ଶିକ୍ଷା ବିଭାଗ ପକ୍ଷରୁ ଡ୍ରପ୍‌ଆଉଟ୍‌ ସର୍ଭେ କାର୍ଯ୍ୟ ଆରମ୍ଭ

ବାଲିଗୁଡ଼ା,୩୦ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକରେ ବୁଧବାରଠାରୁ ଡ୍ରପ୍‌ ଆଉଟ ସର୍ଭେ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଏହା ମେ’ ୫ ତାରିଖ ପର୍ଯ୍ୟନ୍ତ ଚାଲୁ ରହିବ। ବ୍ଲକ ଶିକ୍ଷାଧିକାରୀ ମହେଶର ମାଝି ଓ ସିଆରସିସି ସୌଦାମିନି ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପଣସପଡି ଉଚ୍ଚ ପ୍ରାଥମିକ ଶିକ୍ଷୟିତ୍ରୀଶିକ୍ଷକମାନେ ନିଜ ଅଞ୍ଚଳରେ ଘରକୁ ଘର ବୁଲି ଡ୍ରପ୍‌ ଆଉଟ୍‌ ସର୍ଭେ କାର୍ଯ୍ୟ ଆରମ୍ଭ କରିଛନ୍ତି। ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ନମିତା ପ୍ରହରାଜ ଏକ ୪ ଜଣିଆ ଟିମ୍‌ ଗଠନ କରି ଶିକ୍ଷୟିତ୍ରୀ ସବିତା ମହାନ୍ତି , ଜ୍ୟୋତିର୍ମୟୀ ଶତପଥୀ, ମିନାକ୍ଷୀ ତ୍ରିପାଠୀ,ପ୍ରମିଳା ବଳିଆରସିଂ, ମୋହିନୀ ପ୍ରଧାନ, ସୁଦୀପ୍ତା ମହାପାତ୍ର , ଲକ୍ଷ୍ମୀପ୍ରିୟା ମଲ୍ଲିକ, ଶିକ୍ଷକ ରଞ୍ଜନ କୁମାର ପାନିଗ୍ରାହୀଙ୍କୁ ନେଇ ୪ଟି ସାହିକୁ ଯାଇ ଶୂନରୁ ୧୮ ବର୍ଷର ପିଲାଙ୍କୁ ଚିହ୍ନଟ କରିବେ ଶିକ୍ଷୟିତ୍ରୀ/ଶିକ୍ଷକ। କେଉଁ ଗ୍ରାମର କେତେ ପିଲା ଅଧାରୁ ପାଠପଢ଼ା ଛାଡ଼ିଛନ୍ତି ତାହାର ତାଲିକା ପ୍ରସ୍ତୁତ କରିଛନ୍ତ। ଆଖପାଖ ଅଞ୍ଚଳ ସମେତ ନିକଟବର୍ତ୍ତୀ ଗାଁ ,ସାହି, କଲୋନୀରେ ପହଞ୍ଚି ସେମାନେ ପିଲାଙ୍କ ସମ୍ପର୍କରେ ଟିକିନିଖି ତଥ୍ୟ ସଂଗ୍ରହ କରିବେ ଗାଁରେ କେତେ ପିଲା ରହିଛନ୍ତି? ପିଲାଙ୍କ ନାମ, ବୟସ, ଲିଙ୍ଗ ଆଦି ବିଷୟରେ ତଥ୍ୟ ସଂଗ୍ରହ କରିଛନ୍ତ। କେଉଁ କାରଣ ପାଇଁ ଅଧାରୁ ପିଲା ପାଠପଢ଼ା ଛାଡ଼ିଛନ୍ତି ତାହା ମଧ୍ୟ ସ୍ପଷ୍ଟ କରିବେ, କେଉଁ ଭାଷାରେ କଥାବାର୍ତ୍ତା କରନ୍ତି, ଦିବ୍ୟାଙ୍ଗ କି ନାହିଁ; ସେ ସଂକ୍ରାନ୍ତରେ ମଧ୍ୟ ସମସ୍ତ ତଥ୍ୟ ସଂଗ୍ରହ କରାଯିବା ସହ ବ୍ଲକର ପ୍ରତ୍ୟେକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ/ଶିକ୍ଷୟତ୍ରୀମାନଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଶିକ୍ଷକ, ଶିକ୍ଷୟିତ୍ରୀ ଏହି କାର୍ଯ୍ୟ କରିବାକୁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri