Posted inଜାତୀୟ

ପୁଣି ହେମନ୍ତ ସୋରେନଙ୍କ ବଢିଲା ଅଡ଼ୁଆ

ରାଞ୍ଚି,୩।୧୦: ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ପଙ୍କଜ ମିଶ୍ରଙ୍କ ଘରୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ଚଢାଉ ବେଳେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବ୍ୟାଙ୍କ ପାସବୁକ ଏବଂ ତାଙ୍କ ସ୍ବାକ୍ଷର ଥିବା ଏକ ଚେକ୍‌ ବୁକ୍‌ ମିଳିଛି। ଇଡି ବ୍ୟାଙ୍କ ପାସବୁକ ଏବଂ ଚେକ ବୁକ ଜବତ କରିଛି। ଖଣି ଦୁର୍ନୀତିରେ ଟଙ୍କା ହେରଫେର ଯାଞ୍ଚ କରୁଥିବା ଇଡି ଦାବି କରିଛି ଯେ, ମୁଖ୍ୟ ଅଭିଯୁକ୍ତ ପଙ୍କଜ ମିଶ୍ର ହେମନ୍ତ ସୋରେନଙ୍କ ନିକଟତର। ନିକଟରେ ବେଆଇନ ଖଣି ଓ ଚୋରା ଚାଲାଣ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପଙ୍କଜ ମିଶ୍ର, ବଚ୍ଚୁ ଯାଦବ ଏବଂ ପ୍ରେମ ପ୍ରକାଶଙ୍କ ବିରୋଧରେ ଇଡି ପକ୍ଷରୁ କୋର୍ଟରେ ଏକ ଚାର୍ଜସିଟ ଦାଖଲ କରାଯାଇଥିଲା।
ଆଇପିସିର ବିଭିନ୍ନ ଧାରା ଅନୁଯାୟୀ ବାରହା ପୋଲିସ ଷ୍ଟେସନରେ ପଞ୍ଜୀକୃତ ହୋଇଥିବା ଏଫଆଇଆର ଆଧାରରେ ମିଶ୍ର ଏବଂ ଅନ୍ୟମାନଙ୍କ ବିରୋଧରେ ହୋଇଥିବା ମନି ଲଣ୍ଡରିଂ ମାମଲାରେ ଏଜେନ୍ସି ତଦନ୍ତ ଆରମ୍ଭ କରିଥିଲା। ଏପର୍ଯ୍ୟନ୍ତ, ଇଡି ଏହି ମାମଲାରେ ୧୦୦୦ କୋଟିରୁ ଅଧିକ ଟଙ୍କା ବେଆଇନ ଖଣି ସମ୍ପର୍କିତ ପିଓସି ଗୁଡ଼ିକୁ ଚିହ୍ନଟ କରିଛି।
ଗତ ଅଢେଇ ବର୍ଷ ଧରି ପଙ୍କଜ ମିଶ୍ରଙ୍କୁ ଅନେକ ଅଭିଯୋଗ ଓ ବିବାଦ ଘେରି ରହିଥିଲା। ସାହିବଗଞ୍ଜର ବଦରୱାଠାରେ ଏକ ସରକାରୀ ଟେଣ୍ଡର ପରିଚାଳନା ସହ ଜଡିତ ଏକ ବିବାଦରେ,୨୦୨୦ରେ ଶମ୍ଭୁନନ୍ଦ ଭାଗବତ ନାମକ ଜଣେ କଣ୍ଟ୍ରାକ୍ଟରଙ୍କୁ ଧମକ ଦେବା ଅଭିଯୋଗରେ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ମଧ୍ୟ ମନି ଲଣ୍ଡରିଂ କୋଣ ସାମ୍ନାକୁ ଆସିବା ପରେ ଇଡି ତାଙ୍କ ବିରୋଧରେ ଅନୁସନ୍ଧାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ ରାଇଡ୍‌ରେ ବାହାରିଲେ ’ସ୍ପାଇଡର୍‌ମ୍ୟାନ, ସ୍ପାଇଡର୍‌ ଓମେନ୍‌’, ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୬।୪: ସୁପରହିଟ୍, ସ୍ପାଇଡରମ୍ୟାନ୍ ଏବଂ ସ୍ପାଇଡର୍-ଓମେନ୍‌ ପୋଷାକ ପିନ୍ଧି ବାଇକ୍‌ ରାଇଡ୍‌ କରୁଥିବା ଜଣେ ଯୁବକ ଏବଂ ଯୁବତୀଙ୍କୁ ପୋଲିସ ଗିରଫ କରିଛି। ଦକ୍ଷିଣ ପଶ୍ଚିମ...

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri