ଇଡି ନିଜର ନିଷ୍ପତ୍ତି ଗ୍ରହଣ କରିବାକୁ ସମ୍ପୂର୍ଣ୍ଣ ସ୍ବତନ୍ତ୍ର: ଅର୍ଥମନ୍ତ୍ରୀ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୬।୧୦ : ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ଇଡିର ରାଜନୈତିକ ବ୍ୟବହାର ଉପରେ ଜବାବ ଦେଇ କହିଛନ୍ତି ଯେ ଇଡି ଏକ ସ୍ବତନ୍ତ୍ର ଅନୁଷ୍ଠାନ ଏବଂ ଏହା ନିଜେ ନିଷ୍ପତ୍ତି ନିଏ। ଆମେରିକାରେ ଏକ ଗଣମାଧ୍ୟମ ସମ୍ମିଳନୀରେ ସେ ଏହା କହିଛନ୍ତି। ସେ ଇଡିର କାର୍ଯ୍ୟକୁ ସୁରକ୍ଷା କରିଥିଲେ ଏବଂ ଅନୁସନ୍ଧାନକାରୀ ସଂସ୍ଥାଗୁଡ଼ିକୁ ରାଜନୈତିକ ସ୍ତରରେ ବ୍ୟବହାର କରାଯାଉଥିବା କଥାକୁ ଅସ୍ବୀକାର କରିଛନ୍ତି।

ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ ଏବଂ ଆୟକର ବିଭାଗ ଉପରେ ପଚରାଯାଇଥିବା ପ୍ରଶ୍ନର ଉତ୍ତରରେ ନିର୍ମଳା ସୀତାରମଣ କହିଛନ୍ତି ଯେ ଇଡି ଯେଉଁ ସବୁ ମାମଲା ହାତକୁ ନେଇଛି ସେସବୁ ଉପରେ ପୂର୍ବରୁ ଅନ୍ୟ ଏଜେନ୍ସି ମଧ୍ୟ କାମ କରିଛନ୍ତି। ଇଡି ସର୍ବଦା ଟାର୍ଗେଟରେ ଆସିଥାଏ। ଇଡି ପ୍ରଥମେ କ୍ରାଇମ ସିନକୁ ଯାଏ ନାହିଁ। ଆପଣ ଏହିପରି ଅନେକ ଉଦାହରଣ ଦେଖିପାରିବେ। ଯେଉଁଠିକୁ ଇଡି ଯାଏ, ଜବତ ଟଙ୍କା, ଅଳଙ୍କାର ଏବଂ ସୁନା ମିଡିଆ କଭରେଜରେ ଆସିଥାଏ ।

ଏହା ବ୍ୟତୀତ ଅର୍ଥମନ୍ତ୍ରୀ ଜି -୨୦ ର ଆହ୍ବାନ ବିଷୟରେ ମଧ୍ୟ କହିଥିଲେ। ସେ କହିଛନ୍ତି ଯେ ଆମେ ଅନେକ ଜି-୨୦ ନେତାଙ୍କ ସହ କଥା ହୋଇଛୁ। ଏହି ଆଲୋଚନା ସମୟରେ, ଆମେ ବର୍ଷସାରା ସମ୍ମୁଖୀନ ହେଉଥିବା ଆହ୍ବାନ ଏବଂ ଚିନ୍ତାଧାରା ଉପରେ ଧ୍ୟାନ ଦେଇଛୁ । ଇଣ୍ଡୋନେସିଆ ବହୁତ କଠିନ ସମୟ ଦେଇ ଗତି କରିଛି । ସେ କହିଛନ୍ତି ଯେ ଯେତେବେଳେ ଚ୍ୟାଲେଞ୍ଜଗୁଡ଼ିକ ଅନେକ, ସେତେବେଳେ ଆମ ସମସ୍ତଙ୍କୁ ଏକାଠି କାମ କରିବାକୁ ପଡିବ ।

ଏହା ସହିତ ଅର୍ଥମନ୍ତ୍ରୀ ବିଶ୍ୱ ବ୍ୟାଙ୍କ ଅଧ୍ୟକ୍ଷ ଡେଭିଡ ମାଲପାସଙ୍କୁ ଭେଟିଛନ୍ତି। ଏହି ବୈଠକ ବିଷୟରେ ସେ କହିଛନ୍ତି ଯେ ମୁଁ ବିଶ୍ୱ ବ୍ୟାଙ୍କର ଅଧ୍ୟକ୍ଷଙ୍କୁ ଭେଟିଛି। ଏହା ସହିତ ଭାରତରେ ଡିଜିଟାଇଜେଶନ ବିଷୟରେ ମଧ୍ୟ ଆଲୋଚନା ହୋଇଛି। କିଭଳି ସାଧାରଣ ଲୋକମାନେ ମଧ୍ୟ ଡିଜିଟାଲ ଆପ ବ୍ୟବହାର କରୁଛନ୍ତି ସେ ନେଇ ଚର୍ଚ୍ଚା ହୋଇଥିବା ଅର୍ଥମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ରୁଷିଆ ଯାତ୍ରା କରୁଥିବା ବ୍ୟକ୍ତିଙ୍କ ପାଇଁ MEA ପକ୍ଷରୁ ଆଡଭାଇଜରୀ ଜାରି; କୁହାଯାଇଛି ଯେ, ‘ରିପୋର୍ଟରୁ ଜଣାପଡ଼ୁଛି ଯେ…’

ନୂଆଦିଲ୍ଲୀ,୧।୧୦: ଭାରତ ସରକାର ରୁଷିଆ ଯାତ୍ରା କରୁଥିବା ଯାତ୍ରୀମାନଙ୍କ ପାଇଁ ଏକ ଆଡଭାଇଜରୀ ଜାରି କରିଛନ୍ତି। ଗୁରୁବାର ‘ଏକ୍ସ’ (X) ରେ ଏକ ପୋଷ୍ଟ ମାଧ୍ୟମରେ ବୈଦେଶିକ…

ବୈଜ୍ଞାନିକଙ୍କ ଚମତ୍କାରିତା, ଭୂକମ୍ପ ଆସିଲେ ପବନରେ ଉଡ଼ିବ ଘର! ଜାଣନ୍ତୁ କେମିତି

ଟୋକିଓ,୧ା୧୦: ଭୂକମ୍ପ ଆସିଲେ ଘର ଦୋହଲିବ ନାହିଁ, ବରଂ ଜମିରୁ ପ୍ରାୟ ୩ ସେଣ୍ଟିମିଟର ଉପରକୁ ଉଠିଯିବ! ଜାପାନର ଏକ କମ୍ପାନୀ ବିକଶିତ କରିଥିବା ଏଭଳି ଭୂକମ୍ପ…

ଫ୍ଲାଏଦୁବାଇ ବିମାନର ନାୟକ ସ୍ମିତଙ୍କୁ ଇସ୍ରାଏଲ ପ୍ରଦାନ କରିବ ବୀରତ୍ୱ ପୁରସ୍କାର, ଆଉ ୪ ଇସ୍ରାଏଲ ନାଗରିକ ପାଇବେ…

ଜେରୁଜେଲମ,୧।୧୦: ଫ୍ଲାଏଦୁବାଇ ଫ୍ଲାଇଟ FZ1073 ରେ ପ୍ରାୟ 180 ଜଣ ଯାତ୍ରୀଙ୍କୁ ବଡ଼ ବିପଦରୁ ଉଦ୍ଧାର କରିଥିବା ଭାରତୀୟ ପାଇଲଟ କ୍ୟାପ୍ଟେନ ସ୍ମତ ମଚ୍ଛାରଙ୍କ ସାହସିକତା ଇସ୍ରାଏଲରେ…

ସ୍ମିତଙ୍କୁ କରାଗଲା ଏୟାର ଲିପ୍ଟ, ପରିବାରକୁ ଭେଟିଲେ ରାଷ୍ଟ୍ରଦୂତ

ନୂଆଦିଲ୍ଲୀ,୧।୧୦: ଫ୍ଲାଏଦୁବାଇ ବିମାନରେ ଆକ୍ରମଣକାରୀଙ୍କ ମୁକାବିଲା ପାଇଁ ନିଜ ଜୀବନକୁ ବାଜି ଲଗାଇଥିବା ଭାରତୀୟ ପାଇଲଟ ସ୍ମିତ ମଚ୍ଛାରଙ୍କ ଅବସ୍ଥା ସ୍ଥିର ଅଛି। ଏହି ସମୟରେ, ୟୁଏଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?