Posted inଜାତୀୟ

ଓମାର ଅବଦୁଲ୍ଲାଙ୍କୁ ଇଡିର ଜେରା

ନୂଆଦିଲ୍ଲୀ,୭।୪: ଜମ୍ମୁ-କଶ୍ମୀର ବ୍ୟାଙ୍କ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ନ୍ୟାଶନାଲ କନ୍‌ଫରେନ୍ସ(ଏନ୍‌ସି) ନେତା ଓମାର ଅବଦୁଲ୍ଲାଙ୍କୁ ଜେରା କରିଛି। ଋଣ ମଞ୍ଜୁରୀ ଓ ନିବେଶରେ ଅନିୟମିତତା ଅଭିଯୋଗ ନେଇ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ପୂର୍ବରୁ ଜମ୍ମୁ-କଶ୍ମୀର ବ୍ୟାଙ୍କର ପୂର୍ବତନ ଅଧ୍ୟକ୍ଷ ମୁସ୍ତାକ୍‌ ଅହମଦ ଶେଖ୍‌ଙ୍କ ବିରୋଧରେ ମାମଲା ରୁଜୁ କରିଥିଲା। ସିବିଆଇର ଏତଲାକ୍ରମେ ଇଡି ମନିଲଣ୍ଡରିଂ ଦିଗ ଉପରେ ତଦନ୍ତ ଆରମ୍ଭ କରିଛି। ଅନ୍ୟପକ୍ଷରେ ଏହି ଜେରାକୁ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି ଏନ୍‌ସି କହିଛି। ଦିଲ୍ଲୀ ଓମାରଙ୍କ ଘର ହୋଇ ନ ଥିବା ବେଳେ ରମଜାନ ମାସରେ ତାଙ୍କୁ ଜେରା ପାଇଁ ଦିଲ୍ଲୀ ଡକାଗଲା କାହିଁକି ବୋଲି ଦଳ ପ୍ରଶ୍ନ କରିଛି। ବ୍ୟାଙ୍କର କେତେଜଣ ନିର୍ଦ୍ଦେଶକଙ୍କୁ ଓମାର ନିଯୁକ୍ତ କରାଇଥିବାରୁ ତାଙ୍କ ସହ ସମ୍ପର୍କକୁ ନେଇ ଇଡି ଜେରା କରିଥିବା କୁହାଯାଉଛି। ଜମ୍ମୁ-କଶ୍ମୀର ବ୍ୟାଙ୍କ ଋଣ ମଞ୍ଜୁରୀରେ ଅନିୟମିତତା, ନିଯୁକ୍ତିରେ ପ୍ରୀୟାପ୍ରୀତି ତୋଷଣ ଓ ବ୍ୟାଙ୍କ କାର୍ଯ୍ୟକୁ ନେଇ ୨୦୧୯ରୁ ତଦନ୍ତ ଚାଲିଛି। ରାଜ୍ୟ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଉକ୍ତ ବ୍ୟାଙ୍କ ଓ ଏହାର ଅଧିକାରୀମାନଙ୍କ ବିରୋଧରେ ଏକାଧିକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

ଥୁଆମୂଳ ରାମପୁର ପୋଲିସର କାର୍ଯ୍ୟାନୁଷ୍ଠାନ, ୩ଟି ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୧୫ା୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ପୋଲିସ ପକ୍ଷରୁ ବେଆଇନ ବାଲି ଚୋରା ଚାଲାଣ ବିରୋଧରେ ଏକ ବଡ଼ ଧରଣର…

ସବୁଠାରୁ କମ୍ ବୟସରେ ଅଙ୍ଗଦାନ: ୫ ଜଣଙ୍କୁ ନୂଆ ଜୀବନ ଦେଲା ୧୦ ମାସର ଶିଶୁ

ଥିରୁଅନନ୍ତପୁରମ୍,୧୫।୨: ଜଣେ ୧୦ ମାସର ଶିଶୁ କନ୍ୟାର ନିଷ୍ପାପ ଅଙ୍ଗ ବଞ୍ଚାଇବ ପାଞ୍ଚ ଜଣଙ୍କ ଜୀବନ। କେରଳର ପଠାନମତିଟ୍ଟା ଜିଲା ମାଲାପ୍ପଲ୍ଲୀର ୧୦ ମାସର ଶିଶୁ ଆଲିନ୍…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri