Posted inଜାତୀୟ

ଶିକ୍ଷା ଲାଭଦାୟକ ବ୍ୟବସାୟ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯ା୧୧(ପି.ଟି.): ଲାଭ ଉପାର୍ଜନ ଲାଗି ଶିକ୍ଷା ଏକ ବ୍ୟବସାୟ ନୁହେଁ, ଟ୍ୟୁଶନ ଫି ସର୍ବଦା ଲୋକଙ୍କ ସାମର୍ଥ୍ୟ ଯୋଗ୍ୟ ହେବା ଆବଶ୍ୟକ ବୋଲି ସୁପ୍ରିମକୋର୍ଟ କହିବା ସହ ଆନ୍ଧ୍ରପ୍ରଦେଶ ହାଇକୋର୍ଟଙ୍କ ରାୟକୁ କାଏମ ରଖିଛନ୍ତି। ମେଡିକାଲ କଲେଜଗୁଡ଼ିକରେ ବାର୍ଷିକ ଟ୍ୟୁଶନ ଫି ୨୪ ଲକ୍ଷ ଟଙ୍କାକୁ ବଢ଼ାଇବା ଲାଗି ଆନ୍ଧ୍ର ସରକାରଙ୍କ ନିଷ୍ପତ୍ତିକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଦେଇଛନ୍ତି। ଏଥିସହିତ ଖର୍ଚ୍ଚ ଭରଣା ଲାଗି ଆବେଦନକାରୀ, ନାରାୟଣ ମେଡିକାଲ କଲେଜ ଏବଂ ଆନ୍ଧ୍ର ସରକାରଙ୍କ ୫ ଲକ୍ଷ ଟଙ୍କା ୬ ସପ୍ତାହ ମଧ୍ୟରେ କୋର୍ଟ ରେଜିଷ୍ଟ୍ରାରଙ୍କ ନିକଟରେ ଜମା କରିବାକୁ ଜଷ୍ଟିସ୍‌
ଏମ୍‌.ଆର୍‌. ଶାହା ଏବଂ ସୁଧାଂଶୁ ଧୁଲିଆଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଉପରେ ବାର୍ଷିକ ୨୪ ଲକ୍ଷ ଟଙ୍କା ଦେୟ ଧାର୍ଯ୍ୟ କରାଯିବା ପୂର୍ବରୁ ଧାର୍ଯ୍ୟ ହୋଇଥିବା ଦେୟଠାରୁ ୭ ଗୁଣ ଅଧିକ। ଏହା ଯଥାର୍ଥ ନୁହେଁ ବୋଲି ଖଣ୍ଡପୀଠ କହିଛନ୍ତି। ଆନ୍ଧ୍ରପ୍ରଦେଶ ନାମଲେଖା ଓ ଦେୟ ନିୟାମକ କମିଟି ନିୟମାବଳୀ, ୨୦୦୬ର ବ୍ୟବସ୍ଥା ଅନୁଯାୟୀ କମିଟିର ବିନା ସୁପାରିସ କିମ୍ବା ରିପୋର୍ଟରେ ଦେୟ ବଢ଼ାଯାଇପାରିବ ନାହିଁ ବୋଲି ହାଇକୋର୍ଟ ଦେଇଥିବା ରାୟକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ଟ୍ୟୁଶନ ଦେୟ ଧାର୍ଯ୍ୟ ସମ୍ପର୍କରେ ବିଚାର କଲାବେଳେ ନାମଲେଖା ଓ ଦେୟ ନିୟାମକ କମିଟି ଶିକ୍ଷାନୁଷ୍ଠାନର ଅବସ୍ଥିତି, ପେସାଦାରି ପାଠ୍ୟକ୍ରମର ସ୍ବଭାବ, ଉପଲବ୍ଧ ଭିତ୍ତିଭୂମିର ମୂଲ୍ୟ ଆଦି କାରକ ସମ୍ପର୍କରେ ବିଚାର କରିବା ଆବଶ୍ୟକ। ସରକାରଙ୍କ ବେଆଇନ ନିର୍ଦ୍ଦେଶନାମା ଅନୁଯାୟୀ ଖର୍ଚ୍ଚ ହେଉଥିବା ଅର୍ଥ ଆଦାୟ କରିବାକୁ କଲେଜ ପରିଚାଳନା ସଂସ୍ଥାକୁ ଅନୁମତି ଦିଆଯାଇପାରିବ ନାହିଁ ବୋଲି ଖଣ୍ଡପୀଠ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri