ପାର୍ଟଟାଇମ ଚାକିରି ନାଁରେ ଆସୁଛି ଏସ୍‌ଏମ୍‌ଏସ୍‌: ଜାଲରେ ଫସୁଛନ୍ତି ଶିକ୍ଷିତ ବେକାରି

ଭୁବନେଶ୍ୱର,୨୪।୧(ବ୍ୟୁରୋ): ସାରା ଦେଶରେ ଅନଲାଇନ ଠକେଇ ମୁଣ୍ଡ ବ୍ୟଥା ପାଲଟିଛି। ସାଇବର ଠକ ଘରେ ବସି ନୂଆ ନୂଆ ତରିକାରେ ଲୋକଙ୍କୁ ଠକୁଛନ୍ତି। ମୋବାଇଲ୍‌ ଓ ଇଣ୍ଟରନେଟ୍‌ ସହ ଜଡିତ ଥିବା ଲୋକେ ସଚେତନତା ଅଭାବରୁ ଖୁବ ସହଜରେ ଏମିତିକା ଠକଙ୍କ ଶିକାର ହେଉଛନ୍ତି। କେତେବେଳେ ବ୍ୟାଙ୍କ କର୍ମଚାରୀ ସାଜି ତ କେତେବେଳ ଗିଫ୍ଟ ଲୋଭ ଦେଖାଇ ଲୋକଙ୍କ ଆକାଉଣ୍ଟରୁ ଟଙ୍କା ଗାଏବ କରିନେଉଛନ୍ତି। ଏବେ ଠକମାନେ ପାର୍ଟ ଟାଇମ ଚାକିରି ନାଁରେ ଶିକ୍ଷିତ ଯୁବତୀଯୁବକଙ୍କୁ ଟାର୍ଗେଟ କରୁଛନ୍ତି। ଘରେ ବସି ଟଙ୍କା ରୋଜଗାର କରନ୍ତୁ ଆଦି ମେସେଜ ମୋବାଇଲ ଫୋନ୍‌କୁ ପଠାଉଛନ୍ତି। କେହି ବିଶ୍ୱାସ କରି ଦିଆଯାଇଥିବା ଲିଙ୍କ ଖୋଲିଲେ କିମ୍ବା ସମ୍ପୃକ୍ତ ନମ୍ବରରେ କଲ୍‌ କଲେ ଚାକିରି ଦେବାକୁ କହି ଟଙ୍କା ଠକି ନେଉଛନ୍ତି। ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅଧୀନସ୍ଥ ନ୍ୟାଶନାଲ ସାଇବର କ୍ରାଇମ ରିପୋର୍ଟିଂ ପୋର୍ଟାଲ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଭଳି କୌଣସି ମେସେଜ ଆସିଲେ ତାହାକୁ ଅଣଦେଖା କରିବା ପାଇଁ ଏଥିରେ କୁହାଯାଇଛି। ସାଇବର ଦୋସ୍ତ ପକ୍ଷରୁ ଏନେଇ ସତର୍କ କରାଯିବା ସହ ଏପରି କୌଣସି ଲିଙ୍କ୍‌ରେ କ୍ଲିକ୍‌ ନ କରିବାକୁ ପରାମର୍ଶ ଦିଆଯାଇଛି। ଯଦି ଏପରି କୌଣସି ଅସୁବିଧାର ସମ୍ମୁଖୀନ ହେଉଛନ୍ତି ତେବେ ତୁରନ୍ତ ସାଇବର ହେଲ୍ପ ଲାଇନ ନମ୍ବର ୧୫୫୨୬୦ରେ ସକାଳ ୯ରୁ ସନ୍ଧ୍ୟା ୬ଟା ମଧ୍ୟରେ ଯୋଗାଯୋଗ ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ ଗାନ୍ଧୀ , ପପୁ ଯାଦବଙ୍କ ନାମରେ ରୁଜୁ ହେଲା ମାମଲା, କାହିଁକି ଜାଣନ୍ତୁ…

ବାରାଣସୀ,୧ା୮: ପାର୍ଲାମେଣ୍ଟରେ ବିରୋଧୀ ଦଳ ଏମ୍‌ପିମାନଙ୍କ ବିକ୍ଷୋଭ ବେଳେ ସନାତନ ଧର୍ମକୁ ଅପମାନିତ କରାଯିବା ସହ ଧର୍ମୀୟ ଭାବାବେଗକୁ ଆଘାତ ପହଞ୍ଚାଇଥିବା ଅଭିଯୋଗରେ ବାରାଣସୀ ପୋଲିସ ଶନିବାର…

ବାଇକ୍‌ରେ ଘରକୁ ଯାଉଥିବା ବେଳେ ମୁହାଁମୁହିଁ ଧକ୍କା: ସ୍ପେଶାଲ ବ୍ରାଞ୍ଚ ଏଏସ୍‌ଆଇ ମନୋଜ ପାଢ଼ୀଙ୍କ ମୃତ୍ୟୁ, ପୋଲିସ ମହଲରେ…

ପାରଳାଖେମୁଣ୍ଡି,୧।୮ (ଗିରିଧାରୀ ପରିଛା): ଗଜପତି ଜିଲା ସ୍ପେଶାଲ ବ୍ରାଞ୍ଚରେ କାର୍ଯ୍ୟରତ ଏଏସ୍‌ଆଇ ମନୋଜ କୁମାର ପାଢ଼ୀଙ୍କର ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଏହି…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri