ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗୋଟିଏ ପଟେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଷାଣ୍ମାସିକ ପରୀକ୍ଷା ଚାଲିଥିବା ବେଳେ ଅନ୍ୟପଟେ ଶିକ୍ଷା ବିଭାଗ ପକ୍ଷରୁ ଜିଲାସ୍ତରୀୟ ବିଦ୍ୟାଳୟ ସମୂହ ଖେଳକୁଦ ପ୍ରତିଯୋଗିତା ଆୟୋଜନ କରାଯାଇଛି। ଫଳରେ ଜିଲ୍ଲାସ୍ତରୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିଥିବା କେତେକ ଛାତ୍ରଛାତ୍ରୀ ଷାଣ୍ମାସିକ ପରୀକ୍ଷା ଦେଇପାରି ନ ଥିବା ଅଭିଯୋଗ ହୋଇଛି।

ବୀରମହାରାଜପୁର ବ୍ଲକର ୧୬ଟି କ୍ଲଷ୍ଟର ଅଧୀନ ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ସୋମବାରଠାରୁ ଷାଣ୍ମାସିକ ପରୀକ୍ଷା ଆରମ୍ଭ ହୋଇ ଗୁରୁବାର ଶେଷ ହେବ। ଏହି ବ୍ଲକରେ ପ୍ରଥମରୁ ପଞ୍ଚମ ଶ୍ରେଣୀରେ ୫,୩୮୮ ଜଣ ଏବଂ ଷଷ୍ଠରୁ ଅଷ୍ଟମ ଶ୍ରେଣୀରେ ୩,୯୧୦ ଜଣ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି। ଅନ୍ୟପକ୍ଷରେ, ସୁବର୍ଣ୍ଣପୁର ଜିଲା ସଦରମହକୁମାସ୍ଥିତ ରାମେଶ୍ୱର ଷ୍ଟାଡିୟମରେ ତିନି ଦିନ ଧରି ଜିଲାସ୍ତରୀୟ ବିଦ୍ୟାଳୟ ସମୂହ ଖେଳକୁଦ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ସୋମବାର ସନ୍ଧ୍ୟାରେ ଏହାର ଉଦ୍‌ଘାଟନ ହୋଇଥିବା ବେଳେ ମଙ୍ଗଳବାର ଦୌଡ଼କୁଦ ଏବଂ ବୁଧବାର ଫୁଟବଲ ପ୍ରତିଯୋଗିତା ହୋଇଥିଲା। ଆଗାମୀ ଦିନରେ କବାଡି ଓ ଖୋ-ଖୋ ପ୍ରତିଯୋଗିତା ମଧ୍ୟ ଆୟୋଜନ କରାଯିବ। ବୀରମହାରାଜପୁର ବ୍ଲକରୁ ଜିଲ୍ଲାସ୍ତର ପାଇଁ ୨୪୦ ଜଣ ପ୍ରତିଯୋଗୀ ଚୟନ ହୋଇଥିବା ବେଳେ, ସେଥିମଧ୍ୟରୁ ୧୪ ବର୍ଷରୁ କମ୍‌ ବର୍ଗର ଅନେକ ଖେଳାଳି ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ପଢ଼ୁଛନ୍ତି। ଉଭୟ କାର୍ଯ୍ୟକ୍ରମ ଏକା ସମୟରେ ପଡ଼ିବାରୁ ଅନେକ ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହୋଇଛନ୍ତି।

ଏହି ବିଷୟକୁ ନେଇ ଅଞ୍ଚଳର ଅଭିଭାବକ ଓ ବୁଦ୍ଧିଜୀବୀ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବୀରମହାରାଜପୁର ଜୋନ୍‌-୧ ଜିଲା ପରିଷଦ ସଭ୍ୟ ଲବକୁମାର ସାହୁ କହିଛନ୍ତି ଯେ ପରୀକ୍ଷା ଓ କ୍ରୀଡ଼ା ଏକା ସମୟରେ ଆୟୋଜନ କରି ଶିକ୍ଷା ବିଭାଗ ପିଲାଙ୍କ ଭବିଷ୍ୟତ ସହ ଖେଳୁଛି। କ୍ରୀଡ଼ାରେ ଭାଗ ନେଉଥିବା ଛାତ୍ରଛାତ୍ରୀ ପରୀକ୍ଷାରୁ ବଞ୍ଚିତ ହେଉଥିବାରୁ ଏହି ଦୁଇଟିରୁ ଯେକୌଣସି ଗୋଟିଏକୁ ଅନ୍ୟ ସମୟକୁ ଘୁଞ୍ଚାଇବାର ଆବଶ୍ୟକତା ଥିଲା। ସେହିପରି ଆଇନଜୀବୀ ଇଂ. ଆଶ୍ରୟ ମହାନନ୍ଦ କହିଛନ୍ତି ଯେ ଏହା ଶିକ୍ଷା ବିଭାଗର ସମନ୍ୱୟ ଅଭାବକୁ ସ୍ପଷ୍ଟ ଦର୍ଶାଉଛି। ଛାତ୍ରଛାତ୍ରୀଙ୍କ ପାଠପଢ଼ା ସହ କ୍ରୀଡ଼ା ପ୍ରତିଭାର ବିକାଶ ଜରୁରୀ, କିନ୍ତୁ ଏକା ସମୟରେ ଦୁଇଟିଯାକ ଆୟୋଜନ ହେବା ବିଲକୁଲ୍‌ ଉଚିତ ନୁହେଁ। ଏ ସମ୍ପର୍କରେ ସୁବର୍ଣ୍ଣପୁର ଜିଲା ଶିକ୍ଷା ଅଧିକାରୀଙ୍କ ଦାୟିତ୍ୱରେ ଥିବା ଏଡିଇଓ (ADEO) ଘନଶ୍ୟାମ ମେହେରଙ୍କ ମତାମତ ନେବା ପାଇଁ ଯୋଗାଯୋଗ କରାଯାଇଥିଲେ ହେଁ, ସେ ଫୋନ୍‌ ଗ୍ରହଣ ନ କରିବାରୁ ତାଙ୍କର ପ୍ରତିକ୍ରିୟା ମିଳିପାରି ନାହିଁ।ଏନେଇ ବୀରମହାରାଜପୁର ଏବିଇଓ ବାର୍ଣ୍ଣା ଡୁଙ୍ଗଡୁଙ୍ଗ ଙ୍କୁ ପଚାରିବାରୁ ପରୀକ୍ଷା ହେଉଛି ନା ନାହିଁ ମୁଁ ସିଆରସିସି ମାନଙ୍କୁ ପଚାରି କହିବି ବୋଲି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ପୋଲିସ ଜାଲରେ ୨ ଭାଇ, ଗୁମର ଖୋଲିଲା ‘PhonePe’ ଟ୍ରାଞ୍ଜେକ୍ସନ୍

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?