Odisha Elections 2024
Posted inଜାତୀୟ

ଘରୋଇ ସହାୟକଙ୍କ ଘରୁ ୩୦ କୋଟି ଜବତ

ରାଞ୍ଚି,୬ା୫ : ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର ନଗଦ ୩୦ କୋଟି ଟଙ୍କା ଜବତ କରିଛି। ୬ଟି କ୍ୟାଶ କାଉଣ୍ଟିଂ ମେଶିନ୍‌ରେ ଟଙ୍କା ଗଣିବା ପାଇଁ ଇଡି କର୍ମଚାରୀମାନଙ୍କୁ ୧୨ ଘଣ୍ଟା ଲାଗିଥିଲା। ଘରୋଇ ସହାୟକ ଜାହାଙ୍ଗୀରଙ୍କ ଘରୁ ଟଙ୍କାର ପାହାଡ଼ ଠାବ ହୋଇଛି। ଗ୍ରାମାଞ୍ଚଳ ବିକାଶ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ବୀରେନ୍ଦ୍ର ରାମଙ୍କ ୬ଟି ସ୍ଥାନରେ ଥିବା ଘର ଉପରେ ଇଡି ଚଢ଼ାଉ ଚଳାଇଥିବାବେଳେ ଜାହାଙ୍ଗୀରଙ୍କ ଘରେ ତଲାସି ନିଆଯାଇଥିଲା। ସରକାରୀ ଯୋଜନା କାର୍ଯ୍ୟକାରୀ କରିବାରେ ଅନିୟମିତତା ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାରେ ରାମ ଗତବର୍ଷ ଗିରଫ ହୋଇଥିଲେ। ଲୋକ ସଭା ନିର୍ବାଚନ ସମୟରେ ବିପୁଳ ଅର୍ଥ ଜବତ ହେବା ଘଟଣାରେ ରାଜନୈତିକ ଝଡ଼ ସୃଷ୍ଟି ହୋଇଛି। ଜବତ ଟଙ୍କା ସହ କଂଗ୍ରେସ ଦଳର ମନ୍ତ୍ରୀ ସମ୍ପୃକ୍ତ ଥିବା ଭାଜପା ଅଭିଯୋଗ କରିଛି। ଓଡ଼ିଶାରେ ଏକ ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡରୁ ଟଙ୍କା ଜବତ ପ୍ରସଙ୍ଗ ଉଠାଇ ତାଙ୍କ ସରକାର କେନ୍ଦ୍ରୀୟ ଏଜେନ୍ସିର ଅପବ୍ୟବହାର କରୁଥିବା ନେଇ ବିରୋଧୀଙ୍କ ଅଭିଯୋଗର ଜବାବ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାକାଶ ଯିବେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଗୋପୀଚାନ୍ଦ

ଓ୍ବାଶିଂଟନ,୧୯ା୫: ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ...

ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌, ଜୋତା ବ୍ୟବସାୟୀଙ୍କ ଘରୁ ମିଳିଲା ୪୦ କୋଟି ନଗଦ ଟଙ୍କା

ନୂଆଦିଲ୍ଲୀ,୧୯।୫: ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ବଡ଼ ଆଇଟି ରେଡ୍‌। ଉତ୍ତରପ୍ରଦେଶ ଆଗ୍ରାରେ ବଡ଼ ଧରଣର ଆଇଟି ରେଡ ହୋଇଛି । ଜଣେ ଜୋତା ବ୍ୟବସାୟୀଙ୍କ...

ନିର୍ବାଚନ ପୂର୍ବରୁ ଜମ୍ମୁ-କଶ୍ମୀରରେ ଦୁଇ ଦୁଇଟି ବଡ଼ ଆତଙ୍କବାଦୀ ଆକ୍ରମଣ

ନୂଆଦିଲ୍ଲୀ,୧୯।୫:ନିର୍ବାଚନ ପୂର୍ବରୁ ଜମ୍ମୁକଶ୍ମୀରରେ ହୋଇଛି ବଡ଼ ଆତଙ୍କବାନୀ ଆକ୍ରମଣ। ରବିବାର ଅନନ୍ତନାଗ ଓ ସୋପିଆନରେ ଦୁଇ ଦୁଇ ଥର ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଗୁଳିକରି...

୮୮୮୯ କୋଟି ଟଙ୍କା ଜବତ କଲାଣି ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୮ା୫: ଲୋକ ସଭା ନିର୍ବାଚନ ପଞ୍ଚମ ପର୍ଯ୍ୟାୟ ଏବଂ ଓଡ଼ିଶାରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ୨୦୨୪ ର ପାଇଁ ୨ ଦିନ ବାକି ଅଛି।...

ଚାର୍ ଧାମ ମନ୍ଦିର ନିକଟରେ ରିଲ୍ ଶୁଟିଂ କରିବା ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

ନୂଆଦିଲ୍ଲୀ,୧୮।୫: ଚାର୍ ଧାମ ମନ୍ଦିର ନିକଟରେ ଭିଡିଓ ଏବଂ ରିଲ୍ ଶୁଟିଂ କରିବା ଉପରେ ଉତ୍ତରାଖଣ୍ଡ ପୋଲିସ ପ୍ରତିବନ୍ଧକ ଲଗାଇଛି। ଚାର ଧାମ ତୀର୍ଥସ୍ଥାନ ଅବସ୍ଥିତ...

”ଜ୍ୟୋତିଷ ହାତ ଦେଖି କହିଥିଲେ ତୁମେ ପ୍ରଧାନମନ୍ତ୍ରୀ ହେବ”: ପ୍ରିୟଙ୍କା ଗାନ୍ଧୀ

ନୂଆଦିଲ୍ଲୀ,୧୮।୫: ଦେଶର ଏବେ ଲୋକ ସଭା ନିର୍ବାଚନର ପରିବେଶ ବେଶ ସରଗରମ ରହିଛି। ସାତଟି ପର୍ଯ୍ୟାୟ ମଧ୍ୟରୁ ଚାରିଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଏହାରି...

POK ଭାରତର ଅଛି ଆଉ ରହିବ, ଆମେ ତାକୁ ଛଡ଼ାଇ ଆଣିବୁ; ପାକିସ୍ତାନକୁ ନେଇ ଗର୍ଜିଲେ ଶାହା…

ଝାନ୍‌ସୀ,୧୮।୫: ଲୋକ ସଭା ନିର୍ବାଚନ ମଧ୍ୟରେ ପୁଣିଥରେ ପାକିସ୍ତାନ ଅଧିକୃତ କଶ୍ମୀରକୁ ନେଇ ବଡ଼ ବୟାନ ଦେଇଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା। ପିଓକେ ଭାରତର...

ଆପଣ ‘ଜେଲ୍‌ର ଖେଳ’ ଖେଳୁଛନ୍ତି; କାଲି ସବୁ ନେତାଙ୍କୁ ନେଇ ଭାଜପା ମୁଖ୍ୟାଳୟ ଘେରିବାକୁ ଆସୁଛି: ମୋଦିଙ୍କୁ କହିଲେ କେଜ୍‌ରିଓ୍ବାଲ…

ନୂଆଦିଲ୍ଲୀ,୧୮।୫: ଏଏପି ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କୁ ମାରପିଟ୍‌ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ପିଏ ବିଭବ କୁମାରଙ୍କୁ ଗିରଫ କରାଯାଇଛି। ଏହାକୁ ନେଇ ପ୍ରଧାନମନ୍ତ୍ରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri