କମିବାକୁ ଯାଉଛି ଖାଇବା ତେଲ ଦର

ନୂଆଦିଲ୍ଲୀ,୨୨।୧୦: ପାର୍ବଣ ସମୟରେ ଡାଲି ଏବଂ ଖାଇବା ତେଲ ଦର ନିୟନ୍ତ୍ରଣକୁ ଆଣିବା ଲାଗି ବିଭିନ୍ନ ପଦକ୍ଷେପ ନେଉଛନ୍ତି କେନ୍ଦ୍ର ସରକାର। ଆମଦାନୀ ବଢ଼ାଇବା ସହ ଖାଦ୍ୟ ସାମଗ୍ରୀ କଳାବଜାରୀ ରୋକିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଖାଦ୍ୟ ମନ୍ତ୍ରଣାଳୟର ସଚିବ ସୁଧାଂଶୁ ପାଣ୍ଡେ କହିଛନ୍ତି, ସୋରିଷ ତେଲ ଉତ୍ପାଦନ ପୂର୍ବ ଅପେକ୍ଷା ୧୦ ଲକ୍ଷ ମେଟ୍ରିକ ଟନ୍‌ ବଢ଼ିଛି। ଏହାର ପ୍ରଭାବ ବଜାର ଉପରେ ଶୀଘ୍ର ପଡ଼ିବ। ଫଳରେ ଖାଇବା ତେଲ ଦର ହ୍ରାସ ହୋଇପାରେ। ଏହା ଦ୍ୱାରା ପାର୍ବଣରେ ଲୋକଙ୍କୁ କିଛିଟା ଆଶ୍ୱସ୍ତି ମିଳିବ।

ପାଣ୍ଡେ କହିଛନ୍ତି, ମାଲେସିଆରେ ଶ୍ରମିକଙ୍କ ଅଭାବ ଏବଂ ବାୟୋଫୁଏଲ ପ୍ରସ୍ତୁତି ଲାଗି ଖାଇବା ତେଲର ଡାଇଭର୍ସନ କାରଣରୁ ଅନ୍ତର୍ଜାତୀୟ ବଜାରରେ ତେଲ ଦର ବଢ଼ିଛି। ଏଭଳି ସ୍ଥିତି ସତ୍ତ୍ୱେ ମଧ୍ୟ ଭାରତ ବଜାର ଉପରେ ଏହାର ବିଶେଷ ଭାବେ ପ୍ରଭାବ ପଡିନାହିଁ। ସରକାର ଡାଲି ଦର ନିୟନ୍ତ୍ରଣ କରିବା ଲାଗି ମଧ୍ୟ ପ୍ରୟାସ ଜାରି ରଖିଛନ୍ତି। ଗତ ବର୍ଷ ତୁଳନାରେ ଚଳିତ ବର୍ଷ ଚଣାଡାଲି ଆମଦାନୀ କମିଛି। ଆସନ୍ତା ମାସରେ ରାଜ୍ୟ ସ୍ତରରେ ଖାଇବା ତେଲ ଏବଂ ଡାଲି ଉପଲବ୍ଧତା ନେଇ କେନ୍ଦ୍ର ସରକାର ସମୀକ୍ଷା କରିବେ। ଆଗାମୀ ଫେବୃୟାରୀ ବେଳକୁ ଖାଇବା ତେଲ ଏବଂ ଡାଲି ଦର କମିବା ନେଇ ସରକାର ଆଶା ରଖିଛନ୍ତି। ଏହି ସମୟରେ ନୂଆ ଫସଲ ଅମଳ ମଧ୍ୟ ହୋଇଥିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର...

ଚିକିତ୍ସା ପାଇଁ ଲଣ୍ଡନ ଯାଇପାରିଲେନି ଖାଲେଦା ଜିଆ

ଢାକା,୭।୧୨: ଗୁରୁତର ଅସୁସ୍ଥ ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କୁ ଚିକିତ୍ସା କରୁଥିବା ମେଡିକାଲ ବୋର୍ଡ ଶନିବାର ଅନିର୍ଦ୍ଦିଷ୍ଟ କାଳ ପାଇଁ ତାଙ୍କର ଲଣ୍ଡନ ଯାତ୍ରା...

ହଷ୍ଟେଲରେ ଆଖିବୁଜା ଗୁଳି ଚାଳନା, ୧୧ ମୃତ

କେପଟାଉନ,୭।୧୨: ଦକ୍ଷିଣ ଆଫ୍ରିକାରେ ଏକ ଭୟଙ୍କର ଗୁଳିକାଣ୍ଡ ଘଟିଛି। ଏଥିରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଦକ୍ଷିଣ ଆଫ୍ରିକା ପୋଲିସ ସେବା (SAPS) ଶନିବାର...

Justin Trudeau-Katy Perry Relationship: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ-କେଟି ପେରିଙ୍କ ସମ୍ପର୍କର ଖୁଲାସା, ନିଜେ ଶେୟାର କଲେ ଅପଡେଟ ପୋଷ୍ଟ

ଓଟାଓ୍ବା,୭।୧୨: ଆମେରିକୀୟ ପପ ଷ୍ଟାର କେଟି ପେରି ଶେଷରେ ତାଙ୍କ ବ୍ୟକ୍ତିଗତ ସମ୍ପର୍କକୁ ନେଇ ଚାଲିଥିବା କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ସେ ଇନଷ୍ଟାଗ୍ରାମରେ ଫଟୋ ଏବଂ...

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ତାରିଣୀ ପୀଠର ବିକାଶ ପାଇଁ କଲେ ବଡ଼ ଘୋଷଣା

କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଭୁବନେଶ୍ୱରରୁ ଆସି ଘଟଗାଁରେ ପହଞ୍ଚିଛନ୍ତି। ଏକ ବିରାଟ ଶୋଭାଯାତ୍ରାରେ...

ରେକର୍ଡ ଭାଙ୍ଗୁଛି ଶୀତ, ରାଜ୍ୟର ସବୁଠୁ ଥଣ୍ଡା ସହର ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତର ଲହରି ରେକର୍ଡ ଭାଙ୍ଗିଛି। ଦିନକୁ ଦିନ ତାପମାତ୍ରା ହ୍ରାସ ପାଇ ରବିବାର ସକାଳ ସୁଦ୍ଧା ୭.୫...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ଗୁଡ ନ୍ୟୁଜ ଦେଲା ଏୟାର ଇଣ୍ଡିଆ, ଖୁସି ହେବେ ଯାତ୍ରୀ

ନୂଆଦିଲ୍ଲୀ,୭।୧୨: ଦେଶବ୍ୟାପୀ ଅନେକ ଇଣ୍ଡିଗୋ ବିମାନ ବାତିଲ ହେବା ଫଳରେ ଯାତ୍ରା ଗୁରୁତର ଭାବରେ ବାଧାପ୍ରାପ୍ତ ହୋଇଛି। ଏହାର ଜବାବରେ, ଏୟାର ଇଣ୍ଡିଆ ଏବଂ ଏୟାର...

SBI ରେ ଆକାଉଣ୍ଟ ଅଛି କି? ଏହି ଭୁଲ କରୁଥିଲେ କଟିଯିବ ଟଙ୍କା…

ନୂଆଦିଲ୍ଲୀ,୭।୧୨: ଆପଣଙ୍କର ଷ୍ଚେଟ ବ୍ୟାଙ୍କ ଅଫ ଇଣ୍ଡିଆ(SBI) ବ୍ୟାଙ୍କରେ ଖାତା ଅଛି କି? ଆପଣଙ୍କର ATMରୁ ବାରମ୍ୱାର ଟଙ୍କା ଉଠାଇବାର ଅଭ୍ୟାସ ରହିଛି କି? ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri