Posted inଜାତୀୟ

ବିବିସି ବିରୋଧରେ ଫେମା ମାମଲା ରୁଜୁ କଲା ଇଡି…

ନୂଆଦିଲ୍ଲୀ,୧୩।୪ : ଖବର ପ୍ରସାରଣକାରୀ ବିବିସି ଇଣ୍ଡିଆର ଅସୁବିଧା ବଢ଼ିବାରେ ଲାଗିଛି। ବିଦେଶୀ ପାଣ୍ଠି ମାମଲାରେ ବିବିସି ଇଣ୍ଡିଆ ବିରୋଧରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବୈଦେଶିକ ବିନିମୟ ପରିଚାଳନା ଆଇନ (ଫେମା) ଅନୁଯାୟୀ ଇଡି ବିବିସି ଇଣ୍ଡିଆ ବିରୋଧରେ ମାମଲା ପଞ୍ଜୀକୃତ କରିଛି।
ସୂତ୍ରରୁ ପ୍ରକାଶ ଯେ, ଅନୁସନ୍ଧାନକାରୀ ସଂସ୍ଥା ଫେମାର ବ୍ୟବସ୍ଥା ଅନୁଯାୟୀ କିଛି ବିବିସି ଅଧିକାରୀଙ୍କଠାରୁ ଦଲିଲ ଏବଂ ବିବୃତ୍ତିର ରେକର୍ଡିଂ ମଧ୍ୟ ମାଗିଛି। କମ୍ପାନୀ ଦ୍ୱାରା ବିଦେଶୀ ପ୍ରତ୍ୟକ୍ଷ ବିନିଯୋଗ (ଏଫଡିଆଇ) ଉଲ୍ଲଂଘନ ବିଷୟରେ ମଧ୍ୟ ଇଡି ଯାଞ୍ଚ କରୁଛି।

କିଛି ମାସ ପୂର୍ବେ ଗୁଜୁରାଟ ଦଙ୍ଗା ଉପରେ ଡକ୍ୟୁମେଣ୍ଟାରୀକୁ ନେଇ ବିବିସି ବିବାଦ ଘେରକୁ ଆସିଥିଲା। ଏହି ଡକ୍ୟୁମେଣ୍ଟାରୀ ସ୍କ୍ରିନିଂ ଉପରେ କେନ୍ଦ୍ର ସରକାର ବାରଣ କରିଥିଲେ। ଆୟକର ବିଭାଗ ଚଳିତ ବର୍ଷ ବିବିସିର ଦିଲ୍ଲୀ ଏବଂ ମୁମ୍ବାଇ କାର୍ଯ୍ୟାଳୟରେ ମଧ୍ୟ ଚଢ଼ାଉ କରିଥିଲା। ସେଣ୍ଟ୍ରାଲ ବୋର୍ଡ ଅଫ ଡାଇରେକ୍ଟ ଟ୍ୟାକ୍ସ (ସିବିଡିଟି) ଏବଂ ଆୟକର କର୍ତ୍ତୃପକ୍ଷ କହିଛନ୍ତି, ବିବିସି ଗ୍ରୁପର ବିଭିନ୍ନ ସଂସ୍ଥା ଦ୍ୱାରା ଦେଖାଯାଇଥିବା ଆୟ ଏବଂ ଲାଭ ଭାରତରେ ସେମାନଙ୍କ କାର୍ଯ୍ୟର ପରିମାଣ ସହିତ ସମାନ ନୁହେଁ। ଅଧିକାରୀମାନେ ଏହା ମଧ୍ୟ କହିଛନ୍ତି, ବିବିସି ଇଣ୍ଡିଆ ଏହି ଟିକସ ଦେଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର; ଜୈଶ ଆତଙ୍କବାଦୀ ଗିରଫ

କୋଲକାତା,୩୧।୭: ପଶ୍ଚିମବଙ୍ଗର ସ୍ପେଶାଲ ଟାସ୍କ ଫୋର୍ସ (STF) ଜୈଶ-ଏ-ମହମ୍ମଦ (JeM) ସହିତ ଜଡିତ ଜଣେ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କୁ ହମିମ ମଣ୍ଡଳ ଭାବରେ…

ସ୍ତ୍ରୀଙ୍କୁ ଛାଡ଼ିବା ପାଇଁ ସୁପ୍ରିମକୋର୍ଟରେ ପହଞ୍ଚିଲେ ଓମାର ଅବଦୁଲ୍ଲା: ଆଗକୁ…

ଶ୍ରୀନଗର,୩୧।୭: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଖୁବଶୀଘ୍ର ତାଙ୍କ ପତ୍ନୀ ପାୟଲ ଅବଦୁଲ୍ଲାଙ୍କଠାରୁ ଛାଡପତ୍ର ନେବାକୁ ଯାଉଛନ୍ତି। ଏନେଇ ସେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ଭାରତ ସହ ମିଶି ବାଂଲାଦେଶ-ରୁଷିଆ ନେଲା ବଡ଼ ନିଷ୍ପତ୍ତି, ଆମେରିକା ହୋଇଗଲା କାବା!

ନୂଆଦିଲ୍ଲୀ,୩୧।୭: ରୁଷ୍‌ର ପୁଟିନ୍ ସରକାର ବାଂଲାଦେଶକୁ ଭାରତୀୟ ଟଙ୍କା (INR)ରେ ବ୍ୟାପାରିକ ନେଣଦେଣ ଏବଂ ଋଣ ପରିଶୋଧ କରିବାକୁ ପ୍ରସ୍ତାବ ଦେଇଛନ୍ତି। ଏହି ପ୍ରସ୍ତାବ ଅଧୀନରେ ବାଂଲାଦେଶରେ…

Odisha Floods: ବନ୍ୟାଜଳ ହ୍ରାସ ପରେ ଶହ ଶହ ଏକର ଜମିରେ ବାଲିଚର, କ୍ଷତିପୂରଣ ଦାବି କଲେ ଚାଷୀ

କେସିଙ୍ଗା,୩୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଲଗାଣ ଲଘୁଚାପଜନିତ ବର୍ଷାରେ ଶହ ଶହ ଏକର ଜମିରେ ଜଳମଗ୍ନ ହୋଇଥିଲା। ଗତ ରାତ୍ରିରୁ ପାଣି କମି ଯିବାରୁ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତି ଉପରେ ପ୍ରଶ୍ନ ଉଠାଇଲେ ଭୋଗଲେ

ନୂଆଦିଲ୍ଲୀ,୩୧।୭: ଆଗାମୀ ଦୁଲୀପ ଟ୍ରଫି 2026-27 ଘରୋଇ ସିଜିନ ପାଇଁ ବୈଭବ ସୂର୍ଯ୍ୟବଂଶୀଙ୍କୁ ଉପ-ଅଧିନାୟକ ଭାବରେ ନିଯୁକ୍ତ କରି ପୂର୍ବ ଜୋନ ଚୟନକର୍ତ୍ତାମାନେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି।…

ଆସନ୍ତାକାଲି ଖୋଲିବ ଭିତରକନିକା, ଭ୍ରମଣର ମଜା ନେଇପାରିବେ ପର୍ଯ୍ୟଟକ

କେନ୍ଦ୍ରାପଡ଼ା,୩୧ା୭: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତାକାଲି ଅର୍ଥାତ୍‌ ଶନିବାର ଖୋଲିବ କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନ। ପ୍ରକୃତିପ୍ରେମୀ ତଥା ପର୍ଯ୍ୟଟକମାନେ ପୁଣି ଥରେ…

ଟ୍ରେନ୍‌ରେ ଅଧିକ ସାମଗ୍ରୀ ନେବା ହେଲା ସହଜ! କନ୍‌ଫର୍ମ ଟିକେଟ୍‌ରେ ଆରମ୍ଭ ହେଲା ଅନ୍‌ଲାଇନ୍ ଲଗେଜ୍ ବୁକିଂ

ନୂଆଦିଲ୍ଲୀ,୩୧।୭: ଭାରତୀୟ ରେଳ ୩୧ ଜୁଲାଇରୁ କନ୍‌ଫର୍ମ ଟ୍ରେନ୍ ଟିକେଟ୍ ଥିବା ଯାତ୍ରୀଙ୍କ ପାଇଁ ବ୍ୟକ୍ତିଗତ ଜିନିଷପତ୍ର (ପର୍ସନାଲ ଲଗେଜ୍)ର ଅନ୍‌ଲାଇନ୍ ବୁକିଂ ଆରମ୍ଭ କରିବାକୁ ଯାଉଛି।…

ବଡ଼ ଘୋଷଣା କଲେ ଅଭିଜିତ ଦୀପକେ! ରାଜନୀତିକୁ ଆସିବା ନେଇ… ପଡିଗଲା ଚହଳ

ନୂଆଦିଲ୍ଲୀ,୩୧।୭: ‘କକ୍ରୋଚ ଜନତା ପାର୍ଟି’ (CJP) ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ସାକ୍ଷାତକାରରେ ନିଟ (NEET) ପ୍ରଶ୍ନପତ୍ରଲିକ ସଂଶୋଧନ ବିଲ, ଛାତ୍ର ଆନ୍ଦୋଳନ ଏବଂ ସରକାରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri