Posted inଜାତୀୟ

ଝାଡ଼ଖଣ୍ଡ, ପଶ୍ଚିମବଙ୍ଗରେ ବଡ଼ଧରଣର ଇଡି ଚଢ଼ାଉ: କୋଇଲା ମାଫିଆ ଛାନିଆ

ରାଞ୍ଚି,୨୧ା୧୧: କୋଇଲା ମାଫିଆ ନେଟ୍‌ଓ୍ବର୍କ ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଝାଡ଼ଖଣ୍ଡ ଏବଂ ପଶ୍ଚିମବଙ୍ଗର ୪୦ରୁ ଊର୍ଦ୍ଧ୍ୱ ସ୍ଥାନରେ ଚଢ଼ାଉ କରିଛି। ଝାଡ଼ଖଣ୍ଡର ଧାନବାଦ ଜିଲାର ୧୮ଟି ସ୍ଥାନରେ ଶୁକ୍ରବାର ସକାଳେ ଇଡି ଟିମ୍‌ ବ୍ୟାପକ ଚଢ଼ାଉ କରିଥିଲା।

ବିସିସିଏଲ୍‌ ପାଇଁ ଆଉଟ୍‌ସୋର୍ସିଂ କାର୍ଯ୍ୟ ପରିଚାଳନା କରୁଥିବା ଦେବପ୍ରଭା କମ୍ପାନୀ ପରିସର ସମେତ ଏହାର ମାଲିକ ଏଲ୍‌.ବି. ସିଂ ଓ ଭାଇ କୁମ୍ଭନାଥ ସିଂଙ୍କ ବାସଭବନରେ ଏକସଙ୍ଗେ ଚଢ଼ାଉ ହୋଇଥିଲା। ସୂଚନା ଅନୁଯାୟୀ, କୋଇଲା ବ୍ୟବସାୟରେ କଳାବଜାର, ଠିକା ପ୍ରଦାନରେ ଅନିୟମିତତା ଏବଂ ବେଆଇନ ଆର୍ଥତ୍କ କାରବାର ଉପରେ ଇଡି ତଦନ୍ତରେ ଗୁରୁତ୍ୱ ଦିଆଯାଇଛି। ବିସିସିଏଲ୍‌ର ବିଭିନ୍ନ ଟେଣ୍ଡରରେ ଅନିୟମିତତା ଓ ପକ୍ଷପାତିତା କରାଯାଇଥିଲା। ଧାନବାଦର ଅନ୍ୟ କୋଇଲା ବ୍ୟବସାୟୀ ଅନିଲ ଗୋୟଲ, ସଞ୍ଜୟ ଖେମକା ବିନୋଦ ମାହାତୋ ଏବଂ ସୁନ୍ନୀ କେଶରୀଙ୍କ ସମେତ ଅନ୍ୟମାନଙ୍କ ବାସଭବନ ଓ କାର୍ଯ୍ୟାଳୟରେ ଚଢ଼ାଉ କରାଯାଇଛି। କୋଇଲା ବ୍ୟବସାୟ ସହ ଜଡ଼ିତ ଆର୍ଥତ୍କ କାରବାରର ଦସ୍ତାବିଜ୍‌ ଓ ରେକର୍ଡକୁ ଇଡି ଟିମ୍‌ ଯାଞ୍ଚ କରିଥିଲା। ଚଢ଼ାଉ ବେଳେ ବିପୁଳ ଦସ୍ତାବିଜ୍‌, ଡିଜିଟାଲ ରେକର୍ଡ, କାଗଜପତ୍ର ସମେତ ବହୁ ପରିମାଣର ନଗଦ ଟଙ୍କା ଓ ସୁନା ଅଳଙ୍କାର ଜବତ ହୋଇଛି।

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

ଘରେ କରୁଥିଲେ କାମ: ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

କୁଆଁରମୁଣ୍ଡା,୮।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ଚୁଟିଆଟୋଲି ଗ୍ରାମ ରୀତା ତିର୍କୀଙ୍କ ଘର ସେଣ୍ଟ୍ରିଂ କାମ କରୁଥିବା ବେଳେ ମଙ୍ଗଳବାର…

ବୁଧଙ୍କ ନକ୍ଷତ୍ର ପରିବର୍ତ୍ତନରେ ୩ ରାଶି ହେବେ ଭାଗ୍ୟଶାଳୀ; କ୍ୟାରିୟରରେ ବଡ଼ ଅଫର୍‌, ଘରକୁ ଆସିବ ଟଙ୍କା!

ବୈଦିକ ଜ୍ୟୋତିଷରେ ବୁଧ ଏକ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ଗ୍ରହ, ଯିଏକି ପ୍ରତ୍ୟକ୍ଷ ଭାବରେ ଜୀବନକୁ ଗଭୀର ଭାବେ ପ୍ରଭାବିତ କରନ୍ତି। ଜ୍ୟୋତିଷଙ୍କ ଅନୁଯାୟୀ, ବୁଧ ଗ୍ରହ ମାନସିକ…

କମ୍‌ ବୟସରେ ଧନୀ ହୁଅନ୍ତି ଏହି ୩ ରାଶିର ଲୋକ: ମା’ ଲକ୍ଷ୍ମୀଙ୍କ ରହିଥାଏ ବିଶେଷ କୃପା, କେବେ ରହେନି ଅଭାବ!

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ୧୨ଟି ରାଶି ଓ ୨୭ଟି ନକ୍ଷତ୍ରର ବର୍ଣ୍ଣନା ରହିଛି। ପ୍ରତ୍ୟେକ ରାଶି ଉପରେ କୌଣସି ନା କୌଣସି ଗ୍ରହଙ୍କ ଆଧିପତ୍ୟ ରହିଥାଏ। ତେଣୁ…

ମୋଦିଙ୍କ କାର୍ଯ୍ୟକ୍ରମ ସ୍ଥଳରୁ ବନ୍ଧୁକ ସହ ଧରାପଡିଲେ ୨ ସନ୍ଦିଗ୍ଧ

ମୁମ୍ବାଇ,୮।୯: ମୁମ୍ବାଇର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଠାରେ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଛନ୍ତି ସେହି ସ୍ଥାନ ନିକଟରୁ ଦୁଇଜଣଙ୍କୁ ଅଟକ ରଖାଯାଇଛି। ସେମାନଙ୍କ ମଧ୍ୟରୁ ଜଣଙ୍କଠାରୁ ଏକ…

ବର୍ଷକୁ ବ୍ୟାଙ୍କରେ କେତେ କ୍ୟାଶ୍‌ ଜମା କରିପାରିବେ? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୮।୯: ସଞ୍ଚୟ ଖାତାରେ (Savings Account) ନଗଦ ଟଙ୍କା ଜମା କରିବା ଏକ ସାଧାରଣ ପ୍ରକ୍ରିୟା, କିନ୍ତୁ ଆପଣ ଜାଣନ୍ତି କି ଏକ ନିର୍ଦ୍ଦିଷ୍ଟ ସୀମାରୁ ଅଧିକ…

ବାଘ ଛାଲ ଡିଲ୍‌ ବେଳେ ମାଡ଼ି ବସିଲା ଗୁଜରାଟ ଟିମ୍‌

ଜୟପୁର,୮।୯: ଗୁଜରାଟର ସ୍ବତନ୍ତ୍ର ଡିଆର୍‌ଆଇ ଟିମ୍‌କୁ ଓଡ଼ିଶାରେ ଏକ ବଡ଼ ସଫଳତା ମିଳିଛି। ଡିଆର୍‌ଆଇ ଟିମ୍‌ ଜୟପୁରରେ ଚଢ଼ାଉ କରି ଏକ କଲରା ପତରିଆ ବାଘ ଛାଲ…

ସରିଗଲା ଡେଡ୍‌ଲାଇନ୍‌; ଏବେ ଆଉ ମିଳିବନି ସିଲିଣ୍ଡର? ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍‌ଲୀ,୮।୯: LPG ଗ୍ୟାସ ସିଲିଣ୍ଡରର ନୂଆ କନେକସନ ଉପରେ ଏବେ ମଧ୍ୟ ରୋକ ଲାଗି ରହିଛି। ଅନ୍ୟପଟେ ନିକଟରେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା ଯେ ନକଲି କନେକସନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri