Posted inଜାତୀୟ

ମୁଖ୍ୟମନ୍ତ୍ରୀଙ୍କ ଭାଇଙ୍କ ଘରେ ଇଡ଼ି ଚଢ଼ାଉ: ଫର୍ଟିଲାଇଜର ଦୁର୍ନୀତି କନେକଶନ୍‌

ଜୟପୁର, ୨୨।୭: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ସରକାରଙ୍କ ପାଇଁ ପୁଣି ଏକ ନୂଆ ସମସ୍ୟା ଦେଖାଦେଇଛି। ଇଡ଼ି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଭାଇ ଅଗ୍ରସେନ ଗେହଲଟଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ ଚଢ଼ାଉ କରାଯାଇଛି। ଅଗ୍ରସେନଙ୍କ ନାମ ୨୦୦୭ରୁ ୨୦୦୯ ମଧ୍ୟରେ ହୋଇଥିବା ୭ କୋଟି ଟଙ୍କାର ଫର୍ଟିଲାଇଜର ଦୁର୍ନୀତିରେ ରହିଥିବା କୁହାଯାଉଛି। ଏହାର ଠିକା ଘରୋଇ କମ୍ପାନୀକୁ ଦିଆଯାଇଥିଲା। ସେତେବେଳେ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସରକାର ଥିବାବେଳେ ରାଜ୍ୟରେ ଅଶୋକ ଗେହଲଟଙ୍କ ଶାସନ ଜାରି ରହିଥିଲା। ଅଗ୍ରସେନ ମ୍ୟୁରିଏଟ୍‌ ଅଫ୍‌ ପଟାସ୍‌ କମ୍‌ ଦାମରେ କିଣି ଏହାକୁ ଚାଷୀଙ୍କୁ ନ ଦେଇ ଘରୋଇ କମ୍ପାନୀଙ୍କୁ ବିକ୍ରି କରିଥିଲେ। ରାଜ୍ୟ ଗୋଇନ୍ଦା ବିଭାଗ ପକ୍ଷରୁ ୨୦୧୨-୧୩ରେ ଏହାର ପର୍ଦ୍ଦାଫାଶ୍‌ କରାଯାଇଥିଲା। ତେବେ ଇଡ଼ି ଚଢ଼ାଉ ଜାଣିଶୁଣି ଭାଜପା ନିର୍ଦ୍ଦେଶରେ ହୋଇଥିବା ରାଜସ୍ଥାନ ଶାସକ ଦଳ ପକ୍ଷରୁ ଅଭିଯୋଗ କରାଯାଇଛି। ଏପରି କରି ଗେହଲଟଙ୍କ ଉପରେ ଭାଜପା ରାଜନୈତିକ ଚାପ ପକାଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ବର୍ଷରେ ପ୍ରଥମ ଥର ମୋଦି ସରକାରଙ୍କୁ ଜୋରଦାର ଝଟ୍‌କା, ପାସ୍‌ ପରିପାରିଲେନି ଗୋଟିଏ ବି ବିଲ୍‌

ନୂଆଦିଲ୍ଲୀ,୧୭।୪: ସଂସଦର ତିନି ଦିନିଆ ସ୍ୱତନ୍ତ୍ର ଅଧିବେଶନର ଦ୍ୱିତୀୟ ଶୁକ୍ରବାର ସଂଧ୍ୟାରେ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଭିଭାଷଣ ପରେ, ମହିଳା ସଂରକ୍ଷଣ ବିଲ (ସମ୍ୱିଧାନ ୧୩୧ତମ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ମହିଳା ସଂରକ୍ଷଣ ବିଲ୍‌ କାଟ୍‌ ଖାଇବା ପରେ ରାହୁଲଙ୍କ ବଡ଼ ବୟାନ, ରାଜନୀତିରେ ହଲଚଲ…

ନୂଆଦିଲ୍ଲୀ,୧୭।୪: ଲୋକ ସଭାରେ ମହିଳା ସଂରକ୍ଷଣ ବିଲ ପାସ ହୋଇପାରି ନାହିଁ। ଏନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି ଯେ ଏହା ସମ୍ୱିଧାନ ଉପରେ ଆକ୍ରମଣ…

କାର୍‌-ବସ୍‌ ମୁହାଁମୁହିଁ ଧକ୍କା: ଜଳିଗଲେ ଗୋଟିଏ ପରିବାରର ୯ ସଦସ୍ୟ

ୟାଦ୍‌ଗିର(କର୍ନାଟକ),୧୭ା୪: କର୍ନାଟକର ସୁରପୁର ତାଲୁକ୍‌ରେ ଶୁକ୍ରବାର ଏକ କାର୍‌ ଏବଂ ଘରୋଇ ବସ୍‌କୁ ମୁହାଁମୁହିଁ ଧକ୍କା ହୋଇଥିଲା। ପରବର୍ତ୍ତୀ ସମୟରେ କାରଟି ଜଳିଯିବାରୁ ସେଥିରେ ଥିବା ଗୋଟିଏ…

ମୋଦି ସରକାରଙ୍କୁ ଝଟ୍‌କା, ଲୋକ ସଭାରେ କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌

ନୂଆଦିଲ୍ଲୀ,୧୭।୪: କାଟ୍‌ ଖାଇଲା ମହିଳା ସଂରକ୍ଷଣ ବିଲ୍‌ । ଲୋକ ସଭାର ସ୍ବତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ବିଲକୁ ନେଇ ଭୋଟିଂ ହୋଇଥିଲା । ଯେଉଁଥିରେ କାଟ୍‌…

ପାକିସ୍ତାନରେ ଦିନିକିଆ ସିରିଜ ଖେଳିବ ଅଷ୍ଟ୍ରେଲିଆ, ଆସିଲା ଚୂଡ଼ାନ୍ତ କାର୍ଯ୍ୟସୂଚୀ

କରାଚୀ,୧୭ା୪: ଅଷ୍ଟ୍ରେଲିଆ କ୍ରିକେଟ ଦଳ ମେ ମାସ ଶେଷ ଭାଗରେ ଅଷ୍ଟ୍ରେଲିଆ ଟୁର୍‌ରେ ଯିବ ଏବଂ ଲାହୋର ଓ ରାଓଲପିଣ୍ଡିରେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri