୍ଚ୍ଚା ଜୋର୍‌ ଧରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁଖ୍ୟମନ୍ତ୍ରୀ ମୋହନଙ୍କୁ ହତ୍ୟା ଧମକ

ଇନ୍ଦୋର,୨୬।୯: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ସେତେବେଳେ ଆତଙ୍କ ଖେଳିଗଲା ଯେତେବେଳେ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କୁ ହତ୍ୟା କରିବାର ଧମକ ମିଳିଲା। ଏହି ଘଟଣା ପୋଲିସ ଏବଂ ରାଜନୈତିକ…

ବିଧାୟକଙ୍କ ଗାଡ଼ି ଉପରକୁ ଅଣ୍ଡାମାଡ଼; ଟିଏମସି ନେତା କହିଲେ ଚାଲିଛି ‘ଜଙ୍ଗଲ ରାଜ’

କୋଲକାତା,୨୬।୯: ପଶ୍ଚିମବଙ୍ଗରେ ପୁଣିଥରେ ଜଣେ ଟିଏମସି (TMC) ନେତା ଜନସାଧାରଣଙ୍କ ଆକ୍ରୋଶର ଶିକାର ହୋଇଛନ୍ତି। ଟିଏମସି ବିଧାୟକ କୁନାଲ ଘୋଷ ଅଭିଯୋଗ କରିଛନ୍ତି ଯେ ତାଙ୍କ ଗାଡ଼ି…

କବାଡ଼ିରେ ଭାରତକୁ ଦ୍ୱିତୀୟ ସ୍ବର୍ଣ୍ଣ

ନାଗୋୟା,୨୬।୯: ମହିଳା ପରେ ଭାରତୀୟ ପୁରୁଷ କବାଡ଼ି ଦଳ ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ଇରାନକୁ ପରାସ୍ତ କରି ସ୍ବର୍ଣ୍ଣ ପଦକ ହାସଲ କରିଛି। ଏକ କଡ଼ା…

ଗୋଟିଏ ପରିବାରରେ ୨୮ ଡାକ୍ତର; ୩ IAS-IPS ଓ IRS, CEC ଜ୍ଞାନେଶ କୁମାରଙ୍କ ପରିବାର ବିଷୟରେ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୬।୯: ଦେଶର ସବୁଠାରୁ ଶିକ୍ଷିତ ତଥା ପ୍ରତିଷ୍ଠିତ ପରିବାରଗୁଡ଼ିକ କଥା ବିଚାର କଲେ ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ପରିବାର ଏହି ତାଲିକାର ଶୀର୍ଷରେ…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?