ଶିକ୍ଷକ ଅଭାବ, ପାଠପଢ଼ା ବାଧାପ୍ରାପ୍ତ

ଯାଁଳା,୧୭ା୧୦(ଡି.ଏନ୍‌.ଏ.): ସରକାର ଶିକ୍ଷାର ବିକାଶ ସହ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ୀକରଣ କରିବାରେ ଲାଗିପଡିଛନ୍ତି। ବିଦ୍ୟାଳୟକୁ ସ୍ମାର୍ଟରେ ରୂପାନ୍ତରଣ କରି ପିଲାଙ୍କ ପାଠପଢା ସ୍ମାର୍ଟ କରାଉଛନ୍ତି। ହେଲେ ଜଟଣୀ ବ୍ଲକ ମୁଣ୍ଡମୁହାଣ କୃଷ୍ଣ ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରରେ ଏହାର ବାସ୍ତବ ରୂପ ଦେଖିବାକୁ ମିଳିଛି।
ସୂଚନା ମୁତାବକ, ପୂର୍ବରୁ ବିଦ୍ୟାଳୟରେ ପ୍ରାଥମିକ ସ୍ତରରେ ୩ ଶିକ୍ଷକ, ହେଡ୍‌ମାଷ୍ଟର, ୪ର୍ଥରୁ ୫ମ ପର୍ଯ୍ୟନ୍ତ ୬ ଶିକ୍ଷକ, ହେଡ୍‌ମାଷ୍ଟର ଏବଂ ୮ମରୁ ୧୦ମ ପର୍ଯ୍ୟନ୍ତ ୭ ଶିକ୍ଷକ, ହେଡ୍‌ ମାଷ୍ଟର, ଜଣେ କିରାଣି ଓ ୩ ପିଅନ ଥିଲେ। ପରେ ସରକାର ସମସ୍ତ ସ୍ତରକୁ ମିଶାଇ ଗୋଟିଏ ବିଦ୍ୟାଳୟରେ ପରିଣତ କରିଦେଲେ। ମୁଣ୍ଡମୁହାଣ କୃଷ୍ଣ ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟରରେ ୧ମରୁ ୮ମ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ୧୧ ଜଣ ଶିକ୍ଷକଙ୍କ ଆବଶ୍ୟକତା ଥିବାବେଳେ ୭ ଶିକ୍ଷକ ଅଛନ୍ତି। ୯ମ ଓ ୧୦ମ ପାଇଁ ମାତ୍ର ୪ ଶିକ୍ଷକ ଥିବାବେଳେ ୩ ପିଇଟି ଶିକ୍ଷକ ଅଛନ୍ତି। ପିଇଟି ଶିକ୍ଷକଙ୍କ ପାଠପଢ଼ାକୁ ପିଲାମାନେ ବେଳେବେଳେ ସହଜରେ ଗ୍ରହଣ କରିପାରୁନାହାନ୍ତି। ଏଥିସହ ସଂସ୍କୃତ ଶିକ୍ଷକ ନ ଥିବାରୁ ପିଲାଙ୍କୁ ସଂସ୍କୃତ ପଢ଼ିବାରେ କଷ୍ଟକର ହେଉଛି। ସେହିଭଳି ଗଣିତ ଓ ବିଜ୍ଞାନ ପାଠପଢ଼ାରେ ସମାନ ସ୍ଥିତି ଉପୁଜିଛି। ଇତିମଧ୍ୟରେ ସ୍କୁଲରୁ ୬ ଜଣ ଶିକ୍ଷକ ବଦଳି ହୋଇଗଲେଣି। କିନ୍ତୁ ବଦଳି ପରେ ଏଠାକୁ ଅନ୍ୟ ଶିକ୍ଷକଙ୍କୁ ପଠାଯାଉନାହିଁ। ଶିକ୍ଷକ ଅଭାବରୁ ପିଲାମାନେ ଠିକ୍‌ ଶିକ୍ଷାଲାଭ ପାଇପାରୁନାହାନ୍ତି। ଏନେଇ ଡିଇଓଙ୍କୁ ବାରମ୍ବାର ଫୋନ ଯୋଗେ ଯୋଗାଯୋଗ କରାଯିବା ପରେ ସେ ଫୋନ ଉଠାଇଥିଲେ। ଖୁବ୍‌ଶୀଘ୍ର ବିଦ୍ୟାଳୟକୁ ଶିକ୍ଷକ ଦିଆଯିବ ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri