ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ ଏକ ଏଜୁକେଶନ କମ୍ପ୍ଲେକ୍ସ ନିର୍ମାଣ ହୋଇଥିଲା। କମ୍ପ୍ଲେକ୍ସ ଉଦ୍‌ଘାଟନ ହେବାର ୬ ବର୍ଷ ବିତିଯାଇଥିଲେ ମଧ୍ୟ ଏହା କାର୍ଯ୍ୟକ୍ଷମ ହୋଇନାହିଁ। ଏ ନେଇ ଫେବୃଆରୀ ୨୦ରେ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଯାଇଥିଲା। ରାୟଗଡ଼ା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ନିର୍ଦ୍ଦେଶରେ ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲୀପଙ୍କ ହସ୍ତକ୍ଷେପ ପରେ ଅଧିକାରୀମାନେ ମଙ୍ଗଳବାର ଘଟଣାସ୍ଥଳ ପରିଦର୍ଶନ କରିଥିଲେ। ଡେପୁଟି କଲେକ୍ଟର ଜନ ବଡ଼ଭୁଆଁ, ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଗଙ୍ଗାଧର ବେହେରା, ସ୍ଥାନୀୟ ସରପଞ୍ଚ ନମେଶ ଶବର, ପୁଟାସିଂ ସରପଞ୍ଚ ଏସିଆ ଶବରଙ୍କ ସହ ଅନ୍ୟାନ୍ୟ ଅଧିକାରୀମାନେ କୋଠାଗୁଡିକ ଯାଞ୍ଚ କରିଥିଲେ। ଯାଞ୍ଚ ସମୟରେ ବହୁ ସରଞ୍ଜାମ ନଷ୍ଟ ହୋଇଥିବା, ବିଦ୍ୟୁତ୍‌ ସାମଗ୍ରୀ ଚୋରି ହୋଇଯାଇଥିବା ଓ କୋଠାଗୁଡ଼ିକ ଅସନା ଅବସ୍ଥାରେ ଥିବା ଦେଖା ଯାଇଥିଲା।
ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ ୨୦୧୯ ଜୁଲାଇ ୮ରେ ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ସାରକାଙ୍କ ଦ୍ୱାରା ଏହି କମ୍ପ୍ଲେକ୍ସର ଉଦ୍‌ଘାଟନ କରାଯାଇଥିଲା। କିନ୍ତୁ ସ୍କୁଲ ଓ ହଷ୍ଟେଲ ଆଜି ପର୍ଯ୍ୟନ୍ତ ଚାଲୁ ହୋଇ ନ ଥିବାରୁ କୋଠାଗୁଡିକ ଅବହେଳିତ ଅବସ୍ଥାରେ ପଡ଼ିରହିଛି। ସେହିପରି ସ୍କୁଲ ପରିସର ଖୋଲା ଅବସ୍ଥାରେ ଥିବା ବେଳେ ଲଟାବୁଦା ମାଡ଼ିଯାଇଥିବା ଓ ଆସବାବପତ୍ର ଉଇ ଖାଇ ନଷ୍ଟ ହୋଇଯାଇଥିବା ଦେଖିବାକୁ ମିଳିଛି। ଜିଲା ମଙ୍ଗଳ ବିଭାଗ ପକ୍ଷରୁ କମ୍ପ୍ଲେକ୍ସକୁ ଚଳିତ ବର୍ଷରେ ଚାଲୁ କରିବା ପାଇଁ ପ୍ରୟାସ ଚାଲିଥିବା କୁହାଯାଇଛି। ଏହାସହ ଗୁଣପୁର ଆଦିବାସୀ ଉନ୍ନୟନ ପ୍ରକଳ୍ପ ପକ୍ଷରୁ ଆସନ୍ତା ଜୁନ ସୁଦ୍ଧା ଆବଶ୍ୟକ ମରାମତି କାମ ସମାପ୍ତ କରିବା ଲକ୍ଷ୍ୟ ରଖାଯାଇଥିବା କୁହାଯାଇଛି।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

ସମାନ ବୟସ, ସମାନ ହସ୍ପିଟାଲ, ଭାଇରାଲ ହେଉଛି ଲତା ଦିଦିଙ୍କ ସହ ଆଶାଙ୍କ ପିଲା ଦିନର ଫଟୋ, ପ୍ରଶଂସକ ହେଉଛନ୍ତି ଇମୋଶନାଲ

ମୁମ୍ବାଇ,୧୨।୪: ଗାୟିକା ଆଶା ଭୋଁସଲେଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହେବା ପରେ ତାଙ୍କୁ ଶନିବାର ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ହେଲେ ରବିବାର ୯୨…

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ସଙ୍ଗୀତ ଜଗତରେ ଶୋକର ଛାୟା: ନିରବି ଗଲେ କିମ୍ବଦନ୍ତୀ ଗାୟିକା ଆଶା ଭୋସଲେ

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର ଅନନ୍ୟ ପ୍ରତିଭା ତଥା ପ୍ରଖ୍ୟାତ ଗାୟିକା ଆଶା ଭୋସଲେଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା।…

ଫେଲ ମାରିଲା ପାକିସ୍ତାନର ମଧ୍ୟସ୍ଥତା, ହର୍ମୁଜ ବନ୍ଦ! ୟୁ-ଟର୍ନ ନେଲା ୨ ତେଲ ଟ୍ୟାଙ୍କର, ପାକିସ୍ତାନ ଜାହାଜ ବି ସାମିଲ

ତେହରାନ,୧୨।୪: ଇସଲାମାବାଦରେ ଆମେରିକା ଏବଂ ପାକିସ୍ତାନ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି। ୧୪ ଦିନିଆ ଅସ୍ତ୍ରବିରତି ଉପରେ ସହମତି ପରେ ଉଭୟ ଦେଶ ଆଲୋଚନାରେ ସାମିଲ…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri