ଏହି ଏମ୍‌ପିଙ୍କ ଉପରେ ୯୦୮ କୋଟି ଟଙ୍କାର ଜରିମାନା ଲଗାଇଲା ଇଡି, ୮୯ କୋଟି ଟଙ୍କାର ସମ୍ପତ୍ତି ଜବତ

ନୂଆଦିଲ୍ଲୀ,୨୮ା୮: ଫେମା ମାମଲାରେ ଇଡି ଜଣେ ଏମ୍‌ପିଙ୍କ ଉପରେ ୯୦୮ କୋଟି ଟଙ୍କାର ଜରିମାନା ଲଗାଇଛି। ତେବେ ଡିଏମ୍‌କେ ଏମ୍‌ପି ଏସ୍‌ ଜଗତରକ୍ଷକ ଏବଂ ତାଙ୍କ ପରିବାର ଉପରେ ଇଡି ଏହି ଜରିମାନା କରିଥିବା ବେଳେ ୮୯ କୋଟି ଟଙ୍କାର ସମ୍ପତ୍ତି ଜବତ କରିଛି। ଚେନ୍ନାଇରେ ଇଡି ତାମିଲନାଡୁର ଏମ୍‌ପି ତଥା ବ୍ୟବସାୟୀ ଜଗତ ଏବଂ ତାଙ୍କ ପରିବାର ସଦସ୍ୟଙ୍କ ବିରୋଧରେ ଫେମା ଅଧୀନରେ ଅନୁସନ୍ଧାନ କରିଥିଲା।


‘ଏକ୍ସ’ରେ ଇଡି ପୋଷ୍ଟ କରିଛି ଯେ, ଫେମାର ଧାରା ୩୭-ଏ ଅନୁଯାୟୀ ୮୯.୧୯ କୋଟି ଟଙ୍କା ମୂଲ୍ୟର ସମ୍ପତ୍ତି ଜବତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୋମବାର (୨୬ ଅଗଷ୍ଟ)ରେ ଜାରି କରାଯାଇଥିବା ନିର୍ଦ୍ଦେଶ ଅନୁଯାୟୀ ପ୍ରାୟ ୯୦୮ କୋଟି ଟଙ୍କା ଜରିମାନା ଲାଗୁ କରାଯାଇଛି। ଗତ ବର୍ଷ ଆୟକର ବିଭାଗ ଟିକସ ଫାଙ୍କିବା ମାମଲାରେ ତାଙ୍କ ଘର ଏବଂ କାର୍ଯ୍ୟାଳୟ ସମେତ ଏମ୍‌ପିଙ୍କ ୪୦ରୁ ଅଧିକ ସ୍ଥାନରେ ଚଢ଼ାଉ କରାଯାଇଥିଲା।

ଇଡି ବିବୃତ୍ତି ଅନୁଯାୟୀ, ୧ ଡିସେମ୍ବର ୨୦୨୧ରେ, କେନ୍ଦ୍ରୀୟ ଏଜେନ୍ସି ଡିଏମ୍‌କେ ଏମ୍‌ପି ଜଗତରକ୍ଷକ ତାଙ୍କ ପରିବାର ସଦସ୍ୟ ଏବଂ ସମ୍ପୃକ୍ତ କମ୍ପାନୀ ବିରୋଧରେ ଫେମାର ଧାରା ୧୬ ଅନୁଯାୟୀ ଫେମା ଅଭିଯୋଗ ଦାଖଲ କରିଥିଲା। ୨୦୧୭ରେ ସିଙ୍ଗାପୁରର ଏକ ସେଲ୍‌ କମ୍ପାନୀରେ ୪୨ କୋଟି ଟଙ୍କା ବିନିଯୋଗ, ପରିବାର ସଦସ୍ୟଙ୍କ ମଧ୍ୟରେ ସିଙ୍ଗାପୁରର ଅଂଶଧନ ଅଧିଗ୍ରହଣ ଏବଂ ସ୍ଥାନାନ୍ତର, ଶ୍ରୀଲଙ୍କା ୟୁନିଟ୍‌ରେ ପ୍ରାୟ ୯ କୋଟି ଟଙ୍କା ବିନିଯୋଗ ସମ୍ବନ୍ଧୀୟ ଅଭିଯୋଗ ରହିଛି। ୧୧ ସେପ୍ଟେମ୍ବର ୨୦୨୦ରେ ସମ୍ପତ୍ତି ଜବତ କରିବାକୁ ମଧ୍ୟ ଦାବି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri