Posted inଜାତୀୟ

ସୋରେନ୍‌ଙ୍କ ମାଷ୍ଟରପ୍ଲାନ୍‌, ଇସ୍ତଫା ଦେବା ପରେ ପତ୍ନୀ କଳ୍ପନା ହେବେ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ !

ରାଞ୍ଚି,୨।୧: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ତଦନ୍ତ ପରିସରକୁ ଆସିବା ପରଠାରୁ ରାଜନୈତିକ ହଲଚଲ ବଢ଼ିବାରେ ଲାଗିଛି। ଏବେ ଝାଡଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌)ର ଜଣେ ବିଧାୟକ ବ୍ୟକ୍ତିଗତ କାରଣ ଦର୍ଶାଇ ଇସ୍ତଫା ଦେଇଛନ୍ତି। ଏହାପରେ ହେମନ୍ତ ଖୁବ୍‌ଶୀଘ୍ର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ଓ ତାଙ୍କ ପତ୍ନୀ କଳ୍ପନା ସୋରେନ୍‌ ଝାଡଖଣ୍ଡର ଶାସନ ଭାର  ସମ୍ଭାଳିବେ ବୋଲି ଭାଜପା ଏମ୍‌ପି ନୀଶିକାନ୍ତ ଦୁବେ ଦାବି କରିଛନ୍ତି। ଜାନୁୟାରୀ ୩ ବୁଧବାର ହେମନ୍ତ ବିଧାୟକ ଦଳର ବୈଠକ ଡାକିଛନ୍ତି। ଏହି ବୈଠକରେ ରାଜ୍ୟର ରାଜନୀତି ଉପରେ ଚର୍ଚ୍ଚା ହୋଇପାରେ ବୋଲି କୁହାଯାଉଛି।
ଏମ୍‌ପି ନିଶିକାନ୍ତ ଦୁବେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ପୋଷ୍ଟ କରି କହିଛନ୍ତି, ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ବିଧାୟକ ସର୍ଫରାଜ ଅହମ୍ମଦ ବିଧାନସଭାରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ ସ୍ବୀକାର କରାଯାଇଛି। ଏବେ ଆଗକୁ ହେମନ୍ତ ସୋରେନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ। ତାଙ୍କ ସ୍ତ୍ରୀ ଝାଡ଼ଖଣ୍ଡର ନୂଆ ମୁଖ୍ୟମନ୍ତ୍ରୀ ହେବେ। ନୂଆ ବର୍ଷ ସୋରେନ ପରିବାର ପାଇଁ କଷ୍ଟଦାୟକ ହେବ।’

ଅପରପକ୍ଷେ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ବିଧାୟକ ସର୍ଫରାଜ ଇସ୍ତଫା ନେଇ କୌଣସି କାରଣ ଦର୍ଶାଇ ନାହାନ୍ତି। ତେବେ ତାଙ୍କ ଇସ୍ତଫାକୁ ନୂଆ ମୁଖ୍ୟମନ୍ତ୍ରୀଙ୍କ ଲାଗି ଖାଲି କରାଯାଇଥିବା ଆସନ ଭାବେ ଦେଖାଯାଉଛି। ଇଡିର ସମନ ଲଗାତାର ଭାବେ ମିଳୁଥିବାରୁ ମୁଖ୍ୟମନ୍ତ୍ରୀ ସୋରେନ ସ୍ତ୍ରୀ କଳ୍ପନାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିପାରନ୍ତି। ବୁଧବାର ବୈଠକରେ ଏନେଇ ସହମତି ମିଳିପାରେ ବୋଲି ଚର୍ଚ୍ଚା ଜୋର ଧରିଛି।

Enter your email to get our daily news in your inbox.

All Right Reserved By Dharitri.Com

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Khandagiri Melaରେ ବିବାଦ ତୁଟୁନି: ପୁଣି ଚେତାବନୀ ଦେଲେ ମୀରା 

ଭୁବନେଶ୍ୱର,୩୦।୧: Khandagiri Melaରେ ବିଭିନ୍ନ ଯାତ୍ରା ପାର୍ଟି ଯାତ୍ରା ପରିବେଷଣ କରୁଛନ୍ତି। ଏହାରି ମଧ୍ୟରେ କାହ୍ନାଙ୍କ ପରେ ଯାତ୍ରା ଅଭିନେତା କ୍ଷୀତିଶ ବିଶ୍ବାଳଙ୍କୁ ମୀରା ପରିଡ଼ାଙ୍କ ଚେତାବନୀ।…

ବିଦ୍ୟୁତ୍‌ ନେଲା ୫ ମଇଁଷିଙ୍କ ଜୀବନ: ବିଭାଗୀୟ ଅବହେଳାକୁ ଦାୟୀ କଲେ ଗ୍ରାମବାସୀ

ଖଜୁରିପଡ଼ା,୩୦ା୧(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ବ୍ଲକ୍‌ ଅଧୀନ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା…

ବହୁ ଚର୍ଚ୍ଚିତ କ୍ଷୀର ବ୍ୟବସାୟୀ ହତ୍ୟା ମାମଲାର ରାୟ ପ୍ରକାଶ: ୫ ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ବ୍ରହ୍ମପୁର,୩୦ା୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗୋଷାଣିନୂଆଗାଁ ଥାନା ଅନ୍ତର୍ଗତ ହିଲପାଟଣାରେ କ୍ଷୀର ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ବ୍ରହ୍ମପୁର ଅତିରିକ୍ତ…

ୱାର୍ଡସଭ୍ୟଙ୍କୁ ଦୁର୍ବ୍ୟବହାର: କର୍ମଚାରୀ କଲେ ଆନ୍ଦୋଳନ

ଖଡ଼ିଆଳ, ୩୦ା୧ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡିଆଳ ଏନ୍‌ଏସିର ଜଣେ ୱାର୍ଡସଭ୍ୟ ଦୁର୍ବ୍ୟବହାର କରିଥିବା ଅଭିଯୋଗ କରି ଶୁକ୍ରବାର କର୍ମଚାରୀମାନେ କଲମ ଛାଡ ଆନ୍ଦୋଳନ…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri