Posted inଜାତୀୟ

ଓଡ଼ିଶାର ପୂର୍ବତନ ଏମ୍‌ପି, ୨ ପୂର୍ବତନ ବିଧାୟକଙ୍କ ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ,୫।୮:ଚିଟ୍‌ଫଣ୍ଡ ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ଏକ କମ୍ପାନୀର ୨.୧୬ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଜବତ କରିଛି। ଓଡ଼ିଶାର ଜଣେ ପୂର୍ବତନ ଏମ୍‌ପି ଏବଂ ଦୁଇଜଣ ପୂର୍ବତନ ବିଧାୟକ ପୂର୍ବରୁ ଏହି କମ୍ପାନୀର ନିର୍ଦ୍ଦେଶକ ଥିଲେ। ସେମାନେ ହେଲେ ମୟୂରଭଞ୍ଜର ପୂର୍ବତନ ଏମ୍‌ପି ରାଜଚନ୍ଦ୍ର ହଁାସଦା, କେନ୍ଦୁଝର ସଦରର ପୂର୍ବତନ ବିଧାୟକ ସୁବର୍ଣ୍ଣ ନାଏକ ଏବଂ ଖରିଆରର ପୂର୍ବତନ ବିଧାୟକ ହିତେଶ କୁମାର ବଗର୍ତ୍ତି। ଏମାନଙ୍କ ବ୍ୟତୀତ ଅଞ୍ଜନ କୁମାର ବଳିୟାରସିଂ, ପ୍ରଦୀପ କୁମାର ପଟ୍ଟନାଏକ, କାର୍ତ୍ତିକେୟ ପରିଡ଼ା କମ୍ପାନୀର ନିର୍ଦ୍ଦେଶକ ଅଛନ୍ତି।
ମନିଲଣ୍ଡରିଂ ପ୍ରତିକାର ଆଇନ (ପିଏମ୍‌ଏଲ୍‌ଏ) ଅଧିନରେ ନବଦିଗନ୍ତ କ୍ୟାପିଟାଲ ସର୍ଭିସେସ୍‌ ଲିଃ ଏବଂ ଏହାର ଗ୍ରୁପ୍‌ କମ୍ପାନୀଗୁଡ଼ିକର ସମ୍ପତ୍ତି ବାଜ୍ୟାପ୍ତି ଲାଗି ଅସ୍ଥାୟୀ ନିର୍ଦ୍ଦେଶନାମା ଜାରି ହୋଇଥିଲା। ହଁାସଦା ଏନ୍‌ସିପି ଏବଂ ବିଜେଡି ପରେ ଗତବର୍ଷ ଜେଏମ୍‌ଏମ୍‌ରେ ଯୋଗଦେଇଥିଲେ। ସୁବର୍ଣ୍ଣ ନାଏକ ମଧ୍ୟ ବିଜେଡିରେ ଥିଲେ। ଚିଟ୍‌ଫଣ୍ଡ ମାମଲାରେ ୨୦୧୪ରେ ସେମାନେ ଗିରଫ ହେବା ପରେ ବିଜେଡିରୁ ନିଲମ୍ବିତ ହୋଇଥିଲେ। ଭାଜପା ଟିକେଟରେ ଜିତିଥିବା ବଗର୍ତ୍ତି ମଧ୍ୟ ଗିରଫ ହୋଇଥିଲେ। ଜବତ ସମ୍ପତ୍ତି ମଧ୍ୟରେ ରହିଛି ଆଇଡିବିଆଇ ଏବଂ ଇଣ୍ଡିଆନ ବ୍ୟାଙ୍କର ୪୮ଟି ଆକାଉଣ୍ଟରେ ଜମା ହୋଇଥିବା ୧୬ ଲକ୍ଷ ଟଙ୍କା। ପୁରୀ ଜିଲାର ନରେନ୍ଦ୍ରପୁର ମୌଜା ଏବଂ ଖୋର୍ଦ୍ଧା ଜିଲାର କାଇପଦର ମୌଜାରେ ୨ କୋଟି ଟଙ୍କା ମୂଲ୍ୟର ଦୁଇଟି ଜମି। ସିବିଆଇର ଏତଲା ଓ ଦୁଇଟି ଚାର୍ଜଶିଟ୍‌ ଆଧାରରେ ଅଭିଯୁକ୍ତମାନଙ୍କ ବିରୋଧରେ ମନିଲଣ୍ଡରିଂ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri