Posted inଜାତୀୟ

କେଜରିୱାଲଙ୍କ ପିଏଙ୍କୁ ଇଡି ନୋଟିସ, ହେବ ପଚରାଉଚରା…

ନୂଆଦିଲ୍ଲୀ,୨୩।୨ : ଦିଲ୍ଲୀର ଏକ୍ସାଇଜ ସ୍କାମ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ଗୁରୁବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବ୍ୟକ୍ତିଗତ ସଚିବ(ପିଏ)ଙ୍କୁ ଡକାଇଛନ୍ତି। ଏକ୍ସାଇଜ ସ୍କାମ ସମ୍ପର୍କରେ ଇଡି ପିଏଙ୍କୁ ପଚରାଉଚରା କରିବେ।

ମନୀଷ ସିସୋଡିଆ, ସତ୍ୟେନ୍ଦ୍ର ଜୈନଙ୍କୁ ମଧ୍ୟ ଏହି ପ୍ରସଙ୍ଗରେ ପଚରାଉଚରା କରାଯାଇଛି। ସିବିଆଇ ଏହି ମାମଲାର ଯାଞ୍ଚ କରୁଛି।

ଜାନୁଆରୀରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଅଭିଯୁକ୍ତ ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ୭ କମ୍ପାନୀ ସହିତ ପାଞ୍ଚ ଜଣଙ୍କ ବିରୋଧରେ ଏକ ସପ୍ଲିମେଣ୍ଟାରୀ ଚାର୍ଜଶିଟ ଦାଖଲ କରିଥିଲେ। ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ନାମ ଇଡି ଦାଖଲ କରିଥିବା ଦ୍ୱିତୀୟ ଚାର୍ଜଶିଟରେ ଅନ୍ତର୍ଭୁକ୍ତ କରାଯାଇ ନାହିଁ। ଏହି ମାମଲାରେ ଦାଖଲ ହୋଇଥିବା ଏଫଆଇଆରରେ ସିସୋଡିଆଙ୍କର ନାମ ରହିଛି।

ରାଉସ ଆଭେନ୍ୟୁ କୋର୍ଟର ସ୍ବତନ୍ତ୍ର ବିଚାରପତି ଏମ.କେ ନାଗପାଲଙ୍କ କୋର୍ଟରେ ଦାଖଲ ହୋଇଥିବା ସପ୍ଲିମେଣ୍ଟାରୀ ଚାର୍ଜଶିଟରେ ବିଜୟ ନାୟାର, ଶରତ ରେଡ୍ଡୀ, ବିନୟ ବାବୁ, ଅଭିଷେକ ବୋନପାଲୀ ଏବଂ ଅମିତ ଆରୋରାଙ୍କୁ ଅଭିଯୁକ୍ତ ଭାବେ ନାମିତ କରାଯାଇଛି। ଏହି ମାମଲାରେ ସିସୋଡିଆଙ୍କ ବିରୋଧରେ ଇଡି ଏପର୍ଯ୍ୟନ୍ତ ଚାର୍ଜଶିଟ ଦାଖଲ କରିନାହାଁନ୍ତି କିନ୍ତୁ ତଦନ୍ତ ଜାରି ରହିଛି ବୋଲି କହିଛନ୍ତି। ଏକ୍ସାଇଜ ପଲିସିରେ ଆର୍ଥିକ ଅନିୟମିତତା ଅଭିଯୋଗ ଆସିବା ପରେ ଏହି ନୀତି ବାତିଲ କରାଯାଇଥିଲା।

ମନି ଲଣ୍ଡରିଂ ଆକ୍ଟର ବିଭିନ୍ନ ବିଭାଗ ଅଧୀନରେ ଇଡି ଏହି ମାମଲାରେ ଦ୍ୱିତୀୟ ଚାର୍ଜଶିଟ ଦାଖଲ କରିଛି। ଗତ ବର୍ଷ ନଭେମ୍ବରରେ ପ୍ରଥମ ଚାର୍ଜଶିଟ ଦାଖଲ କରାଯାଇଥିଲା। ଚାର୍ଜଶିଟରେ ଏପର୍ଯ୍ୟନ୍ତ ଗିରଫ ହୋଇଥିବା ବ୍ୟକ୍ତିଙ୍କ ସମେତ ମୋଟ ୧୨ ଜଣଙ୍କ ନାମ ଦିଆଯାଇଛି। ଏହି ମନି ଲଣ୍ଡରିଂ ମାମଲା ସିବିଆଇ ଏଫଆଇଆର ଉପରେ ଆଧାରିତ।


Enter your email to get our daily news in your inbox.

All Right Reserved By Dharitri.Com

ଭିଣୋଇ ଆସିଲେ ଘରର କାଗଜ ପତ୍ର ଲୁଚାଇ ଦେବେ, ରବର୍ଟ ଭଦ୍ରାଙ୍କୁ ଟାର୍ଗେଟ କଲେ ସ୍ମୃତି ଇରାନୀ

ନୂଆଦିଲ୍ଲୀ,୨୪।୪: ବୁଧବାର ଉତ୍ତର ପ୍ରଦେଶର ଆମେଠୀରେ ଏକ ନିର୍ବାଚନ କାର୍ଯ୍ୟକ୍ରମକୁ ସମ୍ବୋଧିତ କରୁଥିବା ବେଳେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ ଗାନ୍ଧୀ ପରିବାରକୁ ଟାର୍ଗେଟ କରିଛନ୍ତି।...

ସନ୍ଦେହ ଆଧାରରେ ନିଷ୍ପତ୍ତି ଦିଆଯିବ ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୪: ନିର୍ବାଚନ ଆୟୋଗଙ୍କ ସ୍ପଷ୍ଟୀକରଣ ପରେ ସୁପ୍ରିମକୋର୍ଟ ବୁଧବାର ଇଭିଏମ୍‌ ଭିଭିପାଟ ମାମଲାରେ ନିଜର ନିଷ୍ପତ୍ତି ସଂରକ୍ଷଣ କରିଛନ୍ତି ଏବଂ ସନ୍ଦେହ ଆଧାରରେ ଏହି ନିଷ୍ପତ୍ତି...

ବ୍ୟାନ ହେଲା ଭାରତୀୟ ମସଲା ଏମଡିଏଚ-ଏଭରେଷ୍ଟ

ନୂଆଦିଲ୍ଲୀ,୨୪।୪: ଭାରତର ବଡ଼ ମସଲା କମ୍ପାନୀକୁ ନେଇ ଆସିଲା ବଡ଼ ଖବର। ଘରେ ଘରେ ବ୍ୟବହାର ହେଉଥିବା ଏହି ମସଲା ଘାତକ ସାବ୍ୟସ୍ତ ହୋଇପାରେ। କାରଣ...

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ...

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪)...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri