ଇଡି ପଞ୍ଝାରେ ଫରେଷ୍ଟ ଗାର୍ଡ: ବାସଭବନରେ ୭ଘଣ୍ଟା ଚଢ଼ାଉ

ଭବାନୀପାଟଣା/କୋକସରା,୨୮ା୨ (ଉତ୍ତମ କୁମାର ଦାଶ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)-ବନୀକରଣ ଓ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗରେ ଶୁକ୍ରବାର କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଜୟପାଟଣା ଫରେଷ୍ଟ ରେଞ୍ଜ କାର୍ଯ୍ୟାଳୟରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଚଢ଼ାଉ କରାଯାଇଛି। ଚଢାଉ ସମୟରେ ଇଡିର ଅଧିକାରୀ କାର୍ଯ୍ୟାଳୟର କାଗଜପତ୍ର ଯାଞ୍ଚ କରିବା ସହ କର୍ମଚାରୀଙ୍କୁ ପଚରାଉଚୁରା କରିଥିଲେ। ସେହିପରି ଜୟପାଟଣା ରେଞ୍ଜରେ କାର୍ଯ୍ୟରତ ଥିବା ବେଣାଖମାର ବିଟ୍‌ ଫରେଷ୍ଟ ଗାର୍ଡ ଅଶୋକ ସାହୁଙ୍କ କୋକସରା ବ୍ଲକ ଲଡୁଗାଁ ବନ୍ଧପଡାସ୍ଥିତ ବାସଭବନରେ ଇଡି ଚଢାଉ କରିଛି। ପୂର୍ବାହ୍ନ ୧୦ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଚଢ଼ାଉ କରିବା ସହ ଫରେଷ୍ଟ ଗାର୍ଡ ସାହୁଙ୍କୁ ଅଧିକାରୀମାନେ ଜେରା କରିଥିଲେ। ପରେ ଫରେଷ୍ଟ ଗାର୍ଡ ସାହୁଙ୍କୁ ଅଧିକାରୀମାନେ ନିଜ ଗାଡିରେ ନେଇଯାଇଥିଲେ। ଏହି ଖବର ସଂଗ୍ରହ ପାଇଁ ଗଣମାଧ୍ୟମ ପ୍ରତିନିଧି ଦୀର୍ଘ ସମୟ ଧରି ଅଶୋକଙ୍କ ବାସଭବନ ଆଗରେ ଅପେକ୍ଷା କରିଥିଲେ ମଧ୍ୟ ଅଧିକାରୀମାନେ କୌଣସି ତଥ୍ୟ ଦେବାକୁ ମନା କରିଦେଇଥିଲେ। ଜଙ୍ଗଲ ବିଭାଗର ବନୀକରଣ ଓ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ହୋଇଥିବା ବହୁ କୋଟି ଟଙ୍କାର ଦୁର୍ନୀତି ଅଭିଯୋଗ ପରେ ଇଡି ପକ୍ଷରୁ ଚଢ଼ାଉ ହୋଇଥିବା ଚର୍ଚ୍ଚା ହେଉଛି। ସୂଚନାଯୋଗ୍ୟ, ପୂର୍ବରୁ ସମ୍ପୃକ୍ତ ଫରେଷ୍ଟ ଗାର୍ଡ ସାହୁଙ୍କ ନାଁରେ ଅନେକ ଅଭିଯୋଗ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ବିଭାଗର ବଡ଼ ନିଷ୍ପତ୍ତି, ଏଣିକି ଓଡ଼ିଆ ନାମ ଅନୁସାରେ ଲେଖାଯିବ ଜିଲାର ଇଂରାଜୀ ନାମ

ଭୁବନେଶ୍ବର,୫।୨: ରାଜ୍ୟର ୭ଟି ଜିଲାର ଇଂରାଜୀ ନାଁ ସଂଶୋଧନ କରିବେ ରାଜ୍ୟ ସରକାର । ଏନେଇ ରାଜସ୍ବ ବିଭାଗ ପକ୍ଷରୁ ପ୍ରକାଶ ପାଇଲା ବିଧିବଦ୍ଧ ବିଜ୍ଞପ୍ତି ।…

୬.୬.୬.୬.୬.୬.୬…ମାତ୍ର ୨୦ ବଲ୍‌ରେ ଚମତ୍କାର କଲେ ଇଶାନ

ନୂଆଦିଲ୍ଲୀ,୫।୨: ଆଇସିସି ଟି-୨୦ ବିଶ୍ୱକପ ୨୦୨୬ ପାଇଁ ଟିମ ଇଣ୍ଡିଆ ପ୍ରସ୍ତୁତି ଆରମ୍ଭ କରିଦେଇଛି। ଗତ ୪ ଫେବୃଆରୀ ରାତିରେ ଟି-୨୦ ବିଶ୍ୱକପ ଅଭ୍ୟାସ ମ୍ୟାଚରେ ଟିମ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri