Posted inଜାତୀୟ

କୋଲକାତା ବ୍ୟବସାୟୀଙ୍କ ଘରୁ ୧୭ କୋଟି ଜବତ କଲା ଇଡି

ନୂଆଦିଲ୍ଲୀ/କୋଲକାତା,୧୧ା୯: ମୋବାଇଲ ଗେମିଂ ଆପ୍‌ ଜାଲିଆତି ମାମଲାର ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶନିବାର କୋଲକାତାର ୬ଟି ସ୍ଥାନରେ ଚଢ଼ାଉ କରିଛି। ବ୍ୟବସାୟୀ ଆମିର ଖାନ୍‌ଙ୍କ କୋଲକାତାର ଗାର୍ଡେନ ରିଚ୍‌ ଅଞ୍ଚଳରେ ଥିବା ଘରେ ସମେତ ଉକ୍ତ ଆପ୍‌ର ଅନ୍ୟ ପ୍ରମୋଟରଙ୍କ ଘରେ ଚଢ଼ାଉ ବେଳେ ନଗଦ ୧୭ କୋଟି ଟଙ୍କା ଓ ସମ୍ପତ୍ତି ଦସ୍ତାବିଜ୍‌ ଜବତ ହୋଇଛି। ଚଢ଼ାଉରେ ଇଡି ଅଧିକାରୀଙ୍କ ସହ ବ୍ୟାଙ୍କ କର୍ମଚାରୀମାନେ ସାମିଲ ହୋଇଥିଲେ। ଇ-ନଗେଟ୍ସ ନାମକ ମୋବାଇଲ ଗେମିଂ ଆପ୍‌ ଜରିଆରେ ବ୍ୟବହାରକାରୀଙ୍କୁ ଠକୁଥିବା ଆମିର ଓ ଅନ୍ୟମାନଙ୍କ ବିରୋଧରେ ଫେଡେରାଲ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଅଭିଯୋଗ ପରେ ଇଡି ପକ୍ଷରୁ ମନିଲଣ୍ଡରିଂ ପ୍ରତିକାର ଆଇନ (ପିଏମ୍‌ଏଲ୍‌ଏ)ରେ ମାମଲା ରୁଜୁ ହୋଇଥିଲା। ଉକ୍ତ ଆପ୍‌ରେ ପ୍ରଥମେ ୟୁଜରମାନଙ୍କୁ କମିଶନ ଦିଆଯାଇଥାଏ। ନିବେଶକମାନେ ବିନା ବାଧାରେ ସେମାନଙ୍କ ଟଙ୍କା ଉଠାଇପାରିବାର ପ୍ରତିଶ୍ରୁତି ଦିଆଯାଇଥାଏ। କମିଶନ ପାଇବା ପାଇଁ ନିବେଶକମାନେ ସେଥିରେ ମୋଟା ଅଙ୍କର ଅର୍ଥ ଲଗାଇ ଅଧିକ କିଣିବା ପାଇଁ ଅର୍ଡର କରିଥାନ୍ତି। ଲୋକଙ୍କଠାରୁ ପ୍ରଚୁର ଅର୍ଥ ସଂଗ୍ରହ କରିବା ପରେ ହଠାତ୍‌ ଉକ୍ତ ଆପ୍‌ରୁ ଟଙ୍କା ଉଠାଇବା ବନ୍ଦ ହୋଇଯାଏ। ଏହା ପରେ ପ୍ରୋଫାଇଲ ସୂଚନା ସମେତ ସମସ୍ତ ଡାଟା ମଧ୍ୟ ଆପ୍‌ ସର୍ଭରରୁ ଲିଭିଯାଇଥାଏ। ୟୁଜର ଠକାମିର ଶିକାର ହୋଇଥିବା ସେତେବେଳେ ବୁଝିପାରନ୍ତି ବୋଲି ଇଡି କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲରେ ବି ଏପରି ରଖନ୍ତୁ ନାହିଁ ଅଫିସ ବ୍ୟାଗ: କ୍ୟାରିୟର ହେବ ବଡ଼ କ୍ଷତି, ପାଖରୁ ପଳାଇବ ସବୁ ଧନ !

ଅଫିସରୁ ଫେରିବା ପରେ ଥକିଯାଇ ଅନେକ ସମୟରେ ଆମେ ନିଜ ଅଫିସ ବ୍ୟାଗକୁ ଘରର ଯେକୌଣସି ସ୍ଥାନରେ ରଖିଦେଉ। କେହି କେହି ତ ବ୍ୟାଗ ଖୋଲିବା ମାତ୍ରେ…

Viral Video: ନିଷ୍ପାପ ଶିଶୁ ସହ ଏମିତି ଖୁସି ମଜା କରୁଛି ମାଙ୍କଡ଼, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ପ୍ରାୟତଃ ପଶୁ ଏବଂ ମଣିଷଙ୍କ ଭିଡିଓ ଦେଖିବାକୁ ମିଳିଥାଏ। ଏଥିରୁ କିଛି ଭିଡିଓ ଭୟଙ୍କର ହୋଇଥିବାବେଳେ ଆଉ କିଛି ଭିଡିଓ ଖୁସି ଆଣି ଦେଇଥାଏ।…

ଜିନପିଙ୍ଗଙ୍କୁ ପସନ୍ଦ ଭାରତ ଚା’! ମୋଦିଙ୍କ ସହ ନେଲେ ମଜା

ନୂଆଦିଲ୍ଲୀ/ବେଜିଂ,୧୪।୯: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ଗସ୍ତକୁ ବେଶ ଉପଭୋଗ କରୁଛନ୍ତି। ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିବା ପରେ ସେ ସ୍ଥାନୀୟ…

ମନ୍ତ୍ରୀଙ୍କ ବଡ଼ ସୂଚନା, ଓଡ଼ିଶା ବଜାରକୁ ଆସିବ ଓମ୍‌ଫେଡ ଆଇସକ୍ରିମ୍ ଓ ପାଣି

ଭୁବନେଶ୍ବର,୧୪ା୯: ଓଡ଼ିଶାର ଲୋକପ୍ରିୟ ଦୁଗ୍ଧ କମ୍ପାନୀ ଓମ୍‌ଫେଡ୍‌ ଏଣିକି ଆଇସକ୍ରିମ୍ ଓ ପାଣି ମଧ୍ୟ ବଜାରକୁ ଆଣିବାକୁ ଯୋଜନା କରୁଛି । ଏନେଇ ସୂଚନା ଦେଇଛନ୍ତି ମତ୍ସ୍ୟ…

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?