ଖୋଳତାଡ଼ କରିବ ଇଡି

ଭୁବନେଶ୍ୱର,୫।୮(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ ପ୍ରାଇଭେଟ ସେକ୍ରେଟାରି (ପିଏସ୍‌) ବିରଞ୍ଚି ନାରାୟଣ ସାହୁଙ୍କ ବେଆଇନ ଅର୍ଥ କାରବାରର ଗୁମର ଖୋଲିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଏବେ ଇଡି ଏହି ମାମଲାର ତଦନ୍ତ କରିବ। କିଭଳି ଭାବେ ବିରଞ୍ଚି ସାଢେ ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଗଚ୍ଛିତ କଲେ ଏବଂ ଏଥିରେ ଆଉ କେଉଁମାନେ ସମ୍ପୃକ୍ତ ସେନେଇ ଖୋଳତାଡ଼ କରାଯିବ। ବିରଞ୍ଚିଙ୍କ ନାମରେ ଏକ ମାମଲା ରୁଜୁ କରାଯାଇଛି ଓ ବିଭିନ୍ନ ଦିଗକୁ ନେଇ ତଦନ୍ତ କରାଯିବ ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଯୁଗ୍ମ ନିର୍ଦ୍ଦେଶକ ମାଧବ ଚନ୍ଦ୍ର ମିଶ୍ର ବୁଧବାର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେହିପରି ଭିଜିଲାନ୍ସ ପକ୍ଷରୁ ମଧ୍ୟ ତଦନ୍ତ ଜାରି ରହିବ। ବିରଞ୍ଚିଙ୍କ ଏତେ ଟଙ୍କା ଠୁଳର ମୁଖ୍ୟ ଉଦ୍ଦେଶ୍ୟ କ’ଣ, ଏହା ପଛରେ ଚାକିରି ରାକେଟ ସମ୍ପୃକ୍ତ କି ନାହିଁ ପ୍ରଭୃତି ବିଭିନ୍ନ ବିଷୟରେ ତାଙ୍କୁ ପଚରାଉଚରା କରାଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
ସୂଚନାଯୋଗ୍ୟ, ଅଧିକ ତଥ୍ୟ ହାସଲ ଉଦ୍ଦେଶ୍ୟରେ ବିରଞ୍ଚିଙ୍କୁ ଭିଜିଲାନ୍ସ ମଙ୍ଗଳବାରଠାରୁ ୪ଦିନିଆ ରିମାଣ୍ଡରେ ନେଇଛି। ଚାକିରି ପାଇଥିବା ଓ ଚାକିରି ପାଇଁ ଆବେଦନ କରିଥିବା ବ୍ୟକ୍ତି ବିରଞ୍ଚିଙ୍କୁ କେତେ ଟଙ୍କା ଦେଇଛନ୍ତି ଏବଂ ଏହି ଆର୍ଥିକ କାରବାରରେ କେହି ବଡ ଅଧିକାରୀ ସାମିଲ ଅଛନ୍ତି କି ନାହିଁ ସେ ସଂକ୍ରାନ୍ତରେ ଭିଜିଲାନ୍ସ ଅନୁସନ୍ଧାନ ଜାରି ରଖିଛି। ଏହି କ୍ରମରେ ମଙ୍ଗଳବାର ଓଡ଼ିଶା ଷ୍ଟାଫ୍‌ ସିଲେକ୍ସନ କମିଶନଙ୍କ କାର୍ଯ୍ୟାଳୟରେ ଦ୍ୱିତୀୟ ଥର ଭିଜିଲାନ୍ସ ପକ୍ଷରୁ ବିଭିନ୍ନ କାଗଜପତ୍ର ଯାଞ୍ଚ କରାଯାଇଥିଲା। ଜୁଲାଇ ୩୧ରେ ବିରଞ୍ଚିଙ୍କୁ ଭୁବନେଶ୍ୱର ନୀଳାଦ୍ରିବିହାରସ୍ଥିତ ବାସଭବନ ଓ କଟକର ଶ୍ୱଶୁର ଘର ସମେତ ୬ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରି ମୋଟ ୩ କୋଟି ୫୧ଲକ୍ଷ ଓ ୫୧ହଜାର ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ କରିଥିଲା। ଏହା ତାଙ୍କ ଆୟର ୨୬୮% ଅଧିକ ବୋଲି କୁହାଯାଇଥିଲା। ଏ ନେଇ ମାମଲା ନଂ. ୧୬/୨୧ ରୁଜୁ କରି ଭିଜିଲାନ୍ସ ତଦନ୍ତ ଜାରି ରଖିଛି। ବିରଞ୍ଚି ମୁଖ୍ୟ ଅଭିଯୁକ୍ତ ଥିବାବେଳେ ତାଙ୍କ ସ୍ତ୍ରୀ, ଶଡ଼ୁ ଏବଂ ଅନ୍ୟ କେତେଜଣ ସହଯୋଗୀ ଥିବା ଦର୍ଶାଇ ସେମାନଙ୍କୁ ତଦନ୍ତ ପରିସରଭୁକ୍ତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri