ଜଗବନ୍ଧୁଙ୍କ ଜାମିନ ଆବେଦନ, ଜବାବ ଦାଖଲ ପାଇଁ ସମୟ ନେଲା ଇଡି

ଭୁବନେଶ୍ୱର,୧୩।୪ (ବ୍ୟୁରୋ): ବହୁଚର୍ଚ୍ଚିତ ହନିଟ୍ରାପ୍‌ ଓ ବେଆଇନ ଅର୍ଥ କାରବାର ମାମଲାରେ ଅର୍ଚ୍ଚନା ନାଗଙ୍କ ସ୍ବାମୀ ଜଗବନ୍ଧୁ ଚାନ୍ଦଙ୍କ ପକ୍ଷରୁ ହାଇକୋର୍ଟରେ ହୋଇଥିବା ଜାମିନ ଆବେଦନର ବୁଧବାର ଶୁଣାଣି ହୋଇଛି। କାହିଁକି ଜଗବନ୍ଧୁଙ୍କୁ ଜାମିନ ଦିଆ ନ ଯିବ ସେନେଇ ଜବାବ ଦାଖଲ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) କୁ କୋର୍ଟ କହିଥିଲେ। ତେବେ ଏହାର ଜବାବ ଦାଖଲ ପାଇଁ ଇଡି ସମୟ ନେଇଛି। ପରବର୍ତ୍ତୀ ଶୁଣାଣିରେ ଜବାବ ଦାଖଲ କରାଯିବ ବୋଲି ଇଡି ପକ୍ଷରୁ କୁହାଯାଇିଛି। ଜଗବନ୍ଧୁଙ୍କ ପକ୍ଷରୁ ଓକିଲ ବିଶ୍ୱଚନ୍ଦନ ମହାନ୍ତି ଓ ଜୟଦୀପ ପାଲ କିଛିଦିନ ତଳେ ହାଇକୋର୍ଟରେ ବେଲ୍‌ ପିଟିଶନ୍‌ ଦାଖଲ କରିଥିଲେ। ଜଷ୍ଟିସ୍‌ ଭି. ନରସିଂହ ଏହି ପିଟିଶନ୍‌ର ଶୁଣାଣି କରୁଛନ୍ତି। ଅନ୍ୟପକ୍ଷରେ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ବ୍ଲାକ୍‌ମେଲ କରିବା ନେଇ ନୟାପଲ୍ଲୀ ଥାନାରେ ହୋଇଥିବା ମାମଲାରେ ଅର୍ଚ୍ଚନାଙ୍କୁ ହାଇକୋର୍ଟ ମଙ୍ଗଳବାର ଜାମିନ ଦେଇଛନ୍ତି। ହେଲେ ଇଡି ଓ ଖଣ୍ଡଗିରି ଥାନାରେ ତାଙ୍କୁ ଜାମିନ ମିଳି ନ ଥିବାରୁ ସେ ଜେଲରେ ରହିଛନ୍ତି। ସେହିପରି ଜଗବନ୍ଧୁ ଓ ସହଯୋଗୀ ଖଗେଶ୍ୱର ପାତ୍ର ମଧ୍ୟ ବହୁଦିନ ଧରି ଜେଲରେ ଦିନ କାଟୁଛନ୍ତି।
ସୂଚନାଯୋଗ୍ୟ, ଶ୍ରଦ୍ଧାଞ୍ଜଳି ବେହେରାଙ୍କ ଦ୍ୱାରା ଅର୍ଚ୍ଚନା ବ୍ଲାକ୍‌ମେଲ କରି ଧମକ ଦେବା ସହ ଟଙ୍କା ମାଗୁଥିବା ନେଇ ଅକ୍ଷୟ ପରିଜା ଗତବର୍ଷ ସେପ୍ଟେମ୍ବର ୩୦ରେ ନୟାପଲ୍ଲୀ ଥାନାରେ ଏତଲା କରିଥିଲେ। ମାମଲାରେ ପୋଲିସ ଅର୍ଚ୍ଚନା ଓ ଶ୍ରଦ୍ଧାଞ୍ଜଳିଙ୍କୁ ଅଭିଯୁକ୍ତ ଦର୍ଶାଇଥିଲା। ସେପଟେ ଅର୍ଚ୍ଚନା, ଜଗବନ୍ଧୁ ଓ ଖଗେଶ୍ୱର ନିଶା ଦେଇ ନଗ୍ନ ଭିଡିଓ କରିବା ପରେ ବ୍ଲାକ୍‌ମେଲ୍‌ କରି ହନିଟ୍ରାପରେ ଫସାଇବାକୁ ବାଧ୍ୟ କରୁଥିଲେ ବୋଲି ଶ୍ରଦ୍ଧାଞ୍ଜଳି ଖଣ୍ଡଗିରି ଥାନାରେ ଅକ୍ଟୋବର ୨ରେ ଏତଲା ଦେଇଥିଲେ। ପୋଲିସ ଅର୍ଚ୍ଚନା ଓ ପରେ ଜଗବନ୍ଧୁଙ୍କୁ ଗିରଫ କରିଥିଲା। ସେହିପରି ବେଆଇନ ଅର୍ଥ କାରବାର ମାମଲାରେ ଇଡି ଖଗେଶ୍ୱରଙ୍କୁ ଗିରଫ କରିବା ସହ ଜେଲରେ ଥିବା ଅର୍ଚ୍ଚନା ଓ ଜଗବନ୍ଧୁଙ୍କୁ ରିମାଣ୍ଡରେ ଆଣି ଗିରଫ ଦର୍ଶାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri