Posted inଫୁରସତ

ମାନବ ସମ୍ବଳ ବିକଶିତ କରେ ଶିକ୍ଷା

ଦେଶର ବିକାଶରେ ମାନବ ସମ୍ବଳର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଥାଏ। ତେବେ ଦକ୍ଷ ମାନବ ସମ୍ବଳ ପାଇଁ ଉପଯୁକ୍ତ ଶିକ୍ଷା ଅପରିହାର୍ଯ୍ୟ। ଶିକ୍ଷାର ବିକାଶରେ ମାନବ ସମ୍ବଳ ବିକଶିତ ହୋଇଥାଏ। ଶିକ୍ଷାର ଉପଯୋଗିତା ତଥା ଆବଶ୍ୟକତା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ନଭେମ୍ବର ୧୧ରେ ଜାତୀୟ ଶିକ୍ଷା ଦିବସ ପାଳନ କରାଯାଇଆସୁଛି। ସ୍ବାଧୀନ ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ ମୌଲାନା ଅବ୍ବୁଲ କଲାମ ଆଜାଦଙ୍କ ଜନ୍ମ ବାର୍ଷିକୀ ଅବସରରେ ଏହି ଦିବସ ପାଳିତ ହୋଇଥାଏ। ଆଜାଦ୍‌ ଯିଏ ୧୯୪୭ ଅଗଷ୍ଟ ୧୫ ରୁ ୧୯୫୮ ଫେବୟାରୀ ୨ ପର୍ଯ୍ୟନ୍ତ ଶିକ୍ଷାମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ଜନ୍ମ ଦିନକୁ ଜାତୀୟ ଶିକ୍ଷା ଦିବସ ଭାବେ ପାଳନ କରିବା ଲାଗି ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ୨୦୦୮ ସେପ୍ଟେମ୍ବର ୧୧ରେ ଘୋଷଣା କରାଯାଇଥିଲା। ଏହାପରେ ୨୦୦୮ ନଭେମ୍ବର ୧୧ଠାରୁ ଏହି ଦିବସ ପାଳିତ ହୋଇ ଆସୁଛି।
ଏହି ଅବସରରେ ଦେଶର ସମସ୍ତ ଶିକ୍ଷାନୁଷ୍ଠାନରେ ଶିକ୍ଷା ବିକାଶ ସମ୍ପର୍କିତ ସେମିନାର, ସମ୍ମିଳନୀ, ପ୍ରବନ୍ଧ-ଲିଖନ, ବକ୍ତୃତା ପ୍ରତିଯୋଗିତା, କର୍ମଶାଳା ଆୟୋଜନ ହେବା ସହିତ ବିଭିନ୍ନ ସମାବେଶରେ ବ୍ୟାନର କାର୍ଡ ଏବଂ ସାକ୍ଷରତାର ମହତ୍ତ୍ୱ ଉପରେ ସ୍ଲୋଗାନ ଏବଂ ଶିକ୍ଷାର ସମସ୍ତ ଦିଗ ପ୍ରତି ଦେଶର ପ୍ରତିବଦ୍ଧତା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥାଏ ।
ଆଜାଦ୍‌ ୧୮୮୮ ନଭେମ୍ବର ୧୧ରେ ସୌଦିର ମକ୍କାଠାରେ ଜନ୍ମଗ୍ରହଣ କରିଥିଲେ। ୧୯୫୮ ଫେବୃୟାରୀ ୨୨ରେ ଦିଲ୍ଲୀଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ସେ ଅଲ-ହିଲାଲ ଖବରକାଗଜ ମାଧ୍ୟମରେ ହିନ୍ଦୁ-ମୁସଲମାନ ଏକତା ପାଇଁ ମଧ୍ୟ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri