ଶସ୍ତା ହେବ ଖାଇବା ତେଲ

ନୂଆଦିଲ୍ଲୀ,୧୬ା୬(ଅଭୟ ଦାଶ): ଦରଦାମ ବୃଦ୍ଧି ଯୋଗୁ ହନ୍ତସନ୍ତ ହେଉଥିବା ଜନସାଧାରଣଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି ଦେବାକୁ ଯାଇ କେନ୍ଦ୍ର ସରକାର ରିଫାଇନ ସୋୟାବିନ ଏବଂ ସୂର୍ଯ୍ୟମୁଖୀ ତେଲ ଉପରୁ ମୌଳିକ ଆମଦାନୀ ଶୁଳ୍କ ୧୭.୫%ରୁ ୧୨.୫%କୁ ହ୍ରାସ କରିଛନ୍ତି। ଅର୍ଥାତ୍‌ ୫% କମ୍‌ କରାଯାଇଛି। ଏହା ଗୁରୁବାରଠାରୁ ଲାଗୁ ହୋଇଛି। ୨୦୨୪ ମାର୍ଚ୍ଚ ୩୧ ଯାଏ ଏହା ବଳବତ୍ତର ରହିବ ବୋଲି ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ ବଣ୍ଟନ ମନ୍ତ୍ରଣାଳୟର ବିଜ୍ଞପ୍ତିରୁ ଜଣାପଡ଼ିଛି। ଏହି ହ୍ରାସ ପରେ ଏହି ଦୁଇ ଖାଇବା ତେଲର ପ୍ରଭାବୀ ଆମଦାନୀ ଶୁଳ୍କ ୧୩.୭୫% ହୋଇଛି, ଯେଉଁଥିରେ ମୌଳିକ ଆମଦାନୀ ଶୁଳ୍କ ଏବଂ ଏହା ଉପରେ ୧୦% ସାମାଜିକ କଲ୍ୟାଣ ସେସ୍‌ ଅନ୍ତର୍ଭୁକ୍ତ ରହିଛି। ସେହିପରି ସମସ୍ତ ଅଶୋଧିତ ଖାଇବା ତେଲ ଉପରେ ଆମଦାନୀ ଶୁଳ୍କ ୫.୫% ଲାଗୁ ହୋଇଛି।
ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ଯେ, ମୌଳିକ ଆମଦାନୀ ଶୁଳ୍କ ଏପରି ଏକ ଟିକସ, ଯାହା ଘରୋଇ ବଜାରରେ ଖାଇବା ତେଲ ମୂଲ୍ୟକୁ ମହଙ୍ଗା କରେ। ଫଳରେ ଖାଉଟିଙ୍କୁ ଅଧିକ ଅର୍ଥ ଦେଇ ଖାଇବା ତେଲ କିଣିବାକୁ ହୋଇଥାଏ। ରିଫାଇନ୍‌ ସୋୟାବିନ ଓ ସୂର୍ଯ୍ୟମୁଖୀ ତେଲର ଆମଦାନୀ ଉପରୁ ମୌଳିକ ଆମଦାନୀ ଶୁଳ୍କ ହ୍ରାସ ହେବା ଫଳରେ ଘରୋଇ ବଜାରରେ ଏହି ଦୁଇ ତେଲର ଖୁଚୁରା ମୂଲ୍ୟ କମିବ। ଏହା ଫଳରେ ଖାଉଟି ଉପକୃତ ହେବେ। କେନ୍ଦ୍ର ସରକାର ୨୦୨୧ ଅକ୍ଟୋବରରେ ରିଫାଇନ୍‌ ହୋଇଥିବା ସୋୟାବିନ ଓ ସୂର୍ଯ୍ୟମୁଖୀ ତେଲ ଉପରୁ ମୌଳିକ ଆମଦାନୀ ଶୁଳ୍କ ୩୨.୫ ଶତାଂଶରୁ ୧୭.୫ ଶତାଂଶକୁ ହ୍ରାସ କରିଥିଲେ। ସେତେବେଳେ ଏହି ଦୁଇ ତେଲର ଅନ୍ତର୍ଜାତୀୟ ମୂଲ୍ୟ ଅତି ଅଧିକ ଥିବାରୁ ସରକାର ଏହି ନିଷ୍ପତ୍ତି ଗ୍ରହଣ କରିଥିଲେ। ସେତେବେଳେ ମୌଳିକ ଆମଦାନୀ ଶୁଳ୍ପ ଉଚ୍ଚା ଥିବା ଯୋଗୁ ଘରୋଇ ବଜାରରେ ଏହି ତେଲର ଦାମ ବହୁ ଅଧିକ ଥିଲା ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।
ସଲଭେଣ୍ଟ ଏକ୍ସଟ୍ରାକ୍ଟର୍ସ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏସ୍‌ଇଏ)ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ବି.ଭି. ମେହେଟା କହିଛନ୍ତି ଯେ, ଅଶୋଧିତ ଏବଂ ରିଫାଇନ୍‌ ସୋୟାବିନ ଓ ସୂର୍ଯ୍ୟମୁଖୀ ତେଲ ମଧ୍ୟରେ ଆମଦାନୀ ଶୁଳ୍କ ପାର୍ଥକ୍ୟ କମ୍‌। ତଥାପି ରିଫାଇନ୍‌ ସୋୟାବିନ ଓ ସୂର୍ଯ୍ୟମୁଖୀ ତେଲର ଶିପ୍‌ମେଣ୍ଟ ସମ୍ଭାବନା ବହୁତ କମ୍‌। କିନ୍ତୁ ସରକାରଙ୍କ ଏହି ପଦକ୍ଷେପ ଦ୍ୱାରା ବଜାର ଉପରେ ଅସ୍ଥାୟୀ ଭାବେ କିଛି ପ୍ରଭାବ ପଡ଼ିପାରେ ବୋଲି ମେହେଟା କହିଛନ୍ତି। ସାଧାରଣତଃ ଭାରତ ଅନ୍ୟ ଦେଶରୁ ସୋୟାବିନ ଓ ସନ୍‌ଫ୍ଲାଓ୍ବାର ତେଲ ଅଶୋଧିତ ଆକାରରେ ଆମଦାନୀ କରିଥାଏ। ଏହାପରେ ତାହାକୁ ରିଫାଇନ କରାଯାଇ ବଜାରରେ ବିକ୍ରି ହୋଇଥାଏ। ସୂଚନାଯୋଗ୍ୟ ଯେ, ଦେଶରେ ଚାହିଦାର ପ୍ରାୟ ୬୦ ପ୍ରତିଶତ ଖାଇବା ତେଲ ବାହାରୁ ଆମଦାନୀ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?