ଅର୍ଚ୍ଚନାଙ୍କ ବେଆଇନ ଅର୍ଥ କାରବାର ମାମଲା: ଆଜି ଚାର୍ଜଶିଟ୍‌ ଦାଖଲ କରିବ ଇଡି

ଭୁବନେଶ୍ୱର,୯।୧(ବ୍ୟୁରୋ): ବେଆଇନ ଅର୍ଥ କାରବାର ମାମଲାରେ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ, ସ୍ବାମୀ ଜଗବନ୍ଧୁ ଚାନ୍ଦ ଓ ବ୍ୟବସାୟିକ ସହଯୋଗୀ ଖଗେଶ୍ୱର ପାତ୍ର ଝାରପଡ଼ା ଜେଲରେ ରହିଛନ୍ତି। ଏହି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ଏହି ତିନି ଅଭିଯୁକ୍ତଙ୍କ ବିରୋଧରେ ସୋମବାର କୋର୍ଟରେ ୧୩୦୦ ପୃଷ୍ଠାର ପ୍ରାଥମିକ ଚାର୍ଜଶିଟ ଦାଖଲ କରାଯିବ। ଏଥିସହ ଜେରା ହୋଇଥିବା ସମସ୍ତ ବ୍ୟକ୍ତିଙ୍କ ଅଡିଓ ଓ ଭିଡିଓ ରେକର୍ଡ ମଧ୍ୟ ଇଡି ଦାଖଲ କରିବ ବୋଲି ସୂଚନା ମିଳିଛି। ଏହି ମାମଲାରେ ଇଡି ଅର୍ଚ୍ଚନା ଓ ଖଗେଶ୍ୱରଙ୍କୁ ଦୁଇଟି ପର୍ଯ୍ୟାୟରେ ଓ ଜଗବନ୍ଧୁଙ୍କୁ ଗୋଟିଏ ପର୍ଯ୍ୟାୟରେ ରିମାଣ୍ଡରେ ଆଣି ଜେରା କରିଥିଲା। ଏଥିସହ ସିନେ ପ୍ରଯୋଜକ ଅକ୍ଷୟ ପରିଜା, ପ୍ରମୋଦ ସ୍ବାଇଁ, ଶ୍ରଦ୍ଧାଞ୍ଜଳି ବେହେରା, ସୁନା ଦୋକାନୀ, ଠିକାଦାର, ଚାର୍ଟାର୍ଡ ଆକାଉଣ୍ଟାଣ୍ଟ୍‌, ଖଗେଶ୍ୱରଙ୍କ ସ୍ତ୍ରୀଙ୍କ ସମେତ ୧୫ରୁ ଅଧିକ ବ୍ୟକ୍ତିଙ୍କୁ ଇଡି ଜେରା କରି ଅର୍ଚ୍ଚନାଙ୍କ ବେଆଇନ ଅର୍ଥ କାରବାର ପ୍ରସଙ୍ଗରେ ବହୁ ପ୍ରମାଣ ପାଇଛି। ନିକଟରେ ଝାରପଡ଼ା ଜେଲରେ ଅର୍ଚ୍ଚନା ଓ ଖଗେଶ୍ୱରଙ୍କୁ ଡିଜିଟାଲ ପ୍ରମାଣପତ୍ର ସଂକ୍ରାନ୍ତରେ ମଧ୍ୟ ପଚରାଉଚରା କରିଥିଲା। ଇଡି ଉକ୍ତ ଚାର୍ଜଶିଟ୍‌ରେ ବେଆଇନ ଅର୍ଥ କାରବାରର ସମସ୍ତ ଦିଗକୁ ନେଇ ପ୍ରମାଣ ରଖିଥିବା କୁହାଯାଉଛି।
ଉଲ୍ଲେଖଯୋଗ୍ୟ, ଇଡି ସମସ୍ତ ୩ଜଣଙ୍କ ସମ୍ପତ୍ତି ବାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ କରିଥିବାବେଳେ ଏଥିପାଇଁ କାରଣ ଦର୍ଶାଅ ନୋଟିସ୍‌ ଜାରି ରଖିଛି। ଆସନ୍ତା ୧୩ ତାରିଖରେ ଏନେଇ କୋର୍ଟରେ ଶୁଣାଣି ହେବାକୁ ଥିବାବେଳେ ଅଭିଯୁକ୍ତମାନେ ଏନେଇ ସେମାନଙ୍କ ପକ୍ଷ ରଖିବେ। ଅନ୍ୟପଟେ ଅର୍ଚ୍ଚନାଙ୍କ ପକ୍ଷରୁ ହାଇକୋର୍ଟରେ ହୋଇଥିବା ଜାମିନ ଆବେଦନର ରାୟ ଆଗାମୀ ଦିନରେ ଆସିବ ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri