Posted inଜାତୀୟ

ସୋରେନ୍‌ଙ୍କ ୩୧ କୋଟି ଟଙ୍କାର ଜମିକୁ ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୫ା୪(ପି.ଟି.):ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ ଓ ତାଙ୍କ ସହଯୋଗୀମାନଙ୍କ ବିରୋଧରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମନିଲଣ୍ଡରିଂ ମାମଲାର ତଦନ୍ତ ଚଳାଇଛି। ଇତିମଧ୍ୟରେ ରାଞ୍ଚତ୍ରେ ଥିବା ସୋରେନ୍‌ଙ୍କ ୮.୮୬ ଏକର ଜମିକୁ ଇଡି ବାଜ୍ୟାପ୍ତ କରିଥିବା ଗୁରୁବାର କହିଛି। ଉକ୍ତ ସମ୍ପତ୍ତିର ମୂଲ୍ୟ ୩୧ କୋଟି ଟଙ୍କା ହେବ ବୋଲି କୁହାଯାଉଛି। ୪୮ ବର୍ଷୀୟ ସୋରେନ୍‌ଙ୍କ ସମେତ ଇଡି ଭାନୁପ୍ରତାପ ପ୍ରସାଦ, ରାଜକୁମାର ପହାନ, ହିଲାରିୟାସ କଛପ ଏବଂ ବିନୋଦ ସିଂଙ୍କ ବିରୋଧରେ ଇଡି ମାର୍ଚ୍ଚ ୩୦ରେ ସ୍ବତନ୍ତ୍ର ପିଏମ୍‌ଏଲ୍‌ଭି କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଥିଲା। କୋର୍ଟ ଗୁରୁବାର ଏହାକୁ ଶୁଣାଣି ପାଇଁ ଗ୍ରହଣ କରିଥିବା ଇଡି କହିଛି। ଉକ୍ତ ୮.୮୬ ଏକର ପ୍ଲଟ୍‌କୁ ଜବତ କରିବା ଲାଗି ଇଡି କୋର୍ଟଙ୍କୁ ନିବେଦନ କରିଛି। ଗତ ଜାନୁଆରୀରେ ଇଡି ସୋରେନ୍‌ଙ୍କୁ ଗିରଫ କରିଥିବାବେଳେ ଏହା ପୂର୍ବରୁ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ସେ ଏବେ ବିଚାରାଧୀନ କଏଦୀ ଭାବେ ରାଞ୍ଚତ୍ର ବିର୍ସାମୁଣ୍ଡା କେନ୍ଦ୍ରୀୟ ଜେଲରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ବିମାନ ଦୁର୍ଘଟଣା; ଦୁଇ ବରିଷ୍ଠ ସାମରିକ ଅଧିକାରୀଙ୍କ ସମେତ ୧୪ ମୃତ

କିନଶାସା,୨୬।୯: ଆଫ୍ରିକୀୟ ଦେଶ ‘ଡେମୋକ୍ରାଟିକ ରିପବ୍ଲିକ ଅଫ ଦ କଙ୍ଗୋ’ (DRC) ରେ ଏକ ବିମାନ ଦୁର୍ଘଟଣାରେ ୧୪ ଜଣ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦେଶର…

ନିଜ ପତ୍ନୀଙ୍କ ଅପେକ୍ଷା ରୋହିତ ଶର୍ମାଙ୍କୁ ଅଧିକ ଭଲ ପାଆନ୍ତି ଧାୱନ! ଭିଡିଓ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୬।୯: କ୍ରିକେଟ ଦୁନିିଆରେ କିଛି ଖେଳାଳି କେବଳ ସେମାନଙ୍କ ଖେଳ ପାଇଁ ନୁହେଁ, ବରଂ ସେମାନଙ୍କ ବନ୍ଧୁତା ପାଇଁ ମଧ୍ୟ ବେଶ ଜଣାଶୁଣା। ପୂର୍ବତନ ଭାରତୀୟ ଅଧିନାୟକ…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

ପହିଲାରୁ ବଦଳିବ LPG Gasର ୫ ବଡ଼ ନିୟମ! ବୁକିଂ କରିବା ପୂର୍ବରୁ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୯: ଅକ୍ଟୋବର ୧ ତାରିଖରୁ ଏଲପିଜି ସିଲିଣ୍ଡର ସହିତ ଜଡିତ ଅନେକ ପରିବର୍ତ୍ତନ ଲାଗୁ ହେବାକୁ ଯାଉଛି। ଏହି ପରିବର୍ତ୍ତନଗୁଡ଼ିକ ଗ୍ୟାସ ବୁକିଂ ଓ ରିଫିଲିଂକୁ ପ୍ରଭାବିତ…

କବାଡ଼ିରେ ଭାରତକୁ ସ୍ବର୍ଣ୍ଣ: ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଇରାନକୁ ହରାଇଲା

ନାଗୋୟା,୨୬।୯:ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା କବାଡ଼ି ଦଳ ଦମଦାର ପ୍ରଦର୍ଶନ କରି ସ୍ବର୍ଣ୍ଣ ପଦକ ଜିତିଛି। ରୋମାଞ୍ଚକର ଫାଇନାଲ ମ୍ୟାଚ୍‌ରେ ଭାରତ ଇରାନକୁ ୩୭-୩୪ ପଏଣ୍ଟରେ…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ SBI କଲା ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍ଲୀ,୨୬।୯: ଯଦି ଆପଣ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (SBI)ର ଗ୍ରାହକ ଏବଂ ଆଗାମୀ ଦିନରେ ବ୍ୟାଙ୍କ ଧର୍ମଘଟ ଯୋଗୁଁ ଟଙ୍କାର ଅଭାବ ହେବା ଚିନ୍ତାରେ ବ୍ୟସ୍ତ…

ଆରପାରିରେ ଆଦର୍ଶ ଶିକ୍ଷକ ସନାତନ: ପାଟଣା ଅଞ୍ଚଳରେ ଶୋକର ଛାୟା

ପାଟଣା, ୨୬।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ଡିଆନାଳୀ ଗ୍ରାମର ଆଦର୍ଶ ଶିକ୍ଷକ ତଥା ବିଶିଷ୍ଟ ସଂଗଠକ, ଶିକ୍ଷାବିତ୍‌ ତଥା…

କେଲୁଅ ନଦୀକୁ ଡେଇଁଲେ ଅଜୟ: ପଛରେ ଅଛି ଏମିତି କାରଣ

ଧର୍ମଶାଳା,୨୬।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ଦେଓଦା ପଞ୍ଚାୟତର ଚଇନିହୁଡ଼ା ଗ୍ରାମର ଜଣେ ଯୁବକ କାଏମା କେଲୁଅ ନଦୀ ବ୍ରିଜ୍‌ରୁ ଡେଇଁ ନିଖୋଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?