Posted inଜାତୀୟ

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ୮ମ ସମନ ପଠାଇଲା ଇଡ଼ି, ହାଜର ନହେଲେ ବଢ଼ିପାରେ ଅଡ଼ୁଆ

ରାଞ୍ଚି,୧୩।୧: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ପୁଣି ସମନ ପଠାଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଜମି ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ତାଙ୍କୁ ପୂର୍ବରୁ ୭ଥର ସମନ କରାଯାଇଥିଲା। ଏବେ ପୁଣି ଇଡି କାର୍ଯ୍ୟାଳୟରେ ହାଜର ହେବାକୁ ତାଙ୍କୁ ନୂଆ ଡେଡ୍‌ଲାଇନ ଦିଆଯାଇଛି। ଅସନ୍ତା ଜାନୁଆରୀ ୧୬ରୁ ୨୦ ଭିତରେ ହାଜର ହେବାକୁ ସୋରେନଙ୍କୁ କୁହାଯାଇଛି। ତେବେ ଯଦି ସେ ହାଜର ନ ହୁଅନ୍ତି ତେବେ ଇଡିର ଅଧିକାରୀମାନେ ତାଙ୍କ ପାଖରେ ପହଞ୍ଚିବେ ବୋଲି କୁହାଯାଇଛି।

ଜମି ଦୁର୍ନୀତି ମାମଲା ସହ ଜଡିତ ମନି ଲଣ୍ଡରିଂ ମାମଲାରେ ପଚରାଉଚରା କରିବା ପାଇଁ ଇଡି ୭ଥର-ଅଗଷ୍ଟ ୧୪, ଅଗଷ୍ଟ ୨୪, ସେପ୍ଟେମ୍ବର ୯, ସେପ୍ଟେମ୍ବର ୨୩, ଅକ୍ଟୋବର ୪, ଡିସେମ୍ବର ୧୨ରେ ସୋରେନଙ୍କୁ ସମନ କରିଥିଲା। କିନ୍ତୁ ସେ ହାଜର ହୋଇ ନ ଥିଲେ। ଏବେ ପୁଣିଥରେ ଇଡି ୮ମ ଥର ପାଇଁ ତାଙ୍କୁ ସମନ ପଠାଇଛି। ଏହାପୂର୍ବରୁ ଝାଡଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଇଡି ଏକ ଚିଠି ପଠାଇଥିଲା। ମନି ଲଣ୍ଡରିଂ ମାମଲାରେ ଆପଣଙ୍କ କେବେ ଓ କେଉଁଠି ବୟାନ ରେକର୍ଡ କରିବା ପାଇଁ ସୁବିଧା ହେବ ସେ ନେଇ ଜଣାନ୍ତୁ ବୋଲି ଇଡି ଚିଠି ମାଧ୍ୟମରେ କହିଥିଲା।

ଅପରପକ୍ଷେ ସୋରେନ୍‌ ଜାନୁଆରୀ ୨ରେ ତାଙ୍କୁ ସମନ ପଠାଇବାର କାରଣ ପଚାରିବା ସହ ଇଡି ଉପରେ ପ୍ରଶ୍ନ ଉଠାଇଥିଲେ। ରାଜନୈତିକ ଉଦ୍ଦେଶ୍ୟରେ ତାଙ୍କୁ ଏହି ସମନ ପଠାଯାଉଛି। ସମନ ପାଇଁ ତାଙ୍କୁ ବାରମ୍ବାର ମିଡିଆ ଟ୍ରାଏଲର ସାମ୍ନା କରିବାକୁ ପଡୁଛି। ଏଭଳି କରି ତାଙ୍କ ଭାବମୂର୍ତ୍ତି ଖରାପ କରିବାକୁ ଚେଷ୍ଟା କରାଯାଉଛି ବୋଲି ସୋରେନ ଇଡିକୁ ଚିଠି ଲେଖି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri