ଅର୍ଚ୍ଚନାଙ୍କ ଜାମିନ ଆବେଦନକୁ ଇଡିର ବିରୋଧ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ସହଯୋଗୀ ଖଗେଶ୍ୱର ବେହେରା ଦୀର୍ଘଦିନ ହେବ ଝାରପଡ଼ା ଜେଲରେ ଅଛନ୍ତି। ନୟାପଲ୍ଲୀ ଥାନା ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଜାମିନ ମିଳିଥିବାବେଳେ ଖଣ୍ଡଗିରି ଥାନା ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମାମଲାରେ ଜାମିନ ମିଳିନାହିଁ। ଇଡି ମାମଲାରେ ଅର୍ଚ୍ଚନାଙ୍କ ପକ୍ଷରୁ ହାଇକୋର୍ଟରେ ହୋଇଥିବା ଜାମିନ ଆବେଦନର ସୋମବାର ଶୁଣାଣି ହୋଇଥିଲା। ଏହି ସମୟରେ ଅର୍ଚ୍ଚନାଙ୍କ ବେଲ୍‌ ପିଟିଶନ୍‌କୁ ଇଡି ପକ୍ଷରୁ ବିରୋଧ କରାଯାଇଥିଲା। ତେବେ କାହିଁକି ଅର୍ଚ୍ଚନାଙ୍କୁ ଜାମିନ ଦିଆ ନ ଯିବ ସେନେଇ ଜବାବ ଦାଖଲ ପାଇଁ ଇଡିକୁ କୋର୍ଟ କହିଥିଲେ। ଏଥିପାଇଁ ଇଡି ସମୟ ନେବା ସହ ଜୁନ୍‌ ୨୬ରେ ଥିବା ପରବର୍ତ୍ତୀ ଶୁଣାଣିରେ ଇଡି ଜବାବ ଦାଖଲ କରିବ। ଅର୍ଚ୍ଚନାଙ୍କ ପକ୍ଷରୁ ଓକିଲ ବିଶ୍ୱଚନ୍ଦନ ମହାନ୍ତି କିଛିଦିନ ତଳେ ହାଇକୋର୍ଟରେ ବେଲ୍‌ ପିଟିଶନ୍‌ ଦାଖଲ କରିଥିଲେ।
ସୂଚନାଯୋଗ୍ୟ, ଶ୍ରଦ୍ଧାଞ୍ଜଳି ବେହେରାଙ୍କ ଦ୍ୱାରା ଅର୍ଚ୍ଚନା ବ୍ଲାକ୍‌ମେଲ କରି ଧମକ ଦେବା ସହ ଟଙ୍କା ମାଗୁଥିବା ନେଇ ଅକ୍ଷୟ ପରିଜା ଗତବର୍ଷ ସେପ୍ଟେମ୍ବର ୩୦ରେ ନୟାପଲ୍ଲୀ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁକରି ଅର୍ଚ୍ଚନା ଓ ଶ୍ରଦ୍ଧାଞ୍ଜଳିଙ୍କୁ ଅଭିଯୁକ୍ତ ଦର୍ଶାଇଥିଲା। ସେପଟେ ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱର ନିଶାଦେଇ ଭିଡିଓ କରିବା ପରେ ବ୍ଲାକ୍‌ମେଲ୍‌ କରି ହନିଟ୍ରାପ୍‌ରେ ଫସାଇବାକୁ ବାଧ୍ୟ କରୁଥିଲେ ବୋଲି ଶ୍ରଦ୍ଧାଞ୍ଜଳି ଖଣ୍ଡଗିରି ଥାନାରେ ଅକ୍ଟୋବର ୨ରେ ଅଭିଯୋଗ କରିଥିଲେ। ପୋଲିସ ଅକ୍ଟୋବର ୬ରେ ଅର୍ଚ୍ଚନା ଓ ପରେ ଜଗବନ୍ଧୁଙ୍କୁ ଗିରଫ କରିଥିଲା। ସେହିପରି ବେଆଇନ ଅର୍ଥ କାରବାର ଅଭିଯୋଗରେ ଇଡି ନଭେମ୍ବର ୧୧ରେ ଖଗେଶ୍ୱରଙ୍କୁ ଗିରଫ କରିବା ସହ ଜେଲରେ ଥିବା ଅର୍ଚ୍ଚନାଙ୍କୁ ଡିସେମ୍ବର ୧୩ ଓ ଜଗବନ୍ଧୁଙ୍କୁ ଡିସେମ୍ବର ୨୩ରେ ରିମାଣ୍ଡରେ ଆଣି ଗିରଫ ଦର୍ଶାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ: କାଶୀ ବିଶ୍ୱବିଦ୍ୟାଳୟରେ ଶୁଭିଲା ଓଡ଼ିଆଙ୍କ ସ୍ବର

ଭୁବନେଶ୍ୱର,୨।୪(ସୌମ୍ୟରଞ୍ଜନ ରାଉତ):ଓଡ଼ିଶା ଦିବସ ପାଳନ ଅବସରରେ ‘ଓଡ଼ିଆକୁ ଜାଣ, ଓଡ଼ିଶାକୁ ଜାଣ’ ଶୀର୍ଷକ ୨ଦିନିଆ ଜାତୀୟ ସମ୍ମିଳନୀର ୨ୟ ସଂସ୍କରଣ କାଶୀ ହିନ୍ଦୁ ବିଶ୍ବବିଦ୍ୟାଳୟ ବାରାଣସୀରେ ଉଦ୍‌ଘାଟିତ…

ଓଜନ ହ୍ରାସ ଔଷଧ ବେଆଇନ ବିକ୍ରିକଲେ ଲାଇସେନ୍ସ ରଦ୍ଦ: କେନ୍ଦ୍ରର ଚେତାବନୀ

ନୂଆଦିଲ୍ଲୀ,୨ା୪:ଓଜନ ହ୍ରାସ ପାଇଁ ଉଦ୍ଦିଷ୍ଟ ଔଷଧଗୁଡ଼ିକ ଭାରତୀୟ ବଜାରରେ ସହଜରେ ଉପଲବ୍ଧ ହେଉଥିବାରୁ ଏହାର ଅପବ୍ୟବହାର ବଢ଼ିବାରେ ଲାଗିଛି। ଏଭଳି ଡ୍ରଗ୍ସ ବିକ୍ରେତାଙ୍କ ଲାଇସେନ୍ସ ରଦ୍ଦ କରାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri