Posted inଜାତୀୟ

ଅର୍ପିତାଙ୍କ ଘରୁ ମିଳିଲାଣି ୫୧ କୋଟି, ତୃତୀୟ ବ୍ୟକ୍ତିଙ୍କ ସମ୍ପୃକ୍ତି ସମ୍ଭାବନା

କୋଲକାତା,୨୮ ।୭: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଏବେ ପର୍ଯ୍ୟନ୍ତ ଅର୍ପିତା ମୁଖାର୍ଜୀଙ୍କ ଦ୍ୱିତୀୟ ଘରୁ ପ୍ରାୟ ୩୦ କୋଟି ଟଙ୍କା ସହ ୫ କିଲୋ ସୁନା ଜବତ କରିଥିବା ସୂଚନା ମିଳିଛି । ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ ଗିରଫ ହୋଇଥିବା ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସହଯୋଗୀ ଅର୍ପତାଙ୍କ ପ୍ରଥମ ଘରୁ ୨୧ କୋଟି ଟଙ୍କା ଇଡି ଜବତ କରିଥିଲା । ବୁଧବାର ଇଡି ତାଙ୍କ ଦ୍ୱିତୀୟ ଘରେ ଚଢାଉ କରିଥିଲା । ଏହାସହ ଅର୍ପିତାଙ୍କ ଘରୁ ୫୪ ଲକ୍ଷ ଟଙ୍କାର ବିଦେଶି ମୁଦ୍ରା ବି ଜବତ କରାଯାଇଛି । ଏବେ ଦୁଇଟି ଯାକ ଘରୁ ଜବତ ହୋଇଥିବା ଟଙ୍କାର ମୂଲ୍ୟ ୫୧ କୋଟି ହୋଇଛି ।
ଇଡି ପକ୍ଷରୁ କୁହାଯାଇଛି କି ଦ୍ୱିତୀୟ ଘରର ୱାଶରୁମରୁ ବି ଟଙ୍କା ଜବତ କରାଯାଇଛି । ଏହା ଏତେ ଅଧିକ ଥିଲା ଯେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ଟଙ୍କା ଗଣିବା ମେଶିନର ସହାୟତା ନେବାକୁ ପଡିଥିଲା । ଅର୍ପିତାଙ୍କ ଘରୁ ୨ଟି ଡାଏରି ବି ମିଳିଛି । ଇଡି ଅନୁମାନ କରିଛି କି ଏହି ଡାଏରିରୁ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ମିଳିପାରେ । ଇଡିର ଅଧିକାରୀମାନେ ଅନୁମାନ କରିଛନ୍ତି କି ଏହି ଟଙ୍କା ପଶ୍ଚିମବଙ୍ଗ ସ୍କୁଲ ସେନା ଆୟୋଗ ଭର୍ତ୍ତି ଅନିୟମିତତା ଘୋଟାଲାର ବୋଲି ।

ଗଣମାଧ୍ୟମର ସୂଚନା ଅନୁଯାୟୀ, ଡାଏରିରେ ଲେଖାଯାଇଥିବା କିଛି କୋଡ ପାର୍ଥ ଚାଟାର୍ଜୀ ଅବା ଅର୍ପିତା ମୁଖାର୍ଜିଙ୍କ ଲେଖାସହ ମେଳ ଖାଉ ନାହିଁ । ତେଣୁ ଏଥିରେ ତୃତୀୟ ବ୍ୟକ୍ତିଙ୍କ ସମ୍ପୃକ୍ତି ଥାଇପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri