ବସ୍ତି ପିଲାଙ୍କୁ ଇଂରାଜୀ ପଢ଼ାଉଛନ୍ତି ଏହି ଛାତ୍ରୀ, ଛୁଟୁଛି ପ୍ରଶଂସାର ସୁଅ

ରାଞ୍ଚି,୭।୨: ଝାଡ଼ଖଣ୍ଡ ରାଜଧାନୀ ରାଞ୍ଚିର ଦେଓଘର କଲେଜର ଛାତ୍ରୀ ନେହା ପାଣ୍ଡେ ନିଜର ପାଠପଢ଼ା ସରିବା ପରେ ବସ୍ତି ଅଞ୍ଚଳର ପିଲାଙ୍କୁ ପାଠ ପଢ଼ାଇବା ଆରମ୍ଭ କରିଛନ୍ତି। ଏହି ଶ୍ରେଣୀରେ ବସ୍ତି ପିଲାମାନେ କିପରି ଇଂରାଜୀ କହିପାରିବେ ସେ ବିଷୟରେ ଶିଖାଉଛନ୍ତି। ଏଥିସହିତ ପିଲାମାନଙ୍କୁ ଗଣିତ ଏବଂ ଅନ୍ୟ ବିଷୟ ମଧ୍ୟ ପଢ଼ାଉଛନ୍ତି।

ନିଜର ଖାଲି ସମୟରେ ନେହାଙ୍କ ସହ ଆଉ କିଛି ଛାତ୍ରୀ ସାମିଲ ହୋଇ ବସ୍ତି ପିଲାଙ୍କୁ ପଢ଼ାଉଛନ୍ତି। କାରଣ ସେମାନେ ଚାହାନ୍ତି ବସ୍ତିର ପିଲାମାନେ ଆବର୍ଜନା ନ ଉଠାଇ ନିଜର ପରିବାର ଚଳାଇବା ପାଇଁ ମା-ବାପାଙ୍କୁ ସାହାଯ୍ୟ କରନ୍ତୁ। ଏହି ପିଲାମାନେ ସ୍କୁଲ କ’ଣ ଜାଣି ନାହାନ୍ତି। ମାତ୍ର ବର୍ତ୍ତମାନ ଇଂରାଜୀ ଶବ୍ଦର ଉଚ୍ଚାରଣ ବେଶ୍‌ ଭଲ ଭାବେ କରିପାରୁଛନ୍ତି। ପ୍ରଥମେ ଯେତେବେଳେ ଦେଓଘର କଲେଜର ଛାତ୍ରୀମାନେ ଏପରି ପ୍ରୟାସ ଆରମ୍ଭ କଲେ ସେତେବେଳେ ଜଣେ ଦୁଇଜଣ ପିଲାଙ୍କୁ ନେଇ କ୍ଲାସ ଆରମ୍ଭ କରିଥିଲେ। ଏବେ ଏହି ସଂଖ୍ୟା ୩୫ରେ ପହଞ୍ଚିଛି। ନେହା ପ୍ରଥମ ଥର ରେଲଓ୍ବେ ଷ୍ଟେଶନ ନିକଟରେ ଥିବା ବସ୍ତିର କିଛି ପିଲାଙ୍କୁ ନେଇ ପଢ଼ାଇଥିଲେ। ଏହା ପରେ ତାଙ୍କର ଦୁଇ ସାଙ୍ଗ ତାଙ୍କ ସହିତ ମିଶି ପିଲାଙ୍କୁ ପଢ଼ାଇବା ପାଇଁ ଆଗଭର ହେଲେ। ନେହା ବିଏଡ୍‌ କରିଛନ୍ତି। ତାଙ୍କ ସାଙ୍ଗ ମୋନିକା ବିଏ ପଢିବା ସହ ପିଲାଙ୍କୁ ପଢ଼ାଉଛନ୍ତି। ଏହି ଛାତ୍ରୀମାନଙ୍କ ଏପରି ପ୍ରୟାସ ଦେଖି ବିଭିନ୍ନ ମହଲରୁ ପ୍ରଶଂସାର ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନକୁ ଆସିବେ ନୂଆ ଅତିଥି: ଆଫ୍ରିକାରୁ ଚିତା, ଅଷ୍ଟ୍ରେଲିଆରୁ ନାଲି କଙ୍ଗାରୁ

ବାରଙ୍ଗ,୧୪।୮(ଲିଙ୍ଗରାଜ ରାଉତ): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଆସିବେ ନୂଆ ଅତିଥି। ଏଥିପାଇଁ ନନ୍ଦନକାନନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି। ପ୍ରତିଷ୍ଠା ଦିବସ ପୂର୍ବରୁ ନୂଆ ପ୍ରାଣୀମାନନ୍ତୁ…

ଗାଁରେ ପହଞ୍ଚିପାରିଲାନି ଆମ୍ବୁଲାନ୍ସ, ଖଟିଆରେ ବୁହାହେଲେ ଗର୍ଭବତୀ

ଝରିଗାଁ, ୧୪।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚକଲାପଦର ପଞ୍ଚାୟତ ଅନ୍ତର୍ଗତ ଚାରଡଙ୍ଗରିପଡା ଗ୍ରାମକୁ ରାସ୍ତା ନଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ…

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri