Posted inଜାତୀୟ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଘରେ ଇଡି ଟିମ୍, ସର୍ଚ୍ଚ ଅପରେସନ ଜାରି

ନୂଆଦିଲ୍ଲୀ,୨୧।୩: ହାଇକୋର୍ଟରୁ ଗିରଫ ପାଇଁ ଜାମିନ ନାମଞ୍ଜୁର ହୋଇଯିବା ପରେ ଗୁରୁବାର ସନ୍ଧ୍ୟାରେ ଇଡି ଦଳ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଘରେ ପହଞ୍ଚିଛି। କେଜ୍ରିୱାଲ ଅବକାରୀ ଦୁର୍ନୀତି ମାମଲାରେ ହାଜର ହେବା ପାଇଁ ଇଡିର ଅନେକ ଥର ସମନ ପରେ ମଧ୍ୟ ହାଜର ହୋଇ ନଥିଲେ। ଯାହା ପରେ ଏହି ମାମଲା କୋର୍ଟରେ ପହଞ୍ଚିଥିଲା।

କିଛି ସମୟ ପୂର୍ବରୁ ଗୁରୁବାର ଦିଲ୍ଲୀ ହାଇକୋର୍ଟ ଏହି ପ୍ରସଙ୍ଗରେ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇ କହିଥିଲେ ଯେ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଗିରଫରୁ ଆଶ୍ବସ୍ତି ମିଳିବ ନାହିଁ। ସର୍ଚ୍ଚ ଅପରେସନ ସମୟରେ କେଜ୍ରିୱାଲଙ୍କ ଘରେ ଇଡିର ମିଳିତ ନିର୍ଦେଶକ କପିଲ ରାଜ ମଧ୍ୟ ଉପସ୍ଥିତ ଅଛନ୍ତି।

ଇଡି ତଦନ୍ତକାରୀ ଅଧିକାରୀ ଜୋଗେନ୍ଦ୍ର ସି କେଜ୍ରିୱାଲଙ୍କୁ ପଚରାଉଚରା କରୁଛନ୍ତି। ସୂଚନାନୁସାରେ, ତାଙ୍କ ଘରେ ମଧ୍ୟ ଖୋଜାଖୋଜି କରାଯାଉଛି। ଏହି ସମୟରେ କେଜ୍ରିୱାଲଙ୍କ ଲିଗାଲ ଟିମ୍ ସୁପ୍ରିମକୋର୍ଟରେ ଏକ ଆବେଦନ କରିଛନ୍ତି ଯେଉଁଠାରେ ହାଇକୋର୍ଟଙ୍କ ଆଦେଶକୁ ଚ୍ୟାଲେଞ୍ଜ କରାଯାଇଛି।

ଏହି ସମୟରେ ଦିଲ୍ଲୀ କ୍ୟାବିନେଟ ମନ୍ତ୍ରୀ ସୌରଭ ଭରଦ୍ୱାଜ ମଧ୍ୟ କେଜ୍ରିୱାଲଙ୍କ ଘର ବାହାରେ ପହଞ୍ଚିଛନ୍ତି। କେଜ୍ରିୱାଲଙ୍କୁ ଗିରଫ କରିବା ପାଇଁ ପ୍ରସ୍ତୁତି ଚାଲିଥିବା ସେ କହିଛନ୍ତି। ଆଜି ନିଜେ ଦିଲ୍ଲୀ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇ କହିଛନ୍ତି ଯେ ସିଏମ କେଜ୍ରିୱାଲ ଗିରଫଦାରୀରୁ ମୁକ୍ତି ପାଇନାହାଁନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପ୍ରତିକ ଯାଦବଙ୍କ ବିସ୍ଫୋରକ ପୋଷ୍ଟ ପରେ ବି ଚୁପ ଅଛନ୍ତି ଅପର୍ଣ୍ଣା, ଇନଷ୍ଟ୍ରାଗ୍ରାମରେ ଭାଜପା ଅଧ୍ୟକ୍ଷଙ୍କୁ ଜଣାଇଲେ ଶୁଭେଚ୍ଛା

ଲକ୍ଷ୍ନୌ,୨୧।୧: ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବ ଏବଂ ତାଙ୍କ ପତ୍ନୀ, ଉତ୍ତର ପ୍ରଦେଶ ରାଜ୍ୟ ମହିଳା କମିଶନର ଉପାଧ୍ୟକ୍ଷ...

ଯୋଗୀ ସରକାରଙ୍କୁ ଅଲ୍ଟିମେଟମ: ୨୪ ଘଣ୍ଟା ମଧ୍ୟରେ…

ଲକ୍ଷ୍ନୌ,୨୧।୧: ଜ୍ୟୋର୍ତିପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ତାଙ୍କ ଓକିଲଙ୍କ ମାଧ୍ୟମରେ ଉତ୍ତର ପ୍ରଦେଶର ଯୋଗୀ ସରକାରଙ୍କୁ ଏକ ଆଇନଗତ ନୋଟିସ ପଠାଇଛନ୍ତି। ନୋଟିସରେ ସ୍ପଷ୍ଟ...

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ...

ନଏଡା ଦୁର୍ଘଟଣା

ଘନକୁହୁଡ଼ି ଯୋଗୁ ଦିଲ୍ଲୀ ପାଖ ତଥା ଉତ୍ତରପ୍ରଦେଶ ରାଜ୍ୟର ନ୍ୟୁ ଓଖଲା ଇଣ୍ଡଷ୍ଟ୍ରିଆଲ ଡେଭଲପ୍‌ମେଣ୍ଟ ଅଥରିଟି (ନଏଡା)ର ସେକ୍ଟର ୧୫୦ ନିକଟରେ ୧୬ ଜାନୁଆରୀ ୨୦୨୬...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ବିଜେଡିରେ ଏବେ କୁତୁକୁତୁ ହେଉଛନ୍ତି ଏସବୁ ନେତା: ଆଉ କେତେକ ଅଲୋଡ଼ା

ଭୁବନେଶ୍ୱର, ୨୧।୧(ସୁନିତ୍‌ ମିଶ୍ର): ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କିଛିଦିନ ହେଲା ବହୁମାତ୍ରାରେ ଚଳଚଞ୍ଚଳ ହୋଇ ଦଳୀୟ କାର୍ଯ୍ୟକ୍ରମ କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri