Posted inଜାତୀୟ

ଇଡି-ସିବିଆଇ କାର୍ଯ୍ୟାନୁଷ୍ଠାନକୁ ନେଇ ଗୃହ କମ୍ପିବ

ନୂଆଦିଲ୍ଲୀ, ୧୩ା୩ :ପାର୍ଲାମେଣ୍ଟ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ସୋମବାର ଆରମ୍ଭ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ ଆର୍ଥତ୍କ ବିଧେୟକଗୁଡ଼ିକୁ ଗୃହୀତ କରାଇବା ଉପରେ ସରକାର ପ୍ରାଥମିକତା ଦେବେ। ଅନ୍ୟପକ୍ଷରେ ଆଦାନି ଗ୍ରୁପ୍‌ ବିରୋଧରେ ଅଭିଯୋଗ, ବିରୋଧୀ ନେତାଙ୍କ ବିରୋଧରେ ଭାଜପା କେନ୍ଦ୍ରୀୟ ସଂସ୍ଥାର ଦୁରୁପଯୋଗ କରୁଥିବା ପ୍ରସଙ୍ଗକୁ ନେଇ ବିରୋଧୀ ଦଳଗୁଡ଼ିକ ସରକାରଙ୍କୁ ଘେରିବେ ବୋଲି କୁହାଯାଉଛି। ଆଦାନି-ହିଣ୍ଡେନବର୍ଗ ପ୍ରସଙ୍ଗକୁ ନେଇ ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ହଟ୍ଟଗୋଳରେ ଶେଷ ହୋଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ପାର୍ଲାମେଣ୍ଟର ଉଭୟ ଗୃହ ପାଇଁ ରଣନୀତି ପ୍ରସ୍ତୁତି ଲାଗି ସୋମବାର ସକାଳେ ବିରୋଧୀ ଦଳଗୁଡ଼ିକ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଅଫିସରେ ବୈଠକରେ ବସିବେ। ଆଦାନି-ହିଣ୍ଡେନ୍‌ବର୍ଗ ପ୍ରସଙ୍ଗରେ କଂଗ୍ରେସ ସରକାରଙ୍କଠାରୁ ଜବାବ ଦାବିରେ ହଟ୍ଟଗୋଳ ଜାରି ରଖିବ ବୋଲି ଏହାର ନେତା କେ. ସୁରେଶ କହିଛନ୍ତି। ଏହି ମାମଲାର ତଦନ୍ତ ଯୁଗ୍ମ ସଂସଦୀୟ କମିଟି (ଜେପିସି) ଦ୍ୱାରା କରାଯାଉ ବୋଲି ମୁଖ୍ୟ ବିରୋଧୀ ଦଳ ଦାବି କରିଆସୁଛି।

କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ନିକଟରେ ଅନେକ ବିରୋଧୀ ନେତାଙ୍କ ଘର ଉପରେ ଚଢ଼ାଉ କରିବା ସହ କେତେଜଣଙ୍କୁ ଜେରା କରିଛି। ବିଭିନ୍ନ ମାମଲାରେ କେତେଜଣ ନେତା ଗିରଫ ହୋଇଛନ୍ତି। ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ବିରୋଧୀ ନେତାମାନଙ୍କୁ ଟାର୍ଗେଟ କରିବା ପାଇଁ କେନ୍ଦ୍ରୀୟ ସଂସ୍ଥାର ଦୁରୁପଯୋଗ କରୁଥିବା ନେଇ ଉଭୟ ଗୃହରେ ଜୋର୍‌ଦାର ସ୍ବର ଉତ୍ତୋଳନ କରାଯିବ ବୋଲି ବିଭିନ୍ନ ଦଳ ପକ୍ଷରୁ କୁହାଯାଇଛି। ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଅର୍ଜୁନରାମ ମେଘଓ୍ବାଲଙ୍କ ସୂଚନା ଅନୁଯାୟୀ ସରକାର ଆର୍ଥତ୍କ ବିଲ୍‌ ଗୃହୀତ କରାଇବା ଉପରେ ସର୍ବାଧିକ ପ୍ରାଥମିକତା ଦେବେ।

ଏହା ବ୍ୟତୀତ ରେଲଓ୍ବେ, ପଞ୍ଚାୟତିରାଜ, ପର୍ଯ୍ୟଟକ, ସଂସ୍କୃତି ଓ ସ୍ବାସ୍ଥ୍ୟ ମନ୍ତ୍ରଣାଳୟଗୁଡ଼ିକର ଅନୁଦାନ ଦାବି ଉପରେ ଆଲୋଚନା ହେବ। ପରେ ବିରୋଧୀମାନଙ୍କ ଦାବିକୁ ବିଚାରକୁ ନିଆଯିବ ବୋଲି ମେଘଓ୍ବାଲ କହିଛନ୍ତି। ସୋମବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଅତିରିକ୍ତ ଅନୁଦାନ ଦାବି ଉପସ୍ଥାପନ କରିବା ସହ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ଲାଗି ବଜେଟ ଉପସ୍ଥାପନ କରିବେ।

 


Enter your email to get our daily news in your inbox.

All Right Reserved By Dharitri.Com

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

କିଛି ଘଣ୍ଟାରେ ସ୍ଥଳଭାଗ ଛୁଇଁବ ଗଭୀର ଅବପାତ; ଏହି ସ୍ଥାନରେ ହେବ ଲ୍ୟାଣ୍ଡଫଲ୍! ୫୦ରୁ ୬୦ କିମି ବେଗରେ ବହିବ ପବନ

ଭୁବନେଶ୍ବର,୨୩ା୯: ସ୍ଥଳଭାଗ ଆଡକୁ ମାଡ଼ିଆସୁଛି ଗଭୀର ଅବପାତ । ଗତ ୬ ଘଣ୍ଟା ଧରି ୭କିମି ବେଗରେ ସ୍ଥଳଭାଗ ମୁହାଁ ହେଉଛି । ଏପଟେ ବର୍ଷାର ପରିମାଣ…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?