Posted inଜାତୀୟ

ପୁଣି ହେମନ୍ତ ସୋରେନଙ୍କ ବଢିଲା ଅଡ଼ୁଆ

ରାଞ୍ଚି,୩।୧୦: ଖଣି ଦୁର୍ନୀତିର ମୁଖ୍ୟ ଅଭିଯୁକ୍ତ ପଙ୍କଜ ମିଶ୍ରଙ୍କ ଘରୁ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ଚଢାଉ ବେଳେ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବ୍ୟାଙ୍କ ପାସବୁକ ଏବଂ ତାଙ୍କ ସ୍ବାକ୍ଷର ଥିବା ଏକ ଚେକ୍‌ ବୁକ୍‌ ମିଳିଛି। ଇଡି ବ୍ୟାଙ୍କ ପାସବୁକ ଏବଂ ଚେକ ବୁକ ଜବତ କରିଛି। ଖଣି ଦୁର୍ନୀତିରେ ଟଙ୍କା ହେରଫେର ଯାଞ୍ଚ କରୁଥିବା ଇଡି ଦାବି କରିଛି ଯେ, ମୁଖ୍ୟ ଅଭିଯୁକ୍ତ ପଙ୍କଜ ମିଶ୍ର ହେମନ୍ତ ସୋରେନଙ୍କ ନିକଟତର। ନିକଟରେ ବେଆଇନ ଖଣି ଓ ଚୋରା ଚାଲାଣ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପଙ୍କଜ ମିଶ୍ର, ବଚ୍ଚୁ ଯାଦବ ଏବଂ ପ୍ରେମ ପ୍ରକାଶଙ୍କ ବିରୋଧରେ ଇଡି ପକ୍ଷରୁ କୋର୍ଟରେ ଏକ ଚାର୍ଜସିଟ ଦାଖଲ କରାଯାଇଥିଲା।
ଆଇପିସିର ବିଭିନ୍ନ ଧାରା ଅନୁଯାୟୀ ବାରହା ପୋଲିସ ଷ୍ଟେସନରେ ପଞ୍ଜୀକୃତ ହୋଇଥିବା ଏଫଆଇଆର ଆଧାରରେ ମିଶ୍ର ଏବଂ ଅନ୍ୟମାନଙ୍କ ବିରୋଧରେ ହୋଇଥିବା ମନି ଲଣ୍ଡରିଂ ମାମଲାରେ ଏଜେନ୍ସି ତଦନ୍ତ ଆରମ୍ଭ କରିଥିଲା। ଏପର୍ଯ୍ୟନ୍ତ, ଇଡି ଏହି ମାମଲାରେ ୧୦୦୦ କୋଟିରୁ ଅଧିକ ଟଙ୍କା ବେଆଇନ ଖଣି ସମ୍ପର୍କିତ ପିଓସି ଗୁଡ଼ିକୁ ଚିହ୍ନଟ କରିଛି।
ଗତ ଅଢେଇ ବର୍ଷ ଧରି ପଙ୍କଜ ମିଶ୍ରଙ୍କୁ ଅନେକ ଅଭିଯୋଗ ଓ ବିବାଦ ଘେରି ରହିଥିଲା। ସାହିବଗଞ୍ଜର ବଦରୱାଠାରେ ଏକ ସରକାରୀ ଟେଣ୍ଡର ପରିଚାଳନା ସହ ଜଡିତ ଏକ ବିବାଦରେ,୨୦୨୦ରେ ଶମ୍ଭୁନନ୍ଦ ଭାଗବତ ନାମକ ଜଣେ କଣ୍ଟ୍ରାକ୍ଟରଙ୍କୁ ଧମକ ଦେବା ଅଭିଯୋଗରେ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା। ଏହି ମାମଲାରେ ମଧ୍ୟ ମନି ଲଣ୍ଡରିଂ କୋଣ ସାମ୍ନାକୁ ଆସିବା ପରେ ଇଡି ତାଙ୍କ ବିରୋଧରେ ଅନୁସନ୍ଧାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri