Posted inଜାତୀୟ

କେଜ୍‌ରିଓ୍ବାଲ ହାଜର ହେବା ପୂର୍ବରୁ ମନ୍ତ୍ରୀ ରାଜକୁମାରଙ୍କ ଘରେ ଇଡିର ଚଢ଼ାଉ

ନୂଆଦିଲ୍ଲୀ,୨।୧୧: ଗୋଟିଏ ପଟେ ଇଡି ପକ୍ଷରୁ ପଚରାଉଚରା ଲାଗି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଡକାଯାଇଥିବା ବେଳେ ଅପରପକ୍ଷେ ତାଙ୍କ ଦଳର ବିଧାୟକଙ୍କ ଘରେ ଚଢ଼ାଉ ମଧ୍ୟ ଜାରି ରଖିଛି। ଏହି କ୍ରମରେ ଗୁରୁବାର ଦିଲ୍ଲୀ ସରକାରଙ୍କ ସାମାଜିକ କଲ୍ୟାଣ ମନ୍ତ୍ରୀ ରାଜକୁମାର ଆନନ୍ଦଙ୍କ ଘରେ ଇଡି ଟିମ୍‌ ପହଞ୍ଚିଛି। ସିଭିଲ୍‌ ଲାଇନ୍‌ରେ ଥିବା ମନ୍ତ୍ରୀଙ୍କ ସରକାରୀ ବାସଭବନରେ ଇଡି ପକ୍ଷରୁ ଚଢ଼ାଉ କରାଯାଇଛି। ଏହାଛଡ଼ା ମନ୍ତ୍ରୀଙ୍କ ୮ ରୁ ୯ ଠିକଣା ସ୍ଥାନରେ ମଧ୍ୟ ଚଢ଼ାଉ କରାଯାଉଥିବା ସୂଚନା ମିଳିଛି।

ମନି ଲଣ୍ଡରିଂ ମାମଲାରେ ରାଜକୁମାର ଆନନ୍ଦଙ୍କ ଘରେ ଚଢ଼ାଉ କରାଯାଇଛି। ମଦ ଦୁର୍ନୀତିକୁ ନେଇ ଇଡି କ୍ରମାଗତ ଭାବରେ ଆମ ଆଦମୀ ଦଳର ନେତା, ବିଧାୟକ ଏବଂ ମନ୍ତ୍ରୀଙ୍କ ଉପରେ ଚଢାଉ କରୁଛି। ମଦ ଦୁର୍ନୀତି ମାମଲାର ମନି ଲଣ୍ଡରିଂ ମାମଲାରେ ସିଏମ୍‌ ଅରବିନ୍ଦ କେଜ୍‌ରିିୱାଲଙ୍କୁ ପଚରାଉଚରା ପାଇଁ କୁହାଯାଇଛି। ଗୁରୁବାର ୧୧ ଟା ସୁଦ୍ଧା ସେ ଇଡି କାର୍ଯ୍ୟାଳୟରେ ପହଞ୍ଚିପାରନ୍ତି। ଏହାପୂର୍ବରୁ ଏହି ଜାଲିଆତି ମାମଲାରେ ଦଳର ସଞ୍ଜୟ ସିଂ, ଡେପୁଟି ସିଏମ୍‌ ମନୀଷ ସିସୋଡିଆ ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜେନା ଜେଲରେ ଅଛନ୍ତି। ନିକଟରେ ଇଡି ରାଜ୍ୟସଭା ଏମ୍‌ପି ସଞ୍ଜୟ ସିଂଙ୍କ ଘରେ ଚଢ଼ାଉ କରିବା ପରେ ତାଙ୍କୁ ଗିରଫ କରିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ଭାରତର ଭିତ୍ତିଭୂମି କ୍ଷେତ୍ରରେ ଅଭିବୃଦ୍ଧି: ଡିସେମ୍ବରରେ ୩.୭ ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ,୨୦।୧: ଦେଶର ଶିଳ୍ପାୟନ କ୍ଷେତ୍ରରୁ ଭଲ ଖବର ଆସିଛି। ଭାରତର ୮ଟି ପ୍ରମୁଖ ଭିତ୍ତିଭୂମି କ୍ଷେତ୍ରର ଅଭିବୃଦ୍ଧି ହାର ଡିସେମ୍ବର ମାସରେ ୩.୭ ପ୍ରତିଶତକୁ ବୃଦ୍ଧି...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ବାଇକ ଧକ୍କା ପରେ ଚାପିଦେଲା ଟ୍ରାକ୍ଟର, ୨ ବର୍ଷ ଶିଶୁର ମୃତ୍ୟୁ

ସୁନ୍ଦରଗଡ଼,୨୦।୧: ସୁନ୍ଦରଗଡ଼ ସହରରେ ମଙ୍ଗଳବାର ଏକ ଶୋକାକୁଳ ପରିସ୍ଥିତି ଦେଖିବାକୁ ମିଳିଛି। ପଞ୍ଚମୁଖୀ ହନୁମାନ ମନ୍ଦିର ନିକଟରେ ଏକ ଟ୍ରାକ୍ଟର ଚଢ଼ିଯିବା ଫଳରେ ୨ ବର୍ଷର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri