Posted inଜାତୀୟ

ବିଜୟ ମାଲ୍ୟା, ଲଳିତ ମୋଦି ଏବଂ ନିରବ ମୋଦିଙ୍କ ଭଳି ଲୋକଙ୍କୁ ଧରୁ ଇଡି, ନିର୍ବାଚନ ମଧ୍ୟରେ ଚଢ଼ାଉ ଉପରେ ବର୍ଷିଲେ ଗେହେଲଟ

ନୂଆଦିଲ୍ଲୀ,3/11: ରାଜସ୍ଥାନରେ ବର୍ତ୍ତମାନ ନିର୍ବାଚନୀ ମାହୋଲ ମଧ୍ୟରେ ଗୋଟିଏ ଦଳ ଅନ୍ୟକୁ ଟାର୍ଗେଟ କରିବା ପାଇଁ କୌଣସି ସୁଯୋଗ ହାତଛଡା କରୁ ନାହାନ୍ତି। ସେହିପରି ରାଜ୍ୟରେ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ପକ୍ଷରୁ ନିରନ୍ତର ଚାଲିଥିବା ଚଢ଼ାଉ ମଧ୍ୟ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। ଏହାକୁ ନେଇ କଂଗ୍ରେସ ବାରମ୍ବାର ଅଭିଯୋଗ କରୁଛି ଯେ କେନ୍ଦ୍ରୀୟ ଏଜେନ୍ସିର ଦୁରୁପଯୋଗ କରାଯାଉଛି। ଏହି ବିଷୟରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟଙ୍କୁ ପଚାରିବାରୁ ସେ ଇଡି ସମେତ ଅନ୍ୟ କେନ୍ଦ୍ରୀୟ ଏଜେନ୍ସି ଗୁଡିକୁ ନିଜର ପ୍ରତିଷ୍ଠା ନ ହରାଇବାକୁ କହିଛନ୍ତି।

ପ୍ରଥମେ ସେ କହିଥିଲେ ସମ୍ପୂର୍ଣ୍ଣ ଦେଶରେ ଇଡି, ଆଇଟି ଏବଂ ସିବିଆଇ ଦେଶର ବିଭିନ୍ନ ସ୍ଥାନରେ କରୁଥିବା ଚଢ଼ାଉ ଦେଶର ହିତ ପାଇଁ ନୁହେଁ। ଆୟ ସହିତ ଜଡିତ ଅପରାଧ ଉପରେ ରୋକ ଲଗାଇବାକୁ ଦେଶକୁ ଏମାନଙ୍କ ଆବଶ୍ୟକତା ରହିଛି। କିନ୍ତୁ ଏମାନଙ୍କର ଧ୍ୟାନ ବଦଳି ଯାଇଛି ଆଉ ସେମାନେ ରାଜନୀତିକ ଦଳ ପଛରେ ରହୁଛନ୍ତି। ଲଳିତ ମୋଦି, ବିଜୟ ମାଲ୍ୟା ଏବଂ ନିରବ ମୋଦିଙ୍କ ଭଳି ଲୋକଙ୍କୁ ଧରିବାକୁ କେନ୍ଦ୍ରୀୟ ସେ ଏଜେନ୍ସିଙ୍କୁ କହିଥିଲେ।

ତେବେ ବର୍ତ୍ତମାନ ସମୟରେ କେନ୍ଦ୍ରୀୟ ଏଜେନ୍ସିମାନେ ସେମାନଙ୍କର ପ୍ରକୃତ କାର୍ଯ୍ୟ ଛାଡି ବିନା କୌଣସି ମାମଲାରେ ରାଜନୈତିକ ଦଳର ନେତା ମାନଙ୍କ ଘରେ ଆସି ପହଞ୍ଚଛନ୍ତି। ରାଜ୍ୟର କଂଗ୍ରେସ ଅଧ୍ୟକ୍ଷ ଗୋବିନ୍ଦ ସିଂ ଙ୍କ ଘରେ ମଧ୍ୟ ସେମାନେ ଆସି ପହଞ୍ଚିଥିଲେ। ସେହିଭଳି ବିନା କୌଣସି ମାମଲାରେ ତାଙ୍କ ପୁଅ ଭୈରବ ଗେହଲୋଟଙ୍କୁ ମଧ୍ୟ ବିନା କୌଣସି ମାମଲାରେ ସମନ ପଠାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri