Posted inଜାତୀୟ

ମଲ୍ଲିକାର୍ଜୁନ ଖଡ୍‌ଗେଙ୍କୁ ଇଡି ସମନ

ନୂଆଦିଲ୍ଲୀ,୪।୮: ନ୍ୟାଶନାଲ ହେରାଲ୍ଡ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗୁରୁବାର ଆଉ ଏକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଏବଂ ଦଳର ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପଚରାଉଚରା କରିବା ପରେ ଇଡି କଂଗ୍ରେସ ନେତା ମଲ୍ଲିକାର୍ଜୁନ ଖଡ୍‌ଗେଙ୍କୁ ସମନ କରିଛି।
କେନ୍ଦ୍ରୀୟ ଏଜେନ୍ସିର ଅପବ୍ୟବହାର ଅଭିଯୋଗକୁ ନେଇ ସଂସଦରେ ପ୍ରବଳ ଉତ୍ତେଜନା ଦେଖାଦେଇଛି। କିନ୍ତୁ ସଂସଦ ଅଧିବେଶନରେ ଚାଲିଥିବାବେଳେ କଂଗ୍ରେସର ବରିଷ୍ଠ ନେତା ମଲ୍ଲିକାର୍ଜୁନ ଖଡ୍‌ଗେଙ୍କୁ ଇଡି ପକ୍ଷରୁ ସମନ ପଠାଯାଇଛି। ଏନେଇ ଖଡ୍‌ଗେ କହିଛନ୍ତି, କହିଛନ୍ତି ମୋତେ ଭୟଭୀତ କରିବା ପାଇଁ ଏହି ପଦକ୍ଷେପ ନିଆଯାଉଛି। ଗୃହ ଚାଲୁଥିବାବେଳେ ମୋତେ ଇଡି ସମନ ଜାରି କରିବା କେତେଦୂର ଠିକ।
ସୂଚନାଯୋଗ୍ୟ, ବୁଧବାର ଇଡି ପକ୍ଷରୁ ନ୍ୟାଶନାଲ ହେରାଲ୍ଡ ପରିସରରେ ଥିବା ୟଙ୍ଗ ଇଣ୍ଡିଆନ କାର୍ଯ୍ୟାଳୟକୁ ସିଲ କରାଯାଇଥିଲା। ମଲିକାର୍ଜୁନ ଖଡ୍‌ଗେ ୟଙ୍ଗ ଇଣ୍ଡିଆ କମ୍ପାନୀର ଜଣେ ସ୍ବୀକୃତିପ୍ରାପ୍ତ ପ୍ରତିନିଧି। ସେ ଅଫିସରେ ନ ଥିବା ବେଳେ ତାହାକୁ ସିଲ କରାଯାଇଥିଲା। ଅଫିସରେ ଉପସ୍ଥିତ ରହି ସର୍ଚ୍ଚ ଅପରେସନକୁ ସହଯୋଗ କଲେ ଏହି କଟକଣା ପ୍ରତ୍ୟାହାର କରାଯିବ ବୋଲି ଇଡି ପକ୍ଷରୁ କୁହାଯାଇଛି। ଇଡି ଖଡ୍‌ଗେଙ୍କୁ ଆଜି ଅର୍ଥାତ୍‌ ଗୁରୁବାର ଇଡିରେ ହାଜର ହେବା ପାଇଁ ନୋଟିସ ହୋଇଛି। ଏହାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଖଡ୍‌ଗେ। ସଂସଦ ଚାଲିଥିବାବେଳେ ଇଡିରେ ହାଜର ହେବା କେମିତି ସମ୍ଭବ ବୋଲି ସେ କହିଛନ୍ତି।
ଖଡ୍‌ଗେ ଆହୁରି ମଧ୍ୟ କହିଛନ୍ତି, ଗତକାଲି ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀଙ୍କ ଘର ଆଗରେ ପୋଲିସ ଛାଉଣୀ ରହିଥିଲା। ଗଣତନ୍ତ୍ର ଏହିପରି ବଞ୍ଚିବ କି? ଆମେ ଭୟ କରିବୁ ନାହିଁ, ଆମେ ଯୁଦ୍ଧ କରିବୁ।


Enter your email to get our daily news in your inbox.

All Right Reserved By Dharitri.Com

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

SIR ଡ୍ୟୁଟିରେ ଥିବା ବିଚାରପତିଙ୍କୁ ସୁରକ୍ଷା ଦେବା ପାଇଁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

ନୂଆଦିଲ୍ଲୀ/କୋଲକାତା,୨ା୪: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (SIR) ପାଇଁ ନିଯୁକ୍ତ ନ୍ୟାୟିକ ବିଚାରପତିମାନଙ୍କ ପ୍ରତି ସୃଷ୍ଟି ହୋଇଥିବା ବିପଦକୁ ସୁପ୍ରିମକୋର୍ଟ ଗୁରୁବାର ଗମ୍ଭୀର ଭାବରେ…

ରାଘବ ଚଢାଙ୍କୁ ବଡ଼ ଝଟକା , ଉପନେତା ପଦରୁ ହଟାଇଲା AAP

ନୂଆଦିଲ୍ଲୀ,୨।୪: ଆମ ଆଦମୀ ପାର୍ଟି (ଏଏପି) ରାଘବ ଚଢାଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଦଳ ରାଜ୍ୟ ସଭା ସଚିବାଳୟକୁ ଚିଠି ଲେଖି ତାଙ୍କୁ ଗୃହର ଉପନେତା…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

SIR ଅଧିକାରୀଙ୍କୁ ବନ୍ଧକ ରଖିବା ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ: ମମତା ବାନାର୍ଜୀ ସରକାରଙ୍କୁ କାରଣ ଦର୍ଶାଅ ନୋଟିସ

ନୂଆଦିଲ୍ଲୀ,୨।୪: ପଶ୍ଚିମବଙ୍ଗରେ ଏକ ସ୍ବତନ୍ତ୍ର ସଘନ ସମୀକ୍ଷା (SIR) କରିବାକୁ ଯାଇଥିବା ଅଧିକାରୀମାନଙ୍କୁ ବନ୍ଧକ ରଖିବା ମାମଲାରେ ସୁପ୍ରିମକୋର୍ଟ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏହି ମାମଲାରେ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri