Posted inଜାତୀୟ

ମୋରବି ଘଟଣା ଦୋଷୀଙ୍କ ବିରୋଧରେ ହେଉ ଇଡି-ସିବିଆଇ କାର୍ଯ୍ୟାନୁଷ୍ଠାନ : ମମତା…

କୋଲକାତା,୨।୧୧ : ଗୁଜରାଟର ମୋରବିରେ ଘଟିଥିବା ଝୁଲାପୋଲ ଦୁର୍ଘଟଣା ଦେଶ ତଥା ବିଶ୍ୱକୁ ଥରାଇ ଦେଇଛି। ଯେତେବେଳେ ବିଶ୍ୱର ବିଭିନ୍ନ ସ୍ଥାନରୁ ଲୋକମାନେ ଏହା ଉପରେ ଦୁଃଖ ପ୍ରକାଶ କରିଛନ୍ତି ସେତେବେଳେ ଦେଶର ବଡ ନେତାମାନେ ଏହାକୁ ରାଜନୈତିକ ରୂପ ନଦେବାକୁ ଆହ୍ବାନ ଦେଇଛନ୍ତି। ଅନ୍ୟପକ୍ଷରେ, ଏହି ଘଟଣାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କହିଛନ୍ତି ଯେ ରାଜନୀତି ଅପେକ୍ଷା ଲୋକଙ୍କ ଜୀବନ ଅଧିକ ଗୁରୁତ୍ୱପୂର୍ଣ୍ଣ। ମୁଁ ଏହା ଉପରେ କୌଣସି ମନ୍ତବ୍ୟ ଦେବି ନାହିଁ।

ସେ ଏହା ମଧ୍ୟ କହିଛନ୍ତି ଯେ ମୁଁ ମୃତକ ତଥା ସେମାନଙ୍କ ପରିବାର ପ୍ରତି ସମବେଦନା ଜଣାଉଛି। ଅନେକଙ୍କର ମୃତ୍ୟୁ ଘଟିଛି ଏବଂ ଅନେକେ ନିଖୋଜ ଅଛନ୍ତି। ଏହି ଘଟଣାର ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ଅଧୀନରେ ଏକ ନ୍ୟାୟିକ କମିଶନ ଗଠନ କରାଯିବା ଉଚିତ।

ସେ କହିଛନ୍ତି ଯେ ମୋରବି ଘଟଣାରେ ସମ୍ପୃକ୍ତ ଅପରାଧୀଙ୍କ ବିରୋଧରେ ଇଡି ଏବଂ ସିବିଆଇ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନାହାନ୍ତି? ସେମାନେ କେବଳ ସାଧାରଣ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତି। ଉତ୍ତରଦାୟିତ୍ୱ ସ୍ଥିର ହେବା ଉଚିତ। ଏହା ମଧ୍ୟ କହିଛନ୍ତି ଯେ ମୁଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଷୟରେ କିଛି କହିବି ନାହିଁ କାରଣ ଏହା ତାଙ୍କ ରାଜ୍ୟ। ମୁଁ ରାଜନୀତି ବିଷୟରେ ମଧ୍ୟ କିଛି ମତାମତ ଦେବି ନାହିଁ ।

ଗୁଜରାଟରେ ପୁନର୍ବାର ଉଠାଯାଇଥିବା ସିିଏଏ ପ୍ରସଙ୍ଗରେ ମମତା କହିଛନ୍ତି ଯେ ଆମେ ଏହାର ସମ୍ପୂର୍ଣ୍ଣ ବିରୋଧୀ। ଗୁଜରାଟ ନିର୍ବାଚନ ପାଇଁ ଭାଜପା ଏହି ଖେଳ ଖେଳୁଛି।

ସେ ବୁଧବାର ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନଙ୍କୁ ଭେଟିବେ ବୋଲି ମମତା କହିଛନ୍ତି। ଏହା ଏକ ସୌଜନ୍ୟମୂଳକ ସାକ୍ଷାତକାର ବେହ। ଏହା ଚେନ୍ନାଇରେ ତାଙ୍କ ବାସଭବନରେ ଅନୁଷ୍ଠିତ ହେବ। ଏଥି ସହିତ ମମତା କହିଛନ୍ତି ଯେ ଯେତେବେଳେ ଦୁଇ ରାଜନୈତିକ ବ୍ୟକ୍ତି ଭେଟନ୍ତି, ସେମାନଙ୍କ ସହ ଜଡିତ ବିଷୟ ଆଲୋଚନାରେ ଆସେ।


Enter your email to get our daily news in your inbox.

All Right Reserved By Dharitri.Com

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ…

ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍‌ପି, ବିଧାୟକ

ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍‌ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ…

କାଜୁ ବୁଦାରେ ଝୁଲୁଛି ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ମୃତଦେହ: ଖେଳିଗଲା ଚାଞ୍ଚଲ୍ୟ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନା ଅନ୍ତର୍ଗତ ରାଉତରାପୁର ପଞ୍ଚାୟତର ନୂଆସାହି ଗ୍ରାମରେ ଜଣେ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ମିଳିବା ଘଟଣାକୁ ନେଇ…

ରୁଷିକୁଲ୍ୟାରୁ କମୁଛି ଜଳସ୍ତର: ଟଳିଲା ବନ୍ୟା ଆଶଙ୍କା

ପୁରୁଷୋତ୍ତମପୁର, ୨୬।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତର ପ୍ରଭାବରେ ଗଞ୍ଜାମ ଜିଲାର ପୁରୁଷୋତ୍ତମପୁର ଅଞ୍ଚଳରେ ଗତ ଚାରିଦିନ ଧରି ଲଗାଣ ବର୍ଷା ଜାରି…

ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍‌କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…

ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା…

ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି

ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ…

ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA

ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?