Posted inଫୁରସତ

ମାନବ ସମ୍ବଳ ବିକଶିତ କରେ ଶିକ୍ଷା

ଦେଶର ବିକାଶରେ ମାନବ ସମ୍ବଳର ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରହିଥାଏ। ତେବେ ଦକ୍ଷ ମାନବ ସମ୍ବଳ ପାଇଁ ଉପଯୁକ୍ତ ଶିକ୍ଷା ଅପରିହାର୍ଯ୍ୟ। ଶିକ୍ଷାର ବିକାଶରେ ମାନବ ସମ୍ବଳ ବିକଶିତ ହୋଇଥାଏ। ଶିକ୍ଷାର ଉପଯୋଗିତା ତଥା ଆବଶ୍ୟକତା ସମ୍ପର୍କରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ନଭେମ୍ବର ୧୧ରେ ଜାତୀୟ ଶିକ୍ଷା ଦିବସ ପାଳନ କରାଯାଇଆସୁଛି। ସ୍ବାଧୀନ ଭାରତର ପ୍ରଥମ ଶିକ୍ଷାମନ୍ତ୍ରୀ ମୌଲାନା ଅବ୍ବୁଲ କଲାମ ଆଜାଦଙ୍କ ଜନ୍ମ ବାର୍ଷିକୀ ଅବସରରେ ଏହି ଦିବସ ପାଳିତ ହୋଇଥାଏ। ଆଜାଦ୍‌ ଯିଏ ୧୯୪୭ ଅଗଷ୍ଟ ୧୫ ରୁ ୧୯୫୮ ଫେବୟାରୀ ୨ ପର୍ଯ୍ୟନ୍ତ ଶିକ୍ଷାମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ। ତାଙ୍କ ଜନ୍ମ ଦିନକୁ ଜାତୀୟ ଶିକ୍ଷା ଦିବସ ଭାବେ ପାଳନ କରିବା ଲାଗି ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ୨୦୦୮ ସେପ୍ଟେମ୍ବର ୧୧ରେ ଘୋଷଣା କରାଯାଇଥିଲା। ଏହାପରେ ୨୦୦୮ ନଭେମ୍ବର ୧୧ଠାରୁ ଏହି ଦିବସ ପାଳିତ ହୋଇ ଆସୁଛି।
ଏହି ଅବସରରେ ଦେଶର ସମସ୍ତ ଶିକ୍ଷାନୁଷ୍ଠାନରେ ଶିକ୍ଷା ବିକାଶ ସମ୍ପର୍କିତ ସେମିନାର, ସମ୍ମିଳନୀ, ପ୍ରବନ୍ଧ-ଲିଖନ, ବକ୍ତୃତା ପ୍ରତିଯୋଗିତା, କର୍ମଶାଳା ଆୟୋଜନ ହେବା ସହିତ ବିଭିନ୍ନ ସମାବେଶରେ ବ୍ୟାନର କାର୍ଡ ଏବଂ ସାକ୍ଷରତାର ମହତ୍ତ୍ୱ ଉପରେ ସ୍ଲୋଗାନ ଏବଂ ଶିକ୍ଷାର ସମସ୍ତ ଦିଗ ପ୍ରତି ଦେଶର ପ୍ରତିବଦ୍ଧତା ସମ୍ପର୍କରେ ସଚେତନତା ସୃଷ୍ଟି କରାଯାଇଥାଏ ।
ଆଜାଦ୍‌ ୧୮୮୮ ନଭେମ୍ବର ୧୧ରେ ସୌଦିର ମକ୍କାଠାରେ ଜନ୍ମଗ୍ରହଣ କରିଥିଲେ। ୧୯୫୮ ଫେବୃୟାରୀ ୨୨ରେ ଦିଲ୍ଲୀଠାରେ ତାଙ୍କର ମୃତ୍ୟୁ ଘଟିଥିଲା। ସେ ଅଲ-ହିଲାଲ ଖବରକାଗଜ ମାଧ୍ୟମରେ ହିନ୍ଦୁ-ମୁସଲମାନ ଏକତା ପାଇଁ ମଧ୍ୟ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଖୁବଶୀଘ୍ର ଭାରତ ଗସ୍ତ କରିପାରନ୍ତି ବାଂଲାଦେଶୀ ପ୍ରଧାନମନ୍ତ୍ରୀ; ଦିଲ୍ଲୀ-ଢାକା ସମ୍ପର୍କ ପାଇଁ ଏହି ଗସ୍ତ କାହିଁକି ଗୁରୁତ୍ୱପୂର୍ଣ୍ଣ ଜାଣନ୍ତୁ

ଢାକା/ନୂଆଦିଲ୍ଲୀ,୧୬।୮: ବାଂଲାଦେଶର ପ୍ରଧାନମନ୍ତ୍ରୀ ତାରିକ ରହମାନ ଅଗଷ୍ଟ ୨୦ ରୁ ୨୫ ମଧ୍ୟରେ ଭାରତ ଗସ୍ତ କରିପାରନ୍ତି। ‘ଦି ଡେଲି ଷ୍ଟାର’ ସୂତ୍ର ଉଦ୍ଧୃତ କରି ଏହି…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri