ଶିକ୍ଷା ହିଁ ଜୀବନରେ ବଡ଼ ପରିବର୍ତ୍ତନ ଆଣେ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୪ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଭିଡିଓ କନଫରେନ୍ସ ଜରିଆରେ ବାଲେଶ୍ବର ଜିଲା ରେମୁଣାସ୍ଥିତ ଅରମଳାଠାରେ ଇମାମୀ ଓ କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍ସ (କିସ୍‌) ପକ୍ଷରୁ ନିର୍ମିତ ଏକ ବିଦ୍ୟାଳୟକୁ ଉଦ୍‌ଘାଟନ କରିଛନ୍ତି। ୧୨ ଏକର ଜମିରେ ନିର୍ମିତ ଏହି ସ୍କୁଲ ପାଇଁ ୫୦ କୋଟି ଟଙ୍କା ବିନିଯୋଗ ହୋଇଥିବା ବେଳେ କିସ୍‌ ପକ୍ଷରୁ ୩୬ କୋଟି ଓ ଇମାମୀ ପକ୍ଷରୁ ୧୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି।
ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଏହିଭଳି ଉଦ୍ୟମ ଗୁଣାତ୍ମକ ଶିକ୍ଷା ଲାଗି ରାଜ୍ୟ ସରକାରଙ୍କ ଉଦ୍ୟମକୁ ଆହୁରି ଶକ୍ତିଶାଳୀ କରିବ। ଇମାମୀ ଓ କିସ୍‌ର ଏହି ଉଦ୍ୟମ ପାଇଁ ସେମାନଙ୍କୁ ଧନ୍ୟବାଦ। କିସ୍‌ ପକ୍ଷରୁ ଭୁବନେଶ୍ବର, ମୟୂରଭଞ୍ଜ ଏବଂ ବଲାଙ୍ଗୀର ଭଳି ଅନେକ ସ୍ଥାନରେ ବିଦ୍ୟାଳୟ ପ୍ରତିଷ୍ଠା କରାଯାଇଥିବା ବେଳେ ରାଜ୍ୟର ୩୦ଜିଲାରେ ଏହିଭଳି ବିଦ୍ୟାଳୟ ଖୋଲାଯିବାର ଲକ୍ଷ୍ୟ ରହିଥିବା ଖୁସିର କଥା। ଶିକ୍ଷା ହିଁ ରୂପାନ୍ତରର ସବୁଠାରୁ ଶକ୍ତିଶାଳୀ ମାଧ୍ୟମ। ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ଼ ପରିବର୍ତ୍ତନ ଆଣିଥାଏ। ଏଥିରେ ୧୨୦୦ ଗରିବ ପିଲା ମାଗଣାରେ ପାଠ ପଢ଼ିବାର ବ୍ୟବସ୍ଥା ହୋଇଥିବାରୁ ଏଥିପାଇଁ ମୁଖ୍ୟମନ୍ତ୍ରୀ ଖୁସିବ୍ୟକ୍ତ କରିଛନ୍ତି। ରାଜ୍ୟ ସରକାର ଶିକ୍ଷା ଉପରେ ସବୁଠାରୁ ଅଧିକ ଗୁରୁତ୍ୱ ଦେଇଛନ୍ତି। ୫-ଟି ଉପକ୍ରମରେ ବିଦ୍ୟାଳୟ ରୂପାନ୍ତରଣକୁ ସର୍ବାଧିକ ଗୁରୁତ୍ୱ ଦିଆଯାଇଛି।
ବର୍ତ୍ତମାନ ପ୍ରାୟ ୪୦୦୦ ରୂପାନ୍ତରିତ ହାଇସ୍କୁଲ ପ୍ରତିଷ୍ଠା ହୋଇସାରିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହିସବୁ ସ୍କୁଲରେ ହୋଇଥିବା ସୁବିଧା ଓ ଭିତ୍ତିଭୂମି ପଲାଙ୍କ ଭିତରେ ପାଠ ପ୍ରତି ବହ ଉତ୍ସାହ ଓ ଆଗ୍ରହ ସୃଷ୍ଟି କରିଛି। ପିଲାଙ୍କ ମନରେ ଭବିଷ୍ୟତ ପାଇଁ ଦୃଢ଼ସଂକଳ୍ପ ସୃଷ୍ଟି କରିଛି। ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପର୍ଯ୍ୟଟନ, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର ରାଜ୍ୟରେ ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ୟମକୁ ପ୍ରଶଂସା କରିବା ସହିତ ବାଲେଶ୍ବରରେ ଇମାମୀ ଓ କିସ୍‌ ଉଦ୍ୟମରେ ନବନିର୍ମିତ ସ୍କୁଲ ପାଇଁ ଧନ୍ୟବାଦ ଦେଇଛନ୍ତି । ଏହି ଅବସରରେ ଏମ୍‌ପି ପ୍ରତାପ ଷଡ଼ଙ୍ଗୀ, ରେମୁଣା ବିଧାୟକ ସୁଧାଂଶୁ ପରିଡ଼ା ପ୍ରମୁଖ ବକ୍ତବ୍ୟ ରଖି ଏହାଦ୍ବାରା ବାଲେଶ୍ବରରେ ଜନଜାତି ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାରରେ ସହାୟକ ହେବ ବୋଲି ଆଶାପ୍ରକଟ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ସଂଯୋଜନା କରିଛନ୍ତି। କିଟ୍‌ ଓ କିସ୍‌ ସଂସ୍ଥାପକ ତଥା ଅଚ୍ୟୁତ ସାମନ୍ତ ସ୍ବାଗତ ଭାଷଣ ଦେଇ ଦୁର୍ବଳ ଶ୍ରେଣୀର ପିଲାଙ୍କ ମଧ୍ୟରେ ଶିକ୍ଷାର ପ୍ରସାର ପାଇଁ କିସ୍‌ ପଦକ୍ଷେପ ଉପରେ ଆଲୋକପାତ କରିଛନ୍ତି। ବାଲେଶ୍ବର ଜିଲାପାଳ ଧନ୍ୟବାଦ ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri