Posted inଜାତୀୟ

ଏଏପି ବିଧାୟକଙ୍କୁ ଇଡିର ନୋଟିସ

ନୂଆଦିଲ୍ଲୀ,୧୯।୯: ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ପରେ ଏନ୍‌ଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ(ଇଡି) ଏଏପି ବିଧାୟକ ତଥା ଦିଲ୍ଲୀ ମ୍ୟୁନିସିପାଲିଟି ନିର୍ବାଚନ ଦାୟିତ୍ୱରେ ଥିବା ଦୁର୍ଗେଶ ପାଠକଙ୍କୁ ସୋମବାର ସମନ ଜାରି କରିଛି । ଏନେଇ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆ ଟୁଇଟ କରି ସୂଚନା ଦେଇଛନ୍ତି।

ମନୀଷ ଭାଜପାକୁ ଟାର୍ଗେଟ କରି କହିଛନ୍ତି, ଅବକାରୀ ନୀତିରେ କର୍ପୋରେସନ ନିର୍ବାଚନ ଇନ୍‌ଚାର୍ଜଙ୍କ ଏଥିରେ କ’ଣ ସମ୍ପର୍କ ରହିଛି। ଭାଜପାର ଟାର୍ଗେଟ ମଦ ନୀତି ନା କର୍ପୋରେସନ ନିର୍ବାଚନ ବୋଲି ସେ ଓଲଟା ପ୍ରଶ୍ନ କରିଛନ୍ତି।

ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ, ଉପମୁଖ୍ୟମନ୍ତ୍ରୀ ସିସୋଡିଆ ଏବଂ ଚହଲା ବିଧାୟକଙ୍କ ସମେତ ଏଏପିର ୪ଜଣ ବରିଷ୍ଠ ନେତା ସିବିଆଇ, ଇଡି ଏବଂ ଦୁର୍ନୀତି ନିବାରଣ ବ୍ୟୁରୋ(ଏସିବି) ପରି କେନ୍ଦ୍ରୀୟ ଅନୁସନ୍ଧାନକାରୀ ସଂସ୍ଥାର ସମ୍ମୁଖୀନ ହୋଇଛନ୍ତି।

ସୂଚନାଯୋଗ୍ୟ, ଦିନକ ପୂର୍ବରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଥିଲେ। କେନ୍ଦ୍ର ସରକାର ତାଙ୍କ ଦଳର ମନ୍ତ୍ରୀ ଏବଂ ନେତାଙ୍କୁ ଦୁର୍ନୀତି ମାମଲାରେ ଫସାଇବାକୁ ଚେଷ୍ଟା କରୁଛନ୍ତି। କାରଣ ଭାଜପା ଏଏପିର ଲୋକପ୍ରିୟତାକୁ ସହି ପାରୁନାହିଁ। ତେଣୁ ଦଳ ବିରୋଧରେ ଅନେକ ଷଡ଼ଯନ୍ତ୍ର ରଚୁଛି ବୋଲି କେଜ୍‌ରିଓ୍ବାଲ କହିଛନ୍ତି। ବିଧାୟକଙ୍କ ବିରୋଧରେ ଏପର୍ଯ୍ୟନ୍ତ ୧୬୯ଟି ମାମଲା ରହିଛି। ହେଲେ ଗୋଟିଏ ମାମଲାରେ ତାଙ୍କୁ ଦଣ୍ଡିତ କରାଯାଇ ନ ଥିବା କେଜ୍‌ରିଓ୍ବାଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସ.ଆଇ.ଆର୍‌ ନେଇ ସଚେତନ ହେବା ଜରୁରୀ: ଛାତ୍ରୀଛାତ୍ରଙ୍କ ମଧ୍ୟରେ କୁଇଜ-ଚିତ୍ରାଙ୍କନ ପ୍ରତିଯୋଗିତା

ଭଞ୍ଜନଗର,୯।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସ.ଆଇ.ଆର୍‌ ୨୦୨୬ ଉପରେ ଅଧିକରୁ ଅଧିକ ସଚେତନତା କାର୍ଯ୍ୟକ୍ରମ କରାଯାଉଛି। ଏହାଦ୍ୱାରା ଲୋକେ ଭୋଟର ତାଲିକା ଉପରେ…

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri