Posted inଜାତୀୟ

୮ ଆଇପିଏସ୍‌ ଅଫିସରଙ୍କୁ ଇଡି ସମନ

କୋଲକାତା,୧୨।୮(ଆଇଏଏନ୍‌ଏସ୍‌):କୋଇଲା ଚୋରା କାରବାର ମାମଲା ସହ ସମ୍ପୃକ୍ତ ପଶ୍ଚିମବଙ୍ଗର ୮ ଜଣ ଭାରତୀୟ ପୋଲିସ ସେବା (ଆଇପିଏସ୍‌) ଅଫିସରଙ୍କୁ ଜେରା ଲାଗି ଦିଲ୍ଲୀ ମୁଖ୍ୟାଳୟରେ ହାଜର ହେବା ନିମନ୍ତେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗୁରୁବାର ସମନ ଜାରି କରିଛି। ୮ ଆଇପିଏସ୍‌ ଅଫିସରଙ୍କ ମଧ୍ୟରେ ଅଛନ୍ତି ରାଜ୍ୟ ପୋଲିସ ସିଆଇଡି ଏବଂ ସ୍ପେଶାଲ ଟାସ୍କଫୋର୍ସ ଏଡିଜି ଜ୍ଞାନଓ୍ବନ୍ତ ସିଂ, ରାଜ୍ୟ ଗୋଇନ୍ଦା ବିଭାଗ ଏଡିଜି ରାଜୀବ ମିଶ୍ର, ଟ୍ରାଫିକ ବିଭାଗ ଡିଆଇଜି ସୁକେଶ କୁମାର ଜୈନ, ରାଜ୍ୟ ସିଭିଲ୍‌ ଡିଫେନ୍ସ ଡିଆଇଜି ଶ୍ୟାମ ସିିଂ, ପୁରୁଲିଆ ଏସ୍‌ପି ଏସ୍‌. ସେଲ୍‌ଭାମୁରୁଗାନ, ଦୁର୍ନୀତି ନିବାରଣ ବିଭାଗ ଏସ୍‌ପି କୋଟେଶ୍ୱର ରାଓ, ପଶ୍ଚିମବଙ୍ଗ ପୋଲିସ ନିଯୁକ୍ତି ବୋର୍ଡ ଏସ୍‌ପି ତଥାଗତ ବସୁ ଏବଂ କାଉଣ୍ଟର ଇନ୍‌ସର୍ଜେନ୍ସି ଫୋର୍ସ ଏସ୍‌ପି ଭାସ୍କର ମୁଖାର୍ଜୀ।
ରାଜ୍ୟରେ କୋଇଲା ଚୋରା କାରବାର ଶୀର୍ଷରେ ପହଞ୍ଚତ୍ଥିବାବେଳେ ଉପରୋକ୍ତ ଅଧିକାରୀମାନେ ସେଥିରେ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଜଡ଼ିତ ଥିବାର ନିର୍ଦ୍ଦିଷ୍ଟ ତଥ୍ୟ ଇଡି ହାତରେ ଲାଗିଥିବା ଏକ ସୂତ୍ରରୁ ଜଣାପଡ଼ିଛି। ପଶ୍ଚିମ ବର୍ଦ୍ଧମାନ ଜିଲାର ଆସାନସୋଲ ଏବଂ ପୁରୁଲିଆ ଜିଲାର କିଛି ଅଞ୍ଚଳ କୋଇଲା ଦୁର୍ନୀତିର ପେଣ୍ଠସ୍ଥଳ ଥିଲା। ଉଭୟ ସିବିଆଇ ଏବଂ ଇଡି ଏହି ଦୁର୍ନୀତି ମାମଲାର ତଦନ୍ତ ଚଳାଇଛି। ଏହି ମାମଲାରେ ପୂର୍ବରୁ ଟିଏମ୍‌ସି ଏମ୍‌ପି ତଥା ଦଳର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀ ଓ ତାଙ୍କ ସ୍ତ୍ରୀ ରୁଜିରାଙ୍କୁ ଇଡି ଜେରା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ ରୁଷରୁ ତେଲ କିଣିବ ନାହିଁ’, ଆମେରିକା ଦାବିର କଡ଼ା ଜବାବ ଦେଲେ ଏସ ଜୟଶଙ୍କର

କଲମ୍ବୋ,୧୫।୨: ରୁଷିଆରୁ ତେଲ ଆମଦାନୀକୁ ନେଇ ଆମେରିକା ଏବଂ ଭାରତ ମଧ୍ୟରେ ପୁଣି ଥରେ କୂଟନୈତିକ ବାକ୍‌ଯୁଦ୍ଧ ଦେଖିବାକୁ ମିଳିଛି। ଜର୍ମାନୀରେ ଅନୁଷ୍ଠିତ ମ୍ୟୁନିକ୍ ସୁରକ୍ଷା ସମ୍ମିଳନୀରେ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri