Posted inଜାତୀୟ

କେଜରିୱାଲଙ୍କ ପିଏଙ୍କୁ ଇଡି ନୋଟିସ, ହେବ ପଚରାଉଚରା…

ନୂଆଦିଲ୍ଲୀ,୨୩।୨ : ଦିଲ୍ଲୀର ଏକ୍ସାଇଜ ସ୍କାମ ମାମଲାରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ଗୁରୁବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବ୍ୟକ୍ତିଗତ ସଚିବ(ପିଏ)ଙ୍କୁ ଡକାଇଛନ୍ତି। ଏକ୍ସାଇଜ ସ୍କାମ ସମ୍ପର୍କରେ ଇଡି ପିଏଙ୍କୁ ପଚରାଉଚରା କରିବେ।

ମନୀଷ ସିସୋଡିଆ, ସତ୍ୟେନ୍ଦ୍ର ଜୈନଙ୍କୁ ମଧ୍ୟ ଏହି ପ୍ରସଙ୍ଗରେ ପଚରାଉଚରା କରାଯାଇଛି। ସିବିଆଇ ଏହି ମାମଲାର ଯାଞ୍ଚ କରୁଛି।

ଜାନୁଆରୀରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଅଭିଯୁକ୍ତ ଏକ୍ସାଇଜ ପଲିସି ସ୍କାମ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ୭ କମ୍ପାନୀ ସହିତ ପାଞ୍ଚ ଜଣଙ୍କ ବିରୋଧରେ ଏକ ସପ୍ଲିମେଣ୍ଟାରୀ ଚାର୍ଜଶିଟ ଦାଖଲ କରିଥିଲେ। ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ନାମ ଇଡି ଦାଖଲ କରିଥିବା ଦ୍ୱିତୀୟ ଚାର୍ଜଶିଟରେ ଅନ୍ତର୍ଭୁକ୍ତ କରାଯାଇ ନାହିଁ। ଏହି ମାମଲାରେ ଦାଖଲ ହୋଇଥିବା ଏଫଆଇଆରରେ ସିସୋଡିଆଙ୍କର ନାମ ରହିଛି।

ରାଉସ ଆଭେନ୍ୟୁ କୋର୍ଟର ସ୍ବତନ୍ତ୍ର ବିଚାରପତି ଏମ.କେ ନାଗପାଲଙ୍କ କୋର୍ଟରେ ଦାଖଲ ହୋଇଥିବା ସପ୍ଲିମେଣ୍ଟାରୀ ଚାର୍ଜଶିଟରେ ବିଜୟ ନାୟାର, ଶରତ ରେଡ୍ଡୀ, ବିନୟ ବାବୁ, ଅଭିଷେକ ବୋନପାଲୀ ଏବଂ ଅମିତ ଆରୋରାଙ୍କୁ ଅଭିଯୁକ୍ତ ଭାବେ ନାମିତ କରାଯାଇଛି। ଏହି ମାମଲାରେ ସିସୋଡିଆଙ୍କ ବିରୋଧରେ ଇଡି ଏପର୍ଯ୍ୟନ୍ତ ଚାର୍ଜଶିଟ ଦାଖଲ କରିନାହାଁନ୍ତି କିନ୍ତୁ ତଦନ୍ତ ଜାରି ରହିଛି ବୋଲି କହିଛନ୍ତି। ଏକ୍ସାଇଜ ପଲିସିରେ ଆର୍ଥିକ ଅନିୟମିତତା ଅଭିଯୋଗ ଆସିବା ପରେ ଏହି ନୀତି ବାତିଲ କରାଯାଇଥିଲା।

ମନି ଲଣ୍ଡରିଂ ଆକ୍ଟର ବିଭିନ୍ନ ବିଭାଗ ଅଧୀନରେ ଇଡି ଏହି ମାମଲାରେ ଦ୍ୱିତୀୟ ଚାର୍ଜଶିଟ ଦାଖଲ କରିଛି। ଗତ ବର୍ଷ ନଭେମ୍ବରରେ ପ୍ରଥମ ଚାର୍ଜଶିଟ ଦାଖଲ କରାଯାଇଥିଲା। ଚାର୍ଜଶିଟରେ ଏପର୍ଯ୍ୟନ୍ତ ଗିରଫ ହୋଇଥିବା ବ୍ୟକ୍ତିଙ୍କ ସମେତ ମୋଟ ୧୨ ଜଣଙ୍କ ନାମ ଦିଆଯାଇଛି। ଏହି ମନି ଲଣ୍ଡରିଂ ମାମଲା ସିବିଆଇ ଏଫଆଇଆର ଉପରେ ଆଧାରିତ।


Enter your email to get our daily news in your inbox.

All Right Reserved By Dharitri.Com

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri