Posted inଜାତୀୟ

ଏନସିପି ଛାଡି ଶିନ୍ଦେ ସରକାରରେ ସାମିଲ ହୋଇଥିବା ନେତାଙ୍କ ଉପରେ ଚାଲିଛି ଭ୍ରଷ୍ଟାଚାରର ଯାଞ୍ଚ

ମୁମ୍ବାଇ,୪।୭: ମହାରାଷ୍ଟ୍ରରେ ଯେଉଁ ନେତାଙ୍କ ଉପରେ ଭାରତୀୟ ଜନତା ପାର୍ଟି(ଭାଜପା)ଭ୍ରଷ୍ଟାଚାରର ଅଭିଯୋଗ ଲଗାଇଛି ଏବେ ସେମାନେ ସରକାରରେ ସାମିଲ ହୋଇଯାଇଛନ୍ତି। ବିରୋଧୀ ପୂର୍ବରୁ ହିଁ ଭାଜପାକୁ ‘ଓ୍ବାଶିଂ ମେଶିନ’ କହି ଟାର୍ଗେଟ କରି ଚାଲିଛି। ମହାରାଷ୍ଟ୍ରରେ ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ଭାଜପା ନେତା କିରିଟ ସୋମାୟାଙ୍କ ଏକ ଭିଡିଓ ମଧ୍ୟ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ସେ ପୂର୍ବତନ ଏନସିପି ନେତା ହାସନ ମିୟାନଲାଲ ମୁଶରିଫଙ୍କ ଉପରେ ଭ୍ରଷ୍ଟାଚାର ବା ଦୁର୍ନୀତି ଅଭିଯୋଗ କରିଛନ୍ତି। ବର୍ତ୍ତମାନ ହାସନ ଭାଜପା-ଶିବସେନା ସରକାରରେ ମନ୍ତ୍ରୀ ହୋଇଛନ୍ତି।
ସୂଚନାଯୋଗ୍ୟ, ଜୁଲାଇ ୨ରେ, ରାତି ପ୍ରାୟ ୨ଟା ୩୦ସମୟରେ, ଏନସିପି ମୁଖ୍ୟ ଶରଦ ପାୱାରଙ୍କ ପୁତୁରା ତଥା ଦଳର ଜଣେ ବରିଷ୍ଠ ନେତା ଅଜିତ ପାୱାର ଶିବସେନା-ଭାଜପା ସରକାରରେ ଯୋଗ ଦେଇଥିଲେ। ପରେ ଅଜିତ ପାୱାର ନିଜର ଟୁଇଟର ପ୍ରୋଫାଇଲକୁ ମହାରାଷ୍ଟ୍ରର ଉପ ମୁଖ୍ୟମନ୍ତ୍ରୀରେ ପରିବର୍ତ୍ତନ କରିଥିଲେ।
ଶପଥ ଗ୍ରହଣ କରିବା ପରେ ଅଜିତ ପାୱାର ଗଣମାଧ୍ୟମ ସାମ୍ନାକୁ ଆସିବା ଆସିଥିଲେ। ସେ ଏକ ଖବରଦାତା ସମ୍ମିଳନୀରେ ଯୋଗ ଦେଇତିବା ବେଳେ ଛଗନ ଭୁଜବଳ ଏବଂ ପ୍ରଫୁଲ୍ଲ ପଟେଲ ମଧ୍ୟ ତାଙ୍କ ସହ ଉପସ୍ଥିତ ଥିଲେ। କିଛି ଦିନ ପୂର୍ବେ ଶରଦ ପାୱାରଙ୍କ ଦ୍ୱାରା ପ୍ରଫୁଲ୍ଲ ପଟେଲଙ୍କୁ ଦଳର କାର୍ଯ୍ୟକାରୀ ସଭାପତି କରାଯାଇଥିଲା।
ଏହି ବିଦ୍ରୋହରେ ଅଜିତ ପାୱାରଙ୍କ ସହ ଏନସିପିର ମୋଟ ୯ନେତା ଜଡିତ ଥିଲେ। ସେମାନଙ୍କ ମଧ୍ୟରେ ଥିଲେ ଛଗନ ଭୁଜବଳ, ଦିଲୀପ ୱାଲସେ ପାଟିଲ, ହାସନ ମୁଶରିଫ, ଅନିଲ ପାଟିଲ, ଅଦିତି ତଟକରେ, ଧନଞ୍ଜୟ ମୁଣ୍ଡେ, ଧର୍ମାରାଓ ଆତ୍ରାମ, ସଞ୍ଜୟ ବନସୋଡେଙ୍କ ଭଳି ବରିଷ୍ଠ ନେତାମାନେ ମଧ୍ୟ ମହାରାଷ୍ଟ୍ର ମନ୍ତ୍ରୀ ଭାବରେ ଶପଥ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri