ଉନ୍ନତ ଭାରତ ପାଇଁ ଶିକ୍ଷାର ବିକାଶ ଜରୁରୀ: ରାଜ୍ୟପାଳ

ବାହାନଗା/ସିମୁଳିଆ, ୧୯।୪ (ଡି.ଏନ.ଏ.) ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ସୋମବାର ବାଲେଶ୍ୱର ଜିଲା ଗସ୍ତ କରି ଦୁଇଟି ପୃଥକ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେଇଛନ୍ତି। ଉନ୍ନତ ଭାରତ ଲାଗି ଶିକ୍ଷାର ବିକାଶ ଜରୁରୀ ବୋଲି ରାଜ୍ୟପାଳ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟରେ ଉଦ୍‌ବୋଧନ ଦେଇଛନ୍ତି।
ଜିଲା ବାହାନଗା ବ୍ଲକ ବିଷ୍ଣୁପୁର ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ ବର୍ଷ ପୂର୍ତ୍ତୀ ଉପଲକ୍ଷେ ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ରାଜ୍ୟପାଳ ପ୍ରଫେସର ଲାଲ୍‌ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ସେ କହିଥିଲେ ଯେ, ବିଦ୍ୟାଳୟ ପରିବେଶକୁ ସୁନ୍ଦର କରୁଥିବା ଆମ ଛାତ୍ରୀଛାତ୍ରମାନେ ଭବିଷ୍ୟତରେ ଜଣେ ଜଣେ ଧୃବତାରା ସଦୃଶ ହୋଇ ପାରିବେ। ସଭାପତିତ୍ୱ କରିଥିଲେ ପୁରାତନ ଛାତ୍ର ସଂସଦ ତଥା ସୁବର୍ଣ୍ଣ ଜୟନ୍ତୀ କମିଟିର ସଭାପତି ଭୂପାଳ ପଣ୍ଡା। ମୁଖ୍ୟବକ୍ତା ଭାବେ କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତ ଯୋଗଦେଇ କଷ୍ଟ କରି ପାଠ ପଢିଲେ ଜଣେ ଛାତ୍ରୀ କିମ୍ବା ଛାତ୍ର ନିଶ୍ଚିତ ଭବିଷ୍ୟତରେ ସେ ବଡ ମଣିଷ ହୋଇ ପାରିବ ବୋଲି ବକ୍ତବ୍ୟ ଦେଇଥିଲେ। ସମ୍ମାନନୀୟ ଅତିଥି ଭାବେ ସୋର ବିଧାୟକ ପର୍ଶୁରାମ ଧଡା ଯୋଗଦେଇ ରାଜ୍ୟପାଳଙ୍କୁ ଉପହାର ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ‘ସୁବର୍ଣ୍ଣ ସୃଜନୀ’ ସ୍ମରଣିକା ଅତିଥିମାନଙ୍କ ଦ୍ୱାରା ଉନ୍ମୋଚନ କରାଯାଇଥିଲା ା ଏହି କାର୍ଯ୍ୟକ୍ରମରେ ଖବରଦାତାମାନଙ୍କ ବସିବା ପାଇଁ କୌଣସି ବ୍ୟବସ୍ଥା କରାଯାଇ ନ ଥିବା ଅସନ୍ତୋଷ ପ୍ରକାଶ ପାଇଥିଲା। ଖବରଦାତା ଟାଣ ଖରାରେ ଠିଆ ହୋଇ ଖବର ସଂଗ୍ରହ କରିବାକୁ ବାଧ୍ୟ ହୋଇଥିଲେ।
ସେହିପରି ସିମୁଳିଆ ବ୍ଲକ କ୍ଷୀରକୋଣାସ୍ଥିତ ଉପେନ୍ଦ୍ରନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଅବସରରେ ଦିବସ ବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପ୍ରାତଃରେ ଚଣ୍ଡିପାଠ ଅନୁଷ୍ଠିତ ହେବା ପରେ ଜାମୁଝାଡିରୁ କ୍ଷୀରକୋଣା ପର୍ଯ୍ୟନ୍ତ ୬କି.ମି. ବ୍ୟାପୀ ଗଣଦୌଡ ଅନୁଷ୍ଠିତ ହୋଇଥିଲା ା ଅପରାହ୍ନରେ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା ା ଯାଜ୍ଞାନନ୍ଦ ସାଗରଙ୍କ ମଞ୍ଚ ସଞ୍ଚାଳନାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ରୂପେ ରାଜ୍ୟପାଳ ଡ. ପ୍ରଫେସର ଗଣେଶୀ ଲାଲ ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଯୋଗଦେଇ ସୁବର୍ଣ୍ଣ ଜୟନ୍ତୀ ସ୍ମୃତି ଫଳକର ଉନ୍ମୋଚନ କରିଥିଲେ। ଏହି ଅବସରରେ ରାଜ୍ୟପାଳ ପରିବେଶ ପ୍ରଦୂଷଣ, କୃଷକ ପ୍ରଗତି, ଯୁବ ଚେତନା ସମ୍ପର୍କରେ ସୂଚନା ଦେବା ସହିତ ପାଶ୍ଚାତ୍ୟ ସଂସ୍କୃତି ଠାରୁ ଭାରତର ସଂସ୍କୃତି ମହାନ ା ପ୍ରଥମେ ନିଜ ସଂସ୍କୃତିକୁ ଭଲ ପାଆନ୍ତୁ ବୋଲି ସୂଚନା ଦେବା ସହିତ ଉନ୍ନତ ଭାରତ ପାଇଁ ଶିକ୍ଷାର ବିକାଶ ଜରୁରୀ ବୋଲି କହିଥିଲେ। ସେହିପରି ପର୍ଯ୍ୟଟନ ମନ୍ତ୍ରୀ ଶିକ୍ଷାର ବିକାଶରେ ସମାଜ ଓ ଅନୁଷ୍ଠାନର ବିକାଶ ସମ୍ଭବ ବୋଲି ସୂଚନା ଦେଇଥିଲେ। ପ୍ରଧାନ ଶିକ୍ଷକ କୈଳାସ ଚନ୍ଦ୍ର ମାଝୀ ବିବରଣୀ ପାଠ, ସୁବର୍ଣ୍ଣ ଜୟନ୍ତୀ କମିଟିର ସଭାପତି ପୂର୍ଣ୍ଣଚନ୍ଦ୍ର ଦାସ ଓ ସମ୍ପାଦକ କାହ୍ନୁଚରଣ ବେହେରା ସ୍ମୃତି ଚାରଣ କରିଥିଲେ ା ଏହି ଅବସରରେ ପୁରାତନ ଶିକ୍ଷକ ଜଗବନ୍ଧୁ ବେହେରାଙ୍କୁ ରାଜ୍ୟପାଳ ସମ୍ମାନିତ କରିଥିଲେ ା ଅତିଥିମାନଙ୍କ ଦ୍ୱାରା ମୁଖପତ୍ର ‘ସୁବର୍ଣ୍ଣ ଶ୍ରୀ’ ଉନ୍ମୋଚିତ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

‘ସ୍ୱଚ୍ଛତା ହିଁ ସେବା’ର ନଗ୍ନ ଚିତ୍ର: ଝାଡ଼ୁରେ ଲୋକଦେଖାଣିଆ, ରାସ୍ତାରେ ଅବହେଳା

ପୁରୁଷୋତ୍ତମପୁର,୧ା୧୦(ସବିତା ମିଶ୍ର): ‘ସ୍ୱଚ୍ଛତା ହିଁ ସେବା’ ନାଁରେ ସ୍ୱଚ୍ଛତାର ବାର୍ତ୍ତା ଦେଉଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସ୍‌ସିର ଅସଲ ଚିତ୍ର ଗୁରୁବାର ସାମ୍ନାକୁ ଆସିଛି। ପୂର୍ବରୁ ସଫାସୁତରା…

ବୃଦ୍ଧାଶ୍ରମରେ ଶେଷ ଠିକଣା ଖୋଜୁଛନ୍ତି ନିର୍ଯାତିତ ମା’-ବାପା, ସୁଖରେ ଜୀବନ ବିତାଉଥିବା କହି…

ମହାକାଳପଡ଼ା,୧ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ବୟସର ଅପରାହ୍ନରେ ନିଜ ସନ୍ତାନମାନଙ୍କ ଅବହେଳା ଓ ନିର୍ଯାତନାର ଶିକାର ହୋଇ ବୃଦ୍ଧାଶ୍ରମକୁ ଶେଷ ଠିକଣା ଭାବେ ବାଛିନେଉଛନ୍ତି ଅନେକ ବରିଷ୍ଠ ନାଗରିକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?